Breaking News: ଖୋର୍ଦ୍ଧା କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ

Published: Dec 6, 2022, 12:56 pm IST

ଖୋର୍ଦ୍ଧା: ସରକାରୀ ବାବୁଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ରେଡ। ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆଜି ସକାଳେ ଖୋର୍ଦ୍ଧା କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ଦାସଙ୍କ ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି।

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ଦାସଙ୍କ କାର୍ଯ୍ୟାଳୟ ସମେତ ୭ ଗୋଟି ସ୍ଥାନରେ ଏକାକାଳୀନ ଭାବେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ଇନ୍ସପେକ୍ଟର ମମିତା ପ୍ରଧାନଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ଟିମ୍ ଉକ୍ତ ରେଡ କରିଥିବା ସୂଚନା ମିଳିଛି।

Related posts