ଅନୁପସ୍ଥିତ ଶିକ୍ଷକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଲା ସ୍କୁଲ ଓ ଗଣଶିକ୍ଷା ବିଭାଗ

Published: Dec 19, 2022, 11:12 pm IST
School Mass Education

ଭୁବନେଶ୍ୱର: ବିଭିନ୍ନ ସ୍କଲରେ ଶିକ୍ଷକମାନେ ଦୀର୍ଘମାସ ଧରି ଅନୁପସ୍ଥିତକୁ ନେଇ ରାଜ୍ୟ ସରକାର ତନାଘନା କରିଛନ୍ତି। ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ୨୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏତଦ୍‌ବ୍ୟତୀତ ୧୫୪ ଜଣ ପ୍ରାଥମିକ ଶିକ୍ଷକଙ୍କୁ ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ନେଇ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି ।

ସେହିପରି ପ୍ରାଥମିକ ବର୍ଗର କନିଷ୍ଠ ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ୯୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରିରୁ ବହିଷ୍କୃତ କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ। ଆଗାମୀ ଦିନରେ ଏହି ସମୀକ୍ଷା ପ୍ରକି୍ରୟାକୁ ଅଧିକ ତ୍ୱରାନ୍ୱିତ କରାଯିବା ସହ ଏଭଳି କାର୍ଯ୍ୟ କ୍ଷେତ୍ରରେ ଅବହେଳାକୁ ଉଚିତ ଦଣ୍ଡବିଧାନ କରାଯିବ।

Related posts