Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମା’ ଭଗବତୀ ମନ୍ଦିର ପ୍ରସ୍ତାବିତ ଉନ୍ନୟନ ପ୍ରକଳ୍ପର ପ୍ରଥମ ସମୀକ୍ଷା ବୈଠକ କଲେ ଖୋର୍ଦ୍ଧା ଜିଲ୍ଲାପାଳ
ଆଜିର ଖବର

ମା’ ଭଗବତୀ ମନ୍ଦିର ପ୍ରସ୍ତାବିତ ଉନ୍ନୟନ ପ୍ରକଳ୍ପର ପ୍ରଥମ ସମୀକ୍ଷା ବୈଠକ କଲେ ଖୋର୍ଦ୍ଧା ଜିଲ୍ଲାପାଳ

December 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଶ୍ରୀ ଶ୍ରୀ ଦକ୍ଷେଶ୍ୱର ଭଗବତୀ ମନ୍ଦିର ଶୁଭେଚ୍ଛୁ କମିଟିର ପ୍ରଥମ ବୈଠକ ଆଜି ସ୍ଥାନୀୟ ବାଣପୁର ଏନଏସି ସଭାଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି। ନିକଟରେ ୫ଟି ସଚିବଙ୍କ ଗସ୍ତ ସମୟରେ ମା’ ଭଗବତୀ ମନ୍ଦିର ଉନ୍ନତି ନିମନ୍ତେ ଦିଆଯାଇଥିବା ପ୍ରକଳ୍ପ ଉପରେ ଉକ୍ତ ବୈଠକରେ ସମୀକ୍ଷା କରାଯାଇଥିଲା।

ଏହି ପରିପ୍ରେକ୍ଷୀରେ କମିଟିର ସଦସ୍ୟମାନଙ୍କଠୁ ଜିଲ୍ଲାପାଳ ବିଭିନ୍ନ ମତାମତ ଏବଂ ଅଭିଯୋଗ ଗ୍ରହଣ କରିଥିଲେ। ଆଲୋଚନା ହୋଇଥିବା ପ୍ରମୁଖ ବିଷୟଗୁଡିକ ହେଲା ମନ୍ଦିର ଗର୍ଭଗୃହ ପ୍ରଶସ୍ତିକରଣ, ମନ୍ଦିର ପ୍ରାଚୀର ସମ୍ପ୍ରସାରଣ, ମନ୍ଦିର ଆଧୁନିକିକରଣ, ସରକାରୀ ଓ ଦେବୋତ୍ତର ସ୍ଥାନ ଚିହ୍ନଟ ଓ ଜବରଦଖଲ ଉଚ୍ଛେଦ, ବାଣପୁର ବାଇପାସ ଠାରୁ ମା’ ଭଗବତୀ ମନ୍ଦିର ପର୍ଯ୍ୟନ୍ତ ମୁଖ୍ୟ ରାସ୍ତା ପ୍ରଶସ୍ତିକରଣ, ବସ ଷ୍ଟାଣ୍ଡ ନିର୍ମାଣ ନିମନ୍ତେ ସ୍ଥାନ ନିରୂପଣ, ଟ୍ରାଫିକ କମାଇବା ନିମନ୍ତେ ମେଘାମ୍ବରୀ କେନାଲ ରୋଡରୁ ମନ୍ଦିର ପର୍ଯ୍ୟନ୍ତ ବାଇପାସ ନିର୍ମାଣ ଏବଂ ବାଣପୁର ବାଇପାସ ଠାରୁ ଶକ୍ତି ହଲ ପର୍ଯ୍ୟନ୍ତ ଆଲୋକୀକରଣ।

ଏହି ପରିପ୍ରେକ୍ଷୀରେ ଓବିସିସି, ତହସିଲ ଏବଂ ପୂର୍ତ୍ତବିଭାଗକୁ ଉପରୋକ୍ତ ପ୍ରକଳ୍ପ ପାଇଁ ଯୋଜନା ଅଟକଳ ପ୍ରସ୍ତୁତ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ବୈଠକ ପରେ ଜିଲ୍ଲାପାଳ ଓ ଟିମ ମା’ ଭଗବତୀ ମନ୍ଦିର ପରିଦର୍ଶନକୁ ଯାଇ ବିଭିନ୍ନ ବିଷୟ ଅନୁଧ୍ୟାନ କରିଥିଲେ।

ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ମନୋଜ ପାଢ଼ୀ, ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ବିଡ଼ିଓ ବୁଲବୁଲ ବେହେରା, ଆଇଆଇସି ଜୟପ୍ରକାଶ ପରିଡ଼ା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଦକ୍ଷେଶ୍ୱର ଭଗବତୀ ଏଣ୍ଡାଓମେଣ୍ଟ କାର୍ଯ୍ୟନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସ ଏବଂ ଶୁଭେଚ୍ଛୁ କମିଟି ସଭ୍ୟମାନେ ଉପସ୍ଥିତ ଥିଲେ।

କେ. ସୁଦର୍ଶନ ଚକ୍ରବର୍ତ୍ତୀ ଖୋର୍ଦ୍ଧା ଜିଲ୍ଲାପାଳ ବାଣପୁର ଏନଏସି ମା’ ଭଗବତୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.