ସୀତାରାମ ଅଗ୍ରୱାଲ
ଚିଲିକା: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ବଡ଼କୁଳ ସ୍ଥିତ ଓଡ଼ିଆର୍ଟ ପରିସରରେ ୮ ତମ ଚିଲିକା ସେଲଡକ ଫୋଳ୍କ କାର୍ନିଭାଲ ଉଦଘାଟିତ ହୋଇଯାଇଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୫ ଦିନ ବ୍ୟାପି ଉକ୍ତ ମହୋତ୍ସବ ପାଳିତ ହେବାକୁ ଥିବା ବେଳେ ଆଜି ପାରମ୍ପରିକ ଭାବେ ଉଦଘାଟିତ ହୋଇଯାଇଛି।ଉଦଘାଟନୀ ଉତ୍ସବରେ ପର୍ଯ୍ୟଟନ ଓ ଅବକାରୀ ମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସଂମାନିତ ଅତିଥି ଭାବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧାରୀ ଗମାଙ୍ଗ, ଓଟିଡିସି ଅଧ୍ୟକ୍ଷ ଲେନୀନ ମହାନ୍ତି, ପଦ୍ମ ଭୂଷିତ ରାଜୀବ ସେଠି, ପୁପିଲ ହୋଟେଲ ରିସର୍ଟ ସିଇଓ ସୁବ୍ରତ ଦାସ ପ୍ରମୁଖ ଯୋଗଦେଇଥିଲେ।
ଦର୍ଶକଙ୍କ ମନ ମୋହିବା ପାଇଁ ଦୀର୍ଘ ପାଞ୍ଚ ଦିନ ବ୍ୟାପି ମହୋତ୍ସବରେ ଦେଶ ବିଦେଶରୁ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବା ବେଳେ ପ୍ରଥମ ସାନ୍ଧ୍ୟ ଅଧିବେଶନରେ ରାଜସ୍ଥାନୀ ଫୋଳ୍କ ଡ୍ୟାନ୍ସ, ରାବଣ ଛାୟା ନାଟକ, ଗିରିଧାରୀ ଗମାଙ୍ଗ ଚାଙ୍ଗୁ ଡ୍ୟାନ୍ସ ଦର୍ଶକଙ୍କୁ ବିମୋହିତ କରିଥିଲା। ଆଶାତୀତ ଦର୍ଶକଙ୍କୁ ନଜରରେ ରଖି ଓଡ଼ିଆର୍ଟ ଏବଂ ସ୍ଥାନୀୟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।
ଉକ୍ତ ମହୋତ୍ସବରେ କମିଟି ଅଧ୍ୟକ୍ଷ ସ୍ବଦେଶ ପଟ୍ଟନାୟକ,ପ୍ରତିଷ୍ଠାତା ପ୍ରସନ୍ନ କୁମାର ଦାଶ, ସଭାପତି ବଂଶୀଧର ଆଚାର୍ଯ୍ୟ, ଉପ ସଭାପତି ନିରଞ୍ଜନ ଦାଶ, ସମ୍ପାଦକ ମାନସ ରଞ୍ଜନ ପଟ୍ଟନାୟକ, ପ୍ରକଳ୍ପ ପରିଚାଳକ ପ୍ରଶାନ୍ତ ଦାଶ, କାର୍ଯ୍ୟ ନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଆଚାର୍ଯ୍ୟ, ସାଂସ୍କୃତିକ ସମ୍ପାଦକ ସୁଶାନ୍ତ କୁମାର ଦାଶ ପ୍ରମୁଖ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।