Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ “ଶିଶୁଙ୍କ ପାଇଁ ଦିନଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଜିର ଖବର

ଖୋର୍ଦ୍ଧାରେ “ଶିଶୁଙ୍କ ପାଇଁ ଦିନଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ

December 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଆନୁକୁଲ୍ୟରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ “ଶିଶୁଙ୍କ ପାଇଁ ଦିନଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିଲେ। ଖୋର୍ଦ୍ଧା ଜିଲ୍ଲାରେ ଶିଶୁ ସୁରକ୍ଷା ସମ୍ବନ୍ଧିତ ସମସ୍ତ ସମସ୍ୟା ଏବଂ ଏହାର ସମାଧାନ ଏହି କାର୍ଯ୍ୟକ୍ରମରେ ଆଲୋଚନା ହୋଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଏଡିଏମଓ ଡଃ ରଘୁନାଥ ନାୟକ, ଡିଏସପିଓ ପି ପାତ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ତରାଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ମିଶ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିପ୍ଲବ କେଶରୀ ସାମନ୍ତରାୟ, ନେହୁରୁ ଯୁବକେନ୍ଦ୍ରର ବିଶ୍ଵଜୀତ ରାଉତରାୟ, ଜିଲ୍ଲା ଶ୍ରମ ଅଧିକାରୀ ପ୍ରଣବ ପାତ୍ରୋ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇ ଶିଶୁ ସୁରକ୍ଷା, ଶିଶୁ ଅଧିକାର, ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ରୂପେ ଜିଲ୍ଲାରେ ବନ୍ଦ କରିବା ସହିତ ଶିଶୁ ଶ୍ରମିକ, ଶିଶୁ ଭିକ୍ଷା ବୃତ୍ତିକୁ କିପରି ରୋକାଯାଇପାରିବ ତାହା ଆଲୋଚନା ହୋଇ ଆଗାମୀ କାର୍ଯ୍ୟପନ୍ଥାମାନ ଗ୍ରହଣ କରାଯାଇଥିଲା। ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବାଣିଶ୍ରୀ ପଟ୍ଟନାୟକ କାର୍ଯ୍ୟକ୍ରମ ବିଷୟରେ ପ୍ରାରମ୍ଭିକ ସୂଚନା ଦେଇଥିଲେ।

ଏହି ଅବସରରେ ଗତ ଡିସେମ୍ବର ୪ ତାରିଖରେ ଜିଲ୍ଲାରେ ଅନୁଷ୍ଠିତ ହୋଇଥିବା ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗୀତାରେ ଭାଗ ନେଇଥିବା କୃତି ପ୍ରତିଯୋଗୀତାମାନଙ୍କୁ ଜିଲ୍ଲାପାଳ ପ୍ରମାଣ ପତ୍ର ଏବଂ ଟ୍ରଫି ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ଏଲପିଓ ସୌମେନ୍ଦ୍ର ନାୟକ, ରଞ୍ଜନ କୁମାର ଗୋଛାୟତ, ଅନୁପ କୁମାର ବେହେରା, ରୀତାଞ୍ଜଳି ମହାନ୍ତି, ମାନସ୍ଵିନୀ ମହାପାତ୍ର, ଅର୍ଚ୍ଚନା ରୟ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।

କେ. ସୁଦର୍ଶନ ଚକ୍ରବର୍ତ୍ତୀ ଖୋର୍ଦ୍ଧା ଶିଶୁଙ୍କ ପାଇଁ ଦିନଟିଏ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026
Latest News

UPIକୁ ବଡ଼ ଝଟକା! ୧୦ ଅକ୍ଟୋବରରୁ ପେମେଣ୍ଟ ନେବନି ଏହି କମ୍ପାନୀ, ୦.୪% MDRକୁ ନେଇ ବଢ଼ିଲା ଚିନ୍ତା

October 5, 2026

ଘରେ ତିଆରି କରନ୍ତୁ ଭେଣ୍ଡି ହେୟାର୍ ସ୍ପା ଜେଲ୍: ବିନା କେମିକାଲ୍‌ରେ କେଶ ହେବ କେରାଟିନ୍ ପରି କୋମଳ ଓ ସିଧା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.