ବିଶିଷ୍ଟ ତବଲା ବାଦକ ଉମେଶ କରଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ହେବ, ମୁଖ୍ୟମନ୍ତ୍ରୀ

Published: Dec 8, 2022, 1:48 pm IST
Pandit Umesh Kar

ଭୁବନେଶ୍ୱର: ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ମହାନ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ତାଙ୍କ ବିୟୋଗ ରାଜ୍ୟର କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି ।

ରାଷ୍ଟ୍ରୀୟ ସମ୍ମାନ ସହ ସ୍ବର୍ଗତ କରଙ୍କ ଶେଷକୃତ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

Related posts