ପୂର୍ବତନ ସାଂସଦ ମୋହନ ଜେନାଙ୍କର ପରଲୋକ

Published: Dec 12, 2022, 5:31 pm IST
Mohan Jena

ଭୁବନେଶ୍ୱର: ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କର ଆଜି ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା ।

ସେ ଯାଜପୁରରୁ ଦୁଇଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୪ ଓ ୨୦୦୯ ଲୋକସଭା ନିର୍ବାଚନରେ ସେ ବିଜେଡି ଟିକେଟରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏଥିସହିତ ସେ ସଂସଦର ବିଭିନ୍ନ କମିଟିରେ ସଦସ୍ୟ ରହି ଦକ୍ଷତାରେ ସହ କାମ କରିଥିଲେ।

ହେଲେ ୨୦୧୯ ସାଧାରଣ ନିର୍ବାଚନ ବେଳେ ବିଜେପିରେ ଯୋଗ ଦେଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଜେପିର ଅନ୍ୟତମ ଶୀର୍ଷ ନେତା ଅରୁଣ ସିଂହଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଥିଲେ।

Related posts