Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନିଟ୍‌ ପରୀକ୍ଷାରେ କୃତୀତ୍ବ ହାସଲ କରିଥିବା ଇଫୁ ମଲ୍ଲିକ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନିଟ୍‌ ପରୀକ୍ଷାରେ କୃତୀତ୍ବ ହାସଲ କରିଥିବା ଇଫୁ ମଲ୍ଲିକ

December 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Iffu Mallik
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନିଟ୍‌ ପରୀକ୍ଷାରେ କୃତୀତ୍ବ ହାସଲ କରିଥିବା ଇଫୁ ମଲ୍ଲିକ

ଭୁବନେଶ୍ବର: ନିଟ୍‌ ପରୀକ୍ଷାରେ କୃତୀତ୍ବ ହାସଲ କରି କୋରାପୁଟ ସହିଦ୍ ଲକ୍ଷ୍ଣଣ ନାୟକ ମେଡିକାଲ କଲେଜରେ ପାଠ ପଢିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ବାଲିଗୁଡାର ଛାତ୍ର ଶ୍ରୀ ଇଫୁ ମଲ୍ଲିକ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସଠାରେ ଭେଟିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ଇଫୁଙ୍କ ପ୍ରତିଭାର ଉଚ୍ଚପ୍ରଶଂସା କରିବା ସହିତ ଆଗକୁ ଏହିପରି ଉଦ୍ୟମ ଜାରି ରଖି ଦେଶବାସୀଙ୍କ ସେବା କରିବା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ପ୍ରେରଣା ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଇଫୁଙ୍କ ସହିତ ସେଲ୍‌ଫି ଉଠାଇବା ସହିତ ଏକ ପୁସ୍ତକ ମଧ୍ୟ ଉପହାର ଦେଇଥିଲେ।

ସୂଚନାଯୋଗ୍ୟ ଯେ ଇଫୁ ମଲ୍ଲିକ କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଜଣେ ଗରିବ, ଆଦିବାସୀ ଯୁବକ। ନିଜର ପ୍ରତିଭା ଓ ଉଦ୍ୟମ ଯୋଗୁ ଅନେକ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ସେ ମେଡିକାଲ ପଢିବା ପାଇଁ ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ। କିନ୍ତୁ ଅର୍ଥାଭାବ ଯୋଗୁ ତାଙ୍କର ଏ ଆଶା ପୂରଣ ହେବା ସଂପର୍କରେ ସେ ସନ୍ଦିହାନ ଥିଲେ।

ସାମାଜିକ ଗଣମାଧ୍ୟମରୁ ଏ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ମେଡିକାଲ ପଢିବା ପାଇଁ ସମସ୍ତ ଆବଶ୍ୟକୀୟ ଖର୍ଚ୍ଚ ରାଜ୍ୟ ସରକାର ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ ଏବଂ ଇଫୁଙ୍କୁ ବ୍ୟକ୍ତିଗତ ଭାବେ ଭେଟିବା ପାଇଁ ଇଚ୍ଛା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମଧ୍ୟ ଇଫୁଙ୍କ ସହିତ ଫୋନ୍‌ ଯୋଗେ କଥାବାର୍ତ୍ତା ହୋଇଥିଲେ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ଅନୂସୁଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗ ପକ୍ଷରୁ ତାଙ୍କୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଇଥିଲା। ଆଜି ଇଫୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ଅବସରରେ ଶ୍ରୀ ମଲ୍ଲିକ ଅତ୍ୟନ୍ତ ଭାବବିହ୍ବଳ ହୋଇ ମୁଖ୍ୟମନ୍ତ୍ରୀଙ୍କୁ ହୃଦୟରୁ କୃତଜ୍ଞତା ଜ୍ଞାପନ କରି ଧନ୍ୟବାଦ ଦେଇଥିଲେ। ଏହି ସାକ୍ଷାତ ସମୟରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।

Chief Minister Naveen Patnaik Naveen Patnaik neet ନିଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସହିତ FTA କୁ ନେଇ ଇୟୁ ମୁଖ୍ୟଙ୍କ ବଡ ବୟାନ: ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ଼ ଝଟକା

January 21, 2026

ଶିଶିର ସରସ ମେଳା ଉଦଯାପିତ: ୧୧ ଦିନରେ ୩୦ କୋଟି ଟଙ୍କାରୁ ଅଧିକ ବ୍ୟବସାୟ

January 21, 2026

ବିଧାନସଭା ସଂସ୍ଥାଗୁଡ଼ିକର କାର୍ଯ୍ୟରେ ଗୁଣାତ୍ମକ ମାନଦଣ୍ଡ ଆବଶ୍ୟକ ଉପରେ ମାନସ ମନ୍ଥନ

January 21, 2026

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା: ପପୁ ପମପମ୍ ଓ ପାରମ୍ପାରିକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

January 21, 2026
Latest News

ଭାରତ ସହିତ FTA କୁ ନେଇ ଇୟୁ ମୁଖ୍ୟଙ୍କ ବଡ ବୟାନ: ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ଼ ଝଟକା

January 21, 2026

ଶିଶିର ସରସ ମେଳା ଉଦଯାପିତ: ୧୧ ଦିନରେ ୩୦ କୋଟି ଟଙ୍କାରୁ ଅଧିକ ବ୍ୟବସାୟ

January 21, 2026

ବିଧାନସଭା ସଂସ୍ଥାଗୁଡ଼ିକର କାର୍ଯ୍ୟରେ ଗୁଣାତ୍ମକ ମାନଦଣ୍ଡ ଆବଶ୍ୟକ ଉପରେ ମାନସ ମନ୍ଥନ

January 21, 2026

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା: ପପୁ ପମପମ୍ ଓ ପାରମ୍ପାରିକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

January 21, 2026

ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୁଝାମଣା ପତ୍ର ସ୍ୱାକ୍ଷରିତ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.