ସୋଆ ପକ୍ଷରୁ ଟ୍ରାଫିକ୍ ସଚେତନତା ଅଭିଯାନ

Published: Dec 14, 2022, 6:55 am IST

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ମଙ୍ଗଳବାର ଏକ ସପ୍ତାହ ବ୍ୟାପୀ ଟ୍ରାଫିକ ସଚେତନତା ଅଭିଯାନ ଆରମ୍ଭ ହୋଇଛି। ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) କ୍ୟାମ୍ପସ୍ ସମ୍ମୁଖରେ ଏହି ଟ୍ରାଫିକ୍ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।

ପ୍ରତ୍ୟେକ ଜୀବନ ମୂଲ୍ୟବାନ। ତେଣୁ ଦୁର୍ଘଟଣାରେ ଘଟୁଥିବା ଅଘଟଣକୁ ରୋକିବା ଦିଗରେ ପ୍ରୟାସ କରି ସିଟ୍‌ବେଲ୍ଟ ଓ ହେଲ୍‌ମେଟର ବ୍ୟବହାର ଦିଗରେ ଛାତ୍ରଛାତ୍ରୀ ଓ ଅଧ୍ୟାପକ-ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ସଚେତନ କରାଇଛନ୍ତି ସୋଆ କର୍ତୃପକ୍ଷ।

ଏହି ଅବସରରେ ସୋଆର କୁଳାଧିପତି ପ୍ରଫେସର ଦେବୀ ପ୍ରସାଦ ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଇଟିଇଆର୍‌ରେ ପଢ଼ୁଥିବା ଛାତ୍ରଛାତ୍ରୀ ଓ ଅଧ୍ୟାପକ-ଅଧ୍ୟାପିକା ଓ କର୍ମଚାରୀମାନେ କିଭଳି ଏଭଳି ଅଘଟଣରୁ ରକ୍ଷା ପାଇପାରିବେ ସେ ବିଷୟରେ ସଚେତନ କରାଇଥିଲେ।

ଏହି ସଚେତନତା ଅଭିଯାନରେ ସୋଆ ପକ୍ଷରୁ ହେଲ୍‌ମେଟ ପିନ୍ଧି ଆସିଥିବା ଛାତ୍ରମାନଙ୍କୁ ହଳଦିଆ ଗୋଲାପ ସହ ଛାତ୍ରୀମାନଙ୍କୁ ହଳଦିଆ ଗୋଲାପ ସହ ଚକଲେଟ୍ ଦେଇ ଧନ୍ୟବାଦ ଦିଆଯାଇଥିଲା।

ସେହିପରି ହେଲ୍‌ମେଟ ନ ପିନ୍ଧି ଆସିଥିବା ଛାତ୍ରମାନଙ୍କୁ ନାଲି ଗୋଲାପ ସହ ଛାତ୍ରୀମାନଙ୍କୁ ନାଲି ଗୋଲାପ ଓ ଚକ୍‌ଲେଟ୍ ଦେଇ ହେଲ୍‌ମେଟ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଥିଲା।

ଏହି କାର୍ଯକ୍ରମରେ ଆଇଟିଇଆର୍ ଡିନ୍ ପ୍ରଫେସର ପ୍ରଦୀପ କୁମାର ସାହୁ, ଡାଇରେକ୍ଟର ରିସୋର୍ସେସ୍ ତଥା ସିଭିଓ ଯୁଗଳ କିଶୋର ଦାସ, ଲ’ ଡାଇରେକ୍ଟର ସଞ୍ଜୟ କୁମାର ସାହୁଙ୍କ ସମେତ ଆଇଟିଇଆର୍‌ର ଅନ୍ୟାନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ। ଏହି ସଚେତନତା କାର୍ଯ୍ୟକ୍ରମକୁ ସୋଆର ଆସିଷ୍ଟାଂଟ ମ୍ୟାନେଜର ସିଦ୍ଧାର୍ଥ ଦାସ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମ ଆଇଟିଇଆର୍ କ୍ୟାମ୍ପସରେ ସପ୍ତାହବ୍ୟାପି ଚାଲିବ।

Related posts