Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜ୍ଞାନ ଓ ବିଜ୍ଞାନ ସମିଶ୍ରଣରେ ପୂର୍ଣ୍ଣାଙ୍ଗ ଛାତ୍ରର ସୃଷ୍ଟି: ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳାରେ ବିଧାୟକ ଡ଼ଃ ଅରୁଣ ସାହୁ
ଆଜିର ଖବର

ଜ୍ଞାନ ଓ ବିଜ୍ଞାନ ସମିଶ୍ରଣରେ ପୂର୍ଣ୍ଣାଙ୍ଗ ଛାତ୍ରର ସୃଷ୍ଟି: ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳାରେ ବିଧାୟକ ଡ଼ଃ ଅରୁଣ ସାହୁ

December 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର/ଓଡଗାଁ: ନୟାଗଡ଼ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ଓଡଗାଁ ସ୍ଥିତ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଅକ୍ରୁର ବାରିକଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା।

ମଣ୍ଡଳ ଶିକ୍ଷା ଅଧିକାରୀଣୀ ଗୀତାଞ୍ଜଳୀ ସାହୁ ପରିଚୟ ପ୍ରଦାନ କରି ସଭା କାର୍ଯ୍ୟ ପରିଚାଳନା କରିଥିଲେ। ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଞ୍ଜିନିଅର ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ବ୍ଳକ ଅଧ୍ୟକ୍ଷ ଲୋକନାଥ ସାହୁ, ସମାଜସେବୀ ବିଭୁପ୍ରସାଦ ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ବସନ୍ତ କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ।

ପ୍ରଥମେ ପ୍ରଭୁ ରଘୁନାଥଙ୍କ ଫଟୋ ଚିତ୍ରରେ ପୁଷ୍ପ, ଧୂପ, ଦୀପ ପ୍ରଜ୍ୱଳନ କରି ଆନୁଷ୍ଠାନିକ ଭାବରେ ବିଜ୍ଞାନ ମେଳା କାର୍ଯ୍ୟକ୍ରମକୁ ଆରମ୍ଭ କରାଯାଇଥିଲା। ଜିଲ୍ଲାର ପ୍ରତି ବ୍ଳକରୁ ୧୩ଟି ଲେଖାଏଁ ମନୋନୀତ ହୋଇଆସିଥିବା ମୋଟ ୧୦୪ ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ବିଚାରକ ରୂପେ ରଘୁନାଥ ସମବାୟ ମହାବିଦ୍ୟାଳୟର ପଦ୍ମଚରଣ ସାହୁ, ପ୍ରସନ୍ନ କୁମାର ଦାଶ, ପବିତ୍ର କୁମାର ସାହୁ, ନୟାଗଡ଼ ଅଟୋନୋମସ କଲେଜର ଗିତାଞ୍ଜଳୀ ତ୍ରିପାଠୀ, ପ୍ରସନ୍ନ କୁମାର ବସନ୍ତିଆ, ବଉଳସାହି କଲେଜର ଆଲୋକ କୁମାର ସାମନ୍ତରା ଯୋଗଦେଇ ପ୍ରକଳ୍ପଗୁଡିକର ମୂଲ୍ୟାୟନ କରିଥିଲେ।

ସମସ୍ତ ପ୍ରକଳ୍ପ ଧାରୀ ମାନଙ୍କୁ ପ୍ରଶଂସା ପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା। ବରିଷ୍ଠ ବିଭାଗରୁ ଓମ ପ୍ରକାଶ ପାତ୍ର, ବୈଷ୍ଣବୀ ରାଣୀ ସାହୁ, ରିତାଞ୍ଜଳୀ ସାହୁ, ତୁଳସୀ ନାୟକ, ଅଭିପ୍ସା ଚମ୍ପତି, ଗାୟତ୍ରୀ ନାୟକ, ସାଗରିକା ପ୍ରଧାନ ରାଜ୍ୟ ସ୍ତରର ବିଜ୍ଞାନ ମେଳାରେ ଅଂଶ ଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି।

ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ବିଧାୟକ ଡ଼ ଅରୁଣ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଞ୍ଜିନିଅର ଦେବାଶିଷ ପଟ୍ଟନାୟକ, ଜିଲ୍ଲା ପରିଷଦ ରାମେଶ୍ୱର ଶତ୍ପଥି, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ ବସନ୍ତ କୁମାର ନାୟକ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ମାନସରଞ୍ଜନ ଷଡ଼ଙ୍ଗୀ, ଲୋକନାଥ ସାହୁ, ବିରଜାଲକ୍ଷ୍ମୀ ସାହୁ, ଝିଲ୍ଲୀ ପ୍ରଧାନ, ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ। ଓଡଗାଁ ବ୍ଲକ ଶିକ୍ଷା ଅଧିକାରିଣୀ ଗିତାଞ୍ଜଳୀ ସାହୁ ମଞ୍ଚ ସଞ୍ଚାଳନ କରିଥିଲେ। ବିଧାୟକ ଶ୍ରୀ ସାହୁ କହିଥିଲେ ଯେ, ଜ୍ଞାନ ଓ ବିଜ୍ଞାନ ସମିଶ୍ରଣରେ ପୂର୍ଣ୍ଣାଙ୍ଗ ଛାତ୍ରର ସୃଷ୍ଟି ସମ୍ଭବ।

ପ୍ରଧାନ ଶିକ୍ଷକ ବିଜୟ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ସମସ୍ତ ସଂଘର କର୍ମକର୍ତ୍ତା, ଜିଲ୍ଲା ବିଜ୍ଞାନ ମେଳା କମିଟି ଓ ରାଧାକାନ୍ତ ବାଳିକା ଉଚ୍ଚବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ସମସ୍ତ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ, ବିଭିନ୍ନ ବ୍ଳକର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହଯୋଗରେ ବିଜ୍ଞାନ ମେଳା କାର୍ଯ୍ୟକ୍ରମ କୁ ଭକ୍ତ ରଞ୍ଜନ ମିଶ୍ର, ଭକ୍ତ ବଲଭ ବଟକୃଷ୍ଣ ମିଶ୍ର, ଜ୍ୟୋତି ରଞ୍ଜନ ଦାଶ, ପଞ୍ଚାନନ ପଣ୍ଡା, ଶୁସେନ୍ଦୁ ଷଡ଼ଙ୍ଗୀ, ଭାବଗ୍ରାହୀ ମହାପାତ୍ର, ରଞ୍ଜନ କୁମାର ଦାଶ, ଦେବାଶିଷ ଦାଶ, ସୁଶୀଲ କୁମାର ରଣା, ଏକଲବ୍ୟ ଦାଶ, ଭାବଗ୍ରାହୀ ମହାପାତ୍ର, ଗିରିଜା ଶଙ୍କର ମହାପାତ୍ର, ଚିତ୍ତ ରଞ୍ଜନ ମିଶ୍ର ପରିଚାଳନା କରିଥିଲେ।

ଡ ଅରୁଣ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.