Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାୟୁ-ଗୁରୁତ୍ୱପୂର୍ଣ୍ଣ ଜୀବନ ଶକ୍ତି’ ସମ୍ମିଳନୀରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେଙ୍କ ଉଦ୍‌ବୋଧନ
ଆଜିର ଖବର

ବାୟୁ-ଗୁରୁତ୍ୱପୂର୍ଣ୍ଣ ଜୀବନ ଶକ୍ତି’ ସମ୍ମିଳନୀରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେଙ୍କ ଉଦ୍‌ବୋଧନ

December 2, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଭାରତରର ପ୍ରାଚୀନ ପରମ୍ପରା ଓ ଆଧୁନିକ ଜ୍ଞାନ କୌଶଳକୁ ବ୍ୟବହାର କରି ବାୟୁ ପ୍ରଦୁଷଣର ମୁକାବିଲା କରିବା ନିମନ୍ତେ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ଶୁକ୍ରବାର ଆହ୍ୱାନ ଦେଇଛନ୍ତି। “ବାୟୁ-ଗୁରୁତ୍ୱପୂର୍ଣ୍ଣ ଜୀବନ ଶକ୍ତି” ଶୀର୍ଷକ କେନ୍ଦ୍ର ପରିବେଶ ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ତଥା କେନ୍ଦ୍ର ପ୍ରଦୁଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସ୍ଥାନୀୟ ସୋଆ ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ ଏକ ୩ ଦିନିଆ ଜାତୀୟ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ଶ୍ରୀ ଚୌବେ କହିଥିଲେ ଯେ ଏହି ସମସ୍ୟାର ମୁକାବିଲା ପାଇଁ ଜୀବନକୁ ବଜାୟ ରଖି ସମୃଦ୍ଧ କରିବାରେ ପଂଚମହାଭୂତ ବା ୫ଟି ମୌଳିକ ଉପାଦାନର ଭୂମିକା ଅତ୍ୟନ୍ତ ଗୁରତ୍ୱପୂର୍ଣ୍ଣ।

ଭାରତର ପ୍ରାଚୀନ ସଭ୍ୟତା ଜ୍ଞାନର ଶୀଖର ଛୁଇଁଥିଲା ଏବଂ ସେତେବେଳେ ମନୁଷ୍ୟ ପୃଥିବୀ ଓ ପରିବେଶ ସହିତ ଖାପ ଖୁଆଇ ଚଳିପାରୁଥିଲା। ଏବେ ସେହି ଜ୍ଞାନର ଗୁରୁତ୍ୱକୁ ପୁଣି ଥରେ ଆବିଷ୍କାର କରି ଏହାକୁ ବିଶ୍ୱ ଦରବାରରେ ଉପସ୍ଥାପିତ କରିବା ଆବଶ୍ୟକ ବୋଲି ସେ କହିଥିଲେ ।

ଶ୍ରୀ ଚୌବେ ସମ୍ମିଳନୀର ବୈଷୟିକ ଅଧିବେଶନଗୁଡ଼ିକରେ ବାୟୁର ଗୁଣବତା ରକ୍ଷା କରିବା ନିମନ୍ତେ ଆଲୋଚିତ ପ୍ରସଙ୍ଗଗୁଡ଼ିକୁ ନେଇ ସନ୍ତୋଷ ପ୍ରକଟ କରିବା ସହ ଶିଳ୍ପ ଜନିତ ବାୟୁ ପ୍ରଦୁଷଣ ଓ ଜଳବାୟୁ ପରିବର୍ତନ ଫଳରେ କୃଷି ଉପରେ ଏହାର ନକାରାତ୍ମକ ପ୍ରଭାବ ବିଷୟରେ ମତ ରଖିଥିଲେ।

ସେ କହିଥିଲେ ଯେ ବାୟୁ ପ୍ରଦୁଷଣକୁ ମୁକାବିଲା କରିବା ନିମନ୍ତେ କେନ୍ଦ୍ର ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥି ମଧ୍ୟରେ ନ୍ୟାସ୍‌ନାଲ୍ କ୍ଲିନ୍ ଏୟାର ପ୍ରୋଗ୍ରାମ ଅନ୍ୟତମ। ଏହି ସମ୍ମିଳନୀ ଏହି ସମସ୍ତ ଉଦ୍ୟମକୁ ଅଧିକ ପ୍ରଭାବୀ କରିବା ନିମନ୍ତେ ଆଲୋଚନା ମାଧ୍ୟମରେ ପଦକ୍ଷେପ ନେଇଛି। ପରିବେଶକୁ ଗୁରତ୍ୱର ସହ ସୁରକ୍ଷା ପ୍ରଦାନ କରିବା ବ୍ୟତୀତ ଆମର ସଂସ୍କୃତିକୁ ମଧ୍ୟ ସମ୍ମାନ ଦେବା ଆବଶ୍ୟକ।

ଶ୍ରୀ ଚୌବେ କହିଥିଲେ ଯେ ଦେଶର ଯୁବ ସମାଜ ନିମନ୍ତେ ଦେଶର ଭବିଷ୍ୟତକୁ ଗଢ଼ି ତୋଳିବା ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହି ପ୍ରକାର ସମ୍ମିଳନୀ ସରକାରଙ୍କ ଉଦ୍ୟମକୁ ବଳିଷ୍ଠ କରିବା ସହ ଯୁବ ସମାଜକୁ ଏହି ପ୍ରସଙ୍ଗରେ ନିଜର ମତ ରଖିବା ନିମନ୍ତେ ଏକ ସୁଯୋଗ ସୃଷ୍ଟି କରିଛି ବୋଲି ସେ କହିଥିଲେ।

ଅଶ୍ୱିନୀ କୁମାର ଚୌବେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରାଚୀନ ପରମ୍ପରା
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026
Latest News

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.