ପୂର୍ବତନ ସାଂସଦ ମୋହନ ଜେନାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Published: Dec 12, 2022, 6:39 pm IST

ଭୁବନେଶ୍ବର: ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ କଲ୍ୟାଣ ପାଇଁ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ମୋହନ ଜେନା ଯାଜପୁରରୁ ଦୁଇଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୪ ଓ ୨୦୦୯ ଲୋକସଭା ନିର୍ବାଚନରେ ସେ ବିଜେଡି ଟିକେଟରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏଥିସହିତ ସେ ସଂସଦର ବିଭିନ୍ନ କମିଟିରେ ସଦସ୍ୟ ରହି ଦକ୍ଷତାରେ ସହ କାମ କରିଥିଲେ। ୨୦୧୯ ସାଧାରଣ ନିର୍ବାଚନ ବେଳେ ବିଜେପିରେ ଯୋଗ ଦେଇଥିଲେ।

Related posts