Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମ୍ସ ଭୁବନେଶ୍ୱର ପକ୍ଷରୁ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ଏମ୍ସ ଭୁବନେଶ୍ୱର ପକ୍ଷରୁ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

December 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ରାଜନେତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ୯୮ତମ ଜନ୍ମବାର୍ଷିକୀ ଅବସରରେ ଏମ୍ସ ଭୁବନେଶ୍ବର ପକ୍ଷରୁ ଗତକାଲି ସୁଶାସନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଯୁଗଦ୍ରଷ୍ଟା ଅଟଳ ବିହାରୀଙ୍କୁ ଏମ୍ସ ଭୁବନେଶ୍ବର ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଛି।

ଏନେଇ ଗତକାଲି ଏମ୍ସ ଭୁବନେଶ୍ବର ପରିସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିମାନେ ଭାରତରତ୍ନ ଅଟଳ ବିହାରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଏମ୍ସ ଭଳି ଏକ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟସେବା ଅନୁଷ୍ଠାନ ପ୍ରତିଷ୍ଠା ନିମନ୍ତେ ଶ୍ରୀ ବାଜପେୟୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଆଶୁତୋଷ ବିଶ୍ୱାସ ଶ୍ରୀ ବାଜପେୟୀଙ୍କ ମହାନ ଜୀବନୀ ବାବଦରେ ମତ ରଖିବା ସହିତ ସଚେତନତା, ପ୍ରତିବଦ୍ଧତା, କର୍ତ୍ତବ୍ୟବୋଧତା, ସ୍ବଚ୍ଛତା ଏବଂ ସାଧୁତା ହିଁ ସୁଶାସନ ଦିବସ ପାଳନର ମୌଳିକ ଆଧାର ବୋଲି ଗୁରୁତ୍ୱାରୋପ କରିଥିଲେ।

ଅତିରିକ୍ତ ପ୍ରଫେସର (ଆନାଟୋମି) ଡ. ପ୍ରଭାସ ରଂଜନ ତ୍ରିପାଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଡିନ ଡ. ପି ଆର୍ ମହାପାତ୍ର, ମେଡିକାଲ୍ ଅଧିକ୍ଷକ ଡ. ସଚ୍ଚିଦାନନ୍ଦ ମହାନ୍ତି, ଭାରପ୍ରାପ୍ତ ଡିଡିଏ ରଶ୍ମି ରଞ୍ଜନ ସେଠୀ, କୁଳସଚିବ ବି ବି ମିଶ୍ର ପ୍ରମୁଖଙ୍କ ସମେତ ଅତିଥି, ଅଧ୍ୟାପକ/ଅଧ୍ୟାପିକା, ଛାତ୍ର ଏବଂ କର୍ମଚାରୀ ଉପସ୍ଥିତ ଥିଲେ।

ସମାଜର ବିଭିନ୍ନ ବର୍ଗରୁ ଆସିଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଭାରତରତ୍ନ ଅଟଳ ବିହାରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଏମ୍ସ ଭୁବନେଶ୍ବର ଭଳି ଏକ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟସେବା ଅନୁଷ୍ଠାନ ପ୍ରତିଷ୍ଠା ଫଳରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବିରାଟ ପରିବର୍ତ୍ତନ ଆସିଥିବା ମତପ୍ରକାଶ ପାଇଥିଲା। ଉଲ୍ଲେଖଯୋଗ୍ୟଯେ ଏମ୍ସ ଭୁବନେଶ୍ୱର ପରିସରରେ ସ୍ୱର୍ଗତ ବାଜପେୟୀଙ୍କ ଏକ ପୂର୍ଣ୍ଣାୟବ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ୧୫ ଜୁଲାଇ ୨୦୦୩ ରେ ଏମ୍ସ ଭୁବନେଶ୍ୱରର ଭିତ୍ତିପ୍ରସ୍ଥର ସ୍ଥାପନ କରିଥିଲେ। ଏହା ଦେଶର ଦ୍ୱିତୀୟ ଏବଂ ଏକମାତ୍ର ଏମ୍ସ ଯାହାର ଭିତ୍ତିପ୍ରସ୍ଥର ଶ୍ରୀ ବାଜପେୟୀଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା। ଉଲ୍ଲେଖଯୋଗ୍ୟଯେ ଏମ୍ସ ଭୁବନେଶ୍ୱର ପୂର୍ବ ଭାରତର ଏକ ପ୍ରମୁଖ ସ୍ୱାସ୍ଥ୍ୟ ସେବା ପ୍ରତିଷ୍ଠାନରେ ପରିଣତ ହେବା ସହିତ ସାଧାରଣ ଲୋକଙ୍କ ଆସ୍ଥାଭାଜନ ହୋଇପାରିଛି।

ଅଟଳ ବିହାରୀ ବାଜପେୟୀ ଏମ୍‌ସ ଭୁବନେଶ୍ୱର ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଭାରତରତ୍ନ
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.