Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ କୋଲ ଇଣ୍ଡିଆର ପ୍ରଥମ ଇଣ୍ଡଷ୍ଟ୍ରିଆଲ୍ ରିଲେସନ୍ସ କନ୍‌କ୍ଲେଭ
ଆଜିର ଖବର

ଭୁବନେଶ୍ୱରରେ କୋଲ ଇଣ୍ଡିଆର ପ୍ରଥମ ଇଣ୍ଡଷ୍ଟ୍ରିଆଲ୍ ରିଲେସନ୍ସ କନ୍‌କ୍ଲେଭ

December 16, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କୋଲ ଇଣ୍ଡିଆ ଲିମିଟେଡ୍‌ର ପ୍ରଥମ ଇଣ୍ଡଷ୍ଟ୍ରିଆଲ୍ ରିଲେସନ୍ସ (ଆଇଆର) କନ୍‌କ୍ଲେଭ-୨୦୨୨ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। “ବ୍ୟବସାୟ ସକ୍ଷମ ଆଇଆର ପରିବେଶ ସୃଷ୍ଟି” ଥିମ୍‌କୁ ନେଇ ଆୟୋଜିତ ଏହି ଦୁଇ ଦିନିଆ କନ୍‌କ୍ଲେଭକୁ କୋଲ ଇଣ୍ଡିଆ ଲିମିଟେଡ୍‌ର ନିର୍ଦ୍ଦେଶକ (ପର୍ସନାଲ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍ ରିଲେସନ୍ସ (ଆଇଆର) ବିନୟ ରଞ୍ଜନ ଉଦ୍‌ଘାଟନ କରିଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ କେଶବ ରାଓ, ନିର୍ଦ୍ଦେଶକ (ପର୍ସନାଲ) ମହାନଦୀ କୋଲଫିଲ୍ଡ ଲିମିଟେଡ୍ (ଏମସିଏଲ୍‌)-ସମ୍ବଲପୁର, ଏଚ୍ ଏନ୍ ମିଶ୍ର, ନିର୍ଦ୍ଦେଶକ (ପର୍ସନାଲ), ସେଣ୍ଟ୍ରାଲ କୋଲଫିଲ୍ଡ ଲିମିଟେଡ୍ (ସିସିଏଲ୍‌)-ରାଞ୍ଚି, ମନୀଷ କୁମାର, ନିର୍ଦ୍ଦେଶକ (ପର୍ସନାଲ), ଉତ୍ତରାଞ୍ଚଳ କୋଲଫିଲ୍ଡ ଲିମିଟେଡ୍ (ଏନ୍‌ସିଏଲ୍‌), ଆହୁତି ଏ, ନିର୍ଦ୍ଦେଶକ (ପର୍ସନାଲ), ଇଷ୍ଟର୍ଣ୍ଣ କୋଲଫିଲ୍ଡ ଲିମିଟେଡ୍ (ଇସିଏଲ୍‌), ଅଜୟ ଚୌଧୁରୀ, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ପର୍ସନାଲ), କୋଲ ଇଣ୍ଡିଆ ଉପସ୍ଥିତ ଥିଲେ।

ଏହି କନ୍‌କ୍ଲେଭକୁ ଉଦ୍‌ଘାଟନ କରି ବିନୟ ରଞ୍ଜନ, ନିର୍ଦ୍ଦେଶକ (ପର୍ସନାଲ ଆଣ୍ଡ ଆଇଆର) କହିଛନ୍ତି, ଏହି ଦୁଇଦିନିଆ କନ୍‌କ୍ଲେଭ୍ କୋଇଲା କମ୍ପାନୀର ଏଚ୍‌ଆର୍ ପ୍ରଫେସନାଲମାନଙ୍କୁ ସେମାନଙ୍କର କାର୍ଯ୍ୟର ଅଭିଜ୍ଞତା ବାଣ୍ଟିବା ସହିତ ବିଶେଷଜ୍ଞଙ୍କଠାରୁ ପରାମର୍ଶ ଗ୍ରହଣ କରିବାର ସୁଯୋଗ ପ୍ରଦାନ କରିବ।

ସ୍ୱାଗତ ଭାଷଣ ମାଧ୍ୟମରେ ଆଇଆର କନ୍‌କ୍ଲେଭ ବିଷୟବସ୍ତୁର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱ ଦେଇ ଏମସିଏଲ୍ ନିର୍ଦ୍ଦେଶକ (ପର୍ସନାଲ) କେଶବ ରାଓ କହିଛନ୍ତି, କନ୍‌କ୍ଲେଭରେ ଥିବା ବିଷୟଗୁଡିକ କେବଳ ସାମ୍ପ୍ରତିକ ପରିସ୍ଥିତିରେ ପ୍ରାସଙ୍ଗିକ ନୁହେଁ, ବରଂ ଏଚ୍‌ଆର୍ ପ୍ରଫେସନାଲମାନଙ୍କ ମଧ୍ୟରେ ଜବରଦସ୍ତ ବିଚାର ଓ ବିତର୍କ ସୃଷ୍ଟି କରିବାରେ ସକ୍ଷମ।
କୋଲ ଇଣ୍ଡିଆ ଦେଶର ପ୍ରମୁଖ କର୍ପୋରେଟ୍‌ମାନଙ୍କ ମଧ୍ୟରେ ରହିଛି ଏବଂ ବିକାଶଶୀଳ ଅର୍ଥନୀତି ପାଇଁ ବଢୁଥିବା ଶକ୍ତି ଆବଶ୍ୟକତାକୁ ସଫଳତାର ସହ ପୂରଣ କରିବ ବୋଲି ଶ୍ରୀ ରାଓ କହିଛନ୍ତି।

କୋଭିଡ୍ ଲକ୍‌ଡାଉନ ସମୟରେ ପରିସ୍ଥିତି ବିଷୟରେ ଉଲ୍ଲେଖ କରି ଶ୍ରୀ ରାଓ କହିଛନ୍ତି, ଦୀର୍ଘଦିନର ତାଲାବନ୍ଦ ଓ ଜୀବନ ପ୍ରତି ବିପଦ ସତ୍ତ୍ୱେ କୋଲ ଇଣ୍ଡିଆର କର୍ମଚାରୀମାନେ ଦୃଢ ଭାବେ ଠିଆ ହୋଇଥିଲେ। ଉତ୍ତାପ, ଧୂଳି, ଥଣ୍ଡା ଓ ବର୍ଷାରେ କଠିନ ପରିଶ୍ରମ କରି ଦେଶର ବିଦ୍ୟୁତ ସଙ୍କଟକୁ ଦୂର କରିବା ପାଇଁ ବହୁ ପରିମାଣର କୋଇଲା ଉତ୍ତୋଳନ କରିଥିଲେ। କୋଇଲା ଉତ୍ତୋଳନ ଓ ବିତରଣ ମାଧ୍ୟମରେ ବର୍ଦ୍ଧିତ ଚାହିଦା ମେଣ୍ଟାଇ ଦେଶର ଆଶା ପୂରଣ କରିପାରିଥିବାରୁ ଆମେ ଗର୍ବିତ ବୋଲି ସେ କହିଛନ୍ତି।

ଏହି ଦୁଇଦିନବ୍ୟାପୀ କନ୍‌କ୍ଲେଭରେ ବିଭିନ୍ନ ପ୍ରସଙ୍ଗରେ ୧୪ଜଣ ବିଶେଷଜ୍ଞ ସେମନଙ୍କ ମଦ ଉପସ୍ଥାପନ କରିବେ।

କୋଲ ଇଣ୍ଡିଆ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ଷିତ ରାଣାଙ୍କ ବଦଳ ଖେଳାଳି ଘୋଷଣା କଲା ବିସିସିଆଇ: ସାମିଲ ହେଲେ ଏହି ଘାତକ ବୋଲର

February 7, 2026

ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ

February 7, 2026

ସରକାରୀ କର୍ମଚାରୀଙ୍କ ଯାତ୍ରା ଭତ୍ତା ଦାବି ପାଇଁ ମୋଟର କ୍ୟାବ୍ ଭଡ଼ା ଦର ନିର୍ଦ୍ଧାରଣ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ

February 7, 2026

ସ୍ୱତନ୍ତ୍ର ଏଆଇ ପାର୍କ ପ୍ରତିଷ୍ଠା କରିବ ଓଡ଼ିଶା: ସର୍ବମ ସହିତ ସ୍ୱାକ୍ଷର କଲା ବୁଝାମଣାପତ୍ର

February 7, 2026
Latest News

ହର୍ଷିତ ରାଣାଙ୍କ ବଦଳ ଖେଳାଳି ଘୋଷଣା କଲା ବିସିସିଆଇ: ସାମିଲ ହେଲେ ଏହି ଘାତକ ବୋଲର

February 7, 2026

ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ

February 7, 2026

ସରକାରୀ କର୍ମଚାରୀଙ୍କ ଯାତ୍ରା ଭତ୍ତା ଦାବି ପାଇଁ ମୋଟର କ୍ୟାବ୍ ଭଡ଼ା ଦର ନିର୍ଦ୍ଧାରଣ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ

February 7, 2026

ସ୍ୱତନ୍ତ୍ର ଏଆଇ ପାର୍କ ପ୍ରତିଷ୍ଠା କରିବ ଓଡ଼ିଶା: ସର୍ବମ ସହିତ ସ୍ୱାକ୍ଷର କଲା ବୁଝାମଣାପତ୍ର

February 7, 2026

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.