Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଆଇଆଇଟି ଖଡଗ୍‌ପୁର ପକ୍ଷରୁ ସମ୍ମାନଜନକ ବିଶିଷ୍ଟ ପୂର୍ବତନ ଛାତ୍ର ସମ୍ମାନ ପ୍ରଦାନ
ଆଜିର ଖବର

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଆଇଆଇଟି ଖଡଗ୍‌ପୁର ପକ୍ଷରୁ ସମ୍ମାନଜନକ ବିଶିଷ୍ଟ ପୂର୍ବତନ ଛାତ୍ର ସମ୍ମାନ ପ୍ରଦାନ

December 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ୨୦୨୨ ନିମନ୍ତେ ଆଇଆଇଟି ଖଡଗପୁର ପକ୍ଷରୁ ଶନିବାର ସମ୍ମାନ ଜନକ ବିଶିଷ୍ଟ ପୂର୍ବତନ ଛାତ୍ର ସମ୍ମାନରେ ସମ୍ମାନିତ କରାଯାଇଛି।

ଡିସେମ୍ବର ୨୪ ତାରିଖ ଦିନ ଆୟୋଜିତ ହୋଇଥିବା ଆଇଆଇଟି ଖଡଗପୁରର ୬୮ ତମ ସମାବର୍ତନ ଉତ୍ସବରେ ପ୍ରଫେସର ନାୟକଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ତାଙ୍କ ଅନୁପସ୍ଥିତିରେ ସୋଆ ର ଉପ-କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ପ୍ରଫେସର ନାୟକଙ୍କ ନିମନ୍ତେ ଏହି ସମ୍ମାନ ଗ୍ରହଣ କରିଥିଲେ।

“ଆପଣ ଶିକ୍ଷାଗ୍ରହଣ କରିଥିବା ଅନୁଷ୍ଠାନ ଆପଣଙ୍କ ବୃତିଗତ ସଫଳତା, ଶିକ୍ଷା, ଗବେଷଣା, ଶିଳ୍ପ, ସାମାଜିକ ଏବଂ ଆନୁଷ୍ଠାନିକ ସ୍ତରରେ ଆପଣଙ୍କର ଅବଦାନ ନିମନ୍ତେ ଏହି ସମ୍ମାନ ପ୍ରଦାନ କରି ନିଜକୁ ଗର୍ବିତ ଅନୁଭବ କରୁଛି” ବୋଲି ପ୍ରଫେସର ନାୟକଙ୍କୁ ଆଇଆଇଟି ଖଡଗପୁର ପକ୍ଷରୁ ଏକ ପତ୍ର ମାଧ୍ୟମରେ ଅବଗତ କରାଯାଇଛି।

ଶିକ୍ଷକରୁ ଶିକ୍ଷା ଉଦ୍ୟୋଗୀ ହୋଇଥିବା ପ୍ରଫେସର ନାୟକ ରାଉରକେଲା ସ୍ଥିତ ରିଜିଓନାଲ୍ ଇଞ୍ଜିନିୟରିଂ କଲେଜ (ବର୍ତମାନ ର ଏନ୍‌ଆଇଟି)ରୁ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ରେ ସ୍ନାତକ କରିଥିବାବେଳେ ଆଇଆଇଟି ଖଡଗପୁରରୁ କମ୍ପ୍ୟୁଟର ସାଇନ୍‌ସରେ ଏମ୍‌.ଟେକ୍ ଡିଗ୍ରୀ ହାସଲ କରିଥିଲେ। ପରେ ସେ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ( ଓୟୁଏଟି)ରୁ ଡକ୍ଟରେଟ୍ ଡିଗ୍ରୀ ଲାଭ କରିଥିଲେ।

ପୂର୍ବରୁ ପ୍ରଫେସର ନାୟକଙ୍କୁ ଏନ୍‌ଆଇଟି, ରାଉରକେଲା ମଧ୍ୟ ବିଶିଷ୍ଟ ପୂର୍ବତନ ଛାତ୍ର ସମ୍ମାନ ପ୍ରଦାନ କରିଥିଲା।

ଓୟୁଏଟି ରୁ ପ୍ରଫେସର ଭାବେ କାର୍ଯ୍ୟ ତୁଲାଇବା ପରେ ସେ ଶିକ୍ଷା ଓ ଅନୁସନ୍ଧାନ ପ୍ରତିଷ୍ଠା କରି ଧିରେ ଧିରେ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ବୃତିଗତ ଶିକ୍ଷାନୁଷ୍ଠାନ ସ୍ଥାପନ କରିଥିଲେ। ସୋଆ ବିଶ୍ୱବିଦ୍ୟାଳୟ ଅଧିନରେ ଇଞ୍ଜିନିୟରିଂ ଆଣ୍ଡ ଟେକ୍‌ନୋଲୋଜି, ମେଡିକାଲ୍ ସାଇନ୍‌ସେସ୍‌, ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌, ଡେନ୍‌ଟାଲ ସାଇନ୍‌ସେସ୍‌, ମ୍ୟାନେଜମେଂଟ ସାଇନ୍‌ସେସ୍‌, ହସ୍ପିଟାଲିଟି ଆଣ୍ଡ ଟୁରିଜିମ୍ ମ୍ୟାନେଜମେଂଟ, ନର୍ସିଂ, ଲିଗାଲ୍ ଷ୍ଟଡିଜ୍‌, ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ ଓ ଭେଟେରୀନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ୍ ହଜ୍‌ବେନ୍‌ଡାରୀ ଭଳି ଅନୁଷ୍ଠାନ ସ୍ଥାପିତ ହୋଇ ଶିକ୍ଷା ପ୍ରଦାନ କରୁଛି।

ସୋଆରେ ବିଦେଶୀ ଛାତ୍ରଙ୍କ ସମେତ ପ୍ରାୟ ୧୫,୦୦୦ ହଜାର ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରୁଛନ୍ତି। ଚଳିତ ବର୍ଷ ସୋଆ ନ୍ୟାସନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍ଗି ଫ୍ରେମ୍ ୱାର୍କ (ଏନ୍‌ଆଇଆରଏଫ୍‌) ୨୦୨୨ ରେ ସାରା ଦେଶରେ ୧୬ ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନିତ ହୋଇଛି।

ଶିକ୍ଷା ଓ ଅନୁସନ୍ଧାନ ସୋଆ ପ୍ରତିଷ୍ଠାତା ସଭାପତି
Share. Facebook Twitter LinkedIn Email WhatsApp Copy Link

Related Posts

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026
Latest News

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.