ଖୋର୍ଦ୍ଧା: ୭ ଲକ୍ଷରୁ ଉର୍ଦ୍ଧ୍ଵ ମୂଲ୍ୟର ବ୍ରାଉନ ସୁଗାର ଜବତ, ମହିଳା ଗିରଫ

Published: Dec 21, 2022, 10:31 am IST

ଖୋର୍ଦ୍ଧା: ଖୋର୍ଦ୍ଧା ଅବକାରୀ ବିଭାଗ ୭ ଲକ୍ଷରୁ ଉର୍ଦ୍ଧ୍ଵ ମୂଲ୍ୟର ବ୍ରାଉନ ସୁଗାର ଜବତ କରିବା ସହ ଜଣେ ମହିଳାଙ୍କୁ ଗିରଫ କରିଛି। ସୂଚନା ମୁତାବକ ଗତକାଲି ସକାଳେ ଟାଉନ ଥାନା ବଡ଼ ଶବର ସାହିରେ ନିଶା କାରବାର ଚାଲିଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଜଣେ ୩୫ ବର୍ଷିୟା ମହିଳା ଅଭିଯୁକ୍ତ ଗିରଫ ହେବା ସହ ତାଙ୍କ ନିକଟରୁ ୭୮ ଗ୍ରାମ ଓଜନର ବ୍ରାଉନ ସୁଗାର (ଆନୁମାନିକ ମୂଲ୍ୟ ୭ ଲକ୍ଷ ୮୦ ହଜାର) ଜବତ କରିଛି ଅବକାରି ବିଭାଗ।

ଏହି ପରିପ୍ରେକ୍ଷୀରେ ଅଭିଯୁକ୍ତ ଙ୍କ ବିରୁଦ୍ଧରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ପିଆର ନମ୍ବର ୬୫/୨୨-୨୩ ରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ଜଣାପଡିଛି।

ଉକ୍ତ ଚଢ଼ାଉରେ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ, ଜିଲ୍ଲା ଭ୍ରାମ୍ୟମାଣ ଅବକାରୀ ଏସଆଇ ବି ମନୋଜ କୁମାର, ବେଗୁନିଆ ଅବକାରୀ ଅଧିକାରୀ ରାଜେନ୍ଦ୍ର ଜୈସ ଏବଂ ଖୋର୍ଦ୍ଧା, ବେଗୁନିଆ ଓ ଜଟଣୀ ଅବକାରୀ ଥାନା କର୍ମଚାରୀ ମାନେ ସାମିଲ ଥିଲେ।

Related posts