Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହା ପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ଏବଂ ଧାମରା ବନ୍ଦର ମଧ୍ୟରେ ୱିଣ୍ଡୋ ଟ୍ରେଲିଂ ନିରୀକ୍ଷଣ
ଆଜିର ଖବର

ମହା ପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ଏବଂ ଧାମରା ବନ୍ଦର ମଧ୍ୟରେ ୱିଣ୍ଡୋ ଟ୍ରେଲିଂ ନିରୀକ୍ଷଣ

December 15, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପ ନାରାୟଣ ସୁନକର ଭଦ୍ରକ ରେଳ ଷ୍ଟେସନର ନିରୀକ୍ଷଣ ଏବଂ ଭୁବନେଶ୍ୱରରୁ ଧାମରା ବନ୍ଦର ପର୍ଯ୍ୟନ୍ତ (ଭଦ୍ରକ ମଧ୍ୟ ଦେଇ) ୱିଣ୍ଡୋ ଟ୍ରେଲିଂ ନିରୀକ୍ଷଣ କରିବା ସହ ବନ୍ଦରକୁ ଉନ୍ନତ ସଂଯୋଗ ତଥା ସୁବିଧା ଯୋଗାଇବା ପାଇଁ ଭଦ୍ରକ ଏବଂ ଧାମରା ମଧ୍ୟରେ ଥିବା ବିଭିନ୍ନ ଭିତ୍ତିଭୂମି କାର୍ଯ୍ୟ ଗୁଡିକର ସମୀକ୍ଷା ମଧ୍ୟ କରିଥିଲେ।

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓଡିଶାକୁ ବିଶେଷ ଧ୍ୟାନ ଦେଉଛନ୍ତି ଏବଂ ଓଡିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ରେଳମନ୍ତ୍ରୀଙ୍କ ନିରନ୍ତର ତଦାରଖ ଏବଂ ପ୍ରାଥମିକତା ଅଧୀନରେ ରହିଛି। ମାନ୍ୟବର ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଶ୍ରୀ ସୁନକର ଭଦ୍ରକ ରେଳ ଷ୍ଟେସନରେ ଉପଲବ୍ଧ ବିଭିନ୍ନ ଯାତ୍ରୀ ସୁବିଧା ଗୁଡିକର ଯାଞ୍ଚ କରିଛନ୍ତି। ମହା ପ୍ରବନ୍ଧକ ଭଦ୍ରକ ଏବଂ ଧାମରା ବନ୍ଦର ମଧ୍ୟରେ ଚାଲିଥିବା ରେଳ ଦୋହରୀକରଣ କାର୍ଯ୍ୟର ସମୀକ୍ଷା କରିବା ସହ ବିଭିନ୍ନ କାର୍ଯ୍ୟର ଅଗ୍ରଗତି ବିଷୟରେ ମଧ୍ୟ ପଚାରି ବୁଝିଥିଲେ।

ମହାପ୍ରବନ୍ଧକ ଶ୍ରୀ ସୁନକର ଭୁବନେଶ୍ୱରରୁ ଭଦ୍ରକ ଏବଂ ଧାମରା ପୋର୍ଟ କମ୍ପାନୀ ଲିମିଟେଡ୍ (ଡିପିସିଏଲ) ସାଇଡିଂ ପର୍ଯ୍ୟନ୍ତ ୱିଣ୍ଡୋ ଟ୍ରେଲିଂ ଯାଞ୍ଚ କରିବା ସହିତ ବିଭିନ୍ନ ସମସ୍ୟା ବିଷୟରେ ପଚାରି ବୁଝିଥିଲେ। ଡିପିସିଏଲ ପୂର୍ବତଟ ରେଳପଥ ସହ କୋଇଲା, ଚୂନ ପଥର, ସାର, ଲୁହାପଥର ଇତ୍ୟାଦି ସାମଗ୍ରୀ ଲୋଡିଂ କାରବାର କରିଥାଏ।

ଏହି ନିରୀକ୍ଷଣ ସମୟରେ ଶ୍ରୀ ସୁନକର ଧାମରା ବନ୍ଦର କମ୍ପାନୀ ଲିମିଟେଡ୍ (ଡିପିସିଏଲ) ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ମିଶ୍ର ଏବଂ ଡିପିସିଏଲର ଅନ୍ୟ ଅଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।

ଭଦ୍ରକ ରେଳ ଷ୍ଟେସନର ନିରୀକ୍ଷଣ ସମୟରେ ଶ୍ରୀ ସୁନକର ଯାତ୍ରୀ ମାନଙ୍କୁ ଦିଆଯାଉଥିବା ମୌଳିକ ସୁବିଧା ତଥା ଆବଶ୍ୟକତା ଗୁଡିକ ଯେପରି ଯାତ୍ରୀମାନଙ୍କୁ ସହାୟକ ହୋଇପାରିବ ସେଥିପ୍ରତି ଧ୍ୟାନଦେବାକୁ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଶୀଘ୍ର ସମାପ୍ତି ପାଇଁ ଧ୍ୟାନ ଦେବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

ଏହି ନିରୀକ୍ଷଣ ସମୟରେ ମହାପ୍ରବନ୍ଧଙ୍କକ ସହିତ ଖୋର୍ଦ୍ଧା ରୋଡ ରେଳମଣ୍ଡଳର ମଣ୍ଡଳ ରେଳ ପ୍ରବନ୍ଧକ ରିଙ୍କେଶ ରାୟଙ୍କ ସମେତ ପୂର୍ବତଟ ରେଳପଥ ମୁଖ୍ୟାଳୟ ଓ ଖୋର୍ଦ୍ଧା ରୋଡ ରେଳମଣ୍ଡଳର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଅଶ୍ୱିନୀ ବୈଷ୍ଣବ ପୂର୍ବତଟ ରେଳପଥ ଭଦ୍ରକ ରେଳ ଷ୍ଟେସନ ମହା ପ୍ରବନ୍ଧକ ରୂପ ନାରାୟଣ ସୁନକର
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026

ଅନୁଗୋଳ ମହୋତ୍ସବ-୨୦୨୬: ୫୫୯ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 17, 2026
Latest News

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026

ଅନୁଗୋଳ ମହୋତ୍ସବ-୨୦୨୬: ୫୫୯ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 17, 2026

ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.