Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆୟୋଜିତ ହେଲା ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌”
ଆଜିର ଖବର

ଆୟୋଜିତ ହେଲା ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌”

December 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
DAV Pokhariput
ଆୟୋଜିତ ହେଲା ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌”

ଭୁବନେଶ୍ୱର: ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌” ଏକ ରଂଗାରଂଗ ପରିବେଷ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ରୀତିରେ ବେଦମନ୍ତ୍ର ପାଠ ପରେ ଡିଏଭି ଗାନ କରାଯାଇଥିଲା। ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ସମୂହ ସଂଗୀତ ଗାନ କରାଯାଇ ବାର୍ଷିକ ଉତ୍ସବର ଶୁଭ ଉଦ୍‍ଘାଟନ କରାଯାଇଥିଲା। ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍‍ ଡକ୍ଟର ଅରୁଣ କୁମାର ରଥ ଅତିଥିମାନଙ୍କର ସ୍ୱାଗତ ପରିଚୟ ପ୍ରଦାନ କରିଥିଲେ।

ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀଯୁକ୍ତ ବିଶାଲ କୁମାର ଦେବ ଯୋଗ ଦାନ କରି ‘କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି’ ବୋଲି ମତବ୍ୟକ୍ତ କରିଥିଲେ। ଡିଏଭି ବିଦ୍ୟାଳୟ ସମୂହର ଆଞ୍ଚଳିକ ନିର୍ଦ୍ଦେଶକ ଡ. କେ. ସି. ଶତପଥୀ ମାତାପିତା, ଶିକ୍ଷକ ତଥା ଗୁରୁଜନମାନଙ୍କୁ ଯଥୋଚିତ ସମ୍ମାନ ପ୍ରଦର୍ଶନ କଲେ ବିଦ୍ୟାର୍ଥୀମାନେ ସଫଳତା ଲାଭ କରିପାରିବେ ବୋଲି କହିଥିଲେ।

ବିଦ୍ୟାଳୟର ଅଧ୍ୟକ୍ଷା ତଥା ସହ ଆଞ୍ଚଳିକ ଅଧିକାରୀ ଡ. ସୁଜାତା ଚଳିତ ବର୍ଷର ବିବିଧ କାର୍ଯ୍ୟକ୍ରମ ତଥା କୃତିତ୍ୱ ସମ୍ବନ୍ଧୀୟ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ପ୍ରତିଭା ସମ୍ପନ୍ନ ଛାତ୍ରଛାତ୍ରୀ, ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର କୃତିତ୍ୱଧାରୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଜର କର୍ମ ନିପୁଣତା ପାଇଁ ପୁରସ୍କୃତ କରାଯାଇଥିଲା।

ବିଦ୍ୟାଳୟର ସାଂସ୍କୃତିକ ବିଭାଗର ମୁଖ୍ୟ ସଂଯୋଜିକା ସାରଦା ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାୟ ୬୦୦ ବିଦ୍ୟାର୍ଥୀଙ୍କ ଦ୍ୱାରା ଆକର୍ଷଣୀୟ ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମକୁ ୩୦୦୦ରୁ ଊର୍ଦ୍ଧ୍ୱ ଦର୍ଶକ ମନଭରି ଉପଭୋଗ କରି କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ।

ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗନୃତ୍ୟ, ମାଜେଷ୍ଟିକ୍ ହିମାଳୟ, ରାଜସ୍ଥାନୀ ଲୋକନୃତ୍ୟ, କ୍ରିସ୍‌ମାସ୍ କ୍ରେଜ୍‌, ଡ୍ୟାନସ୍ ଡ୍ରାମା ଆଦି କାର୍ଯ୍ୟକ୍ରମକୁ ଚିତ୍ତାକର୍ଷକ ଶୈଳୀରେ ଶିଶୁଶିଳ୍ପୀମାନେ ପରିବେଷଣ କରି ଦର୍ଶକମାନଙ୍କୁ ବିମୁଗ୍ଧ କରିଥଲେ।

DAV Pokhariput କାଭିସ୍‌” ଡିଏଭି ପୋଖରୀପୁଟ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026
Latest News

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.