Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି ବିଶ୍ଵବିଦ୍ୟାଳୟର ଗ୍ରନ୍ଥାଗାର ଓ ନୂତନ ଶୈକ୍ଷିକ ବ୍ଲକର ଉଦଘାଟନ କଲେ ରାଜ୍ୟପାଳ
ଆଜିର ଖବର

କଳାହାଣ୍ଡି ବିଶ୍ଵବିଦ୍ୟାଳୟର ଗ୍ରନ୍ଥାଗାର ଓ ନୂତନ ଶୈକ୍ଷିକ ବ୍ଲକର ଉଦଘାଟନ କଲେ ରାଜ୍ୟପାଳ

December 30, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା 

କଳାହାଣ୍ଡି: କଳାହାଣ୍ଡି ବିଶ୍ଵ ବିଦ୍ୟାଳୟର ନୂତନ ଭାବେ ନିର୍ମିତ କଳାହାଣ୍ଡି ଗ୍ରନ୍ଥାଗାର ଓ ନୂଆ ଶୈକ୍ଷିକ ଭବନକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆଜି ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମହାରାଜା ପ୍ରତାପ କେଶରୀ ଦେଓ ଙ୍କ ର ଆବକ୍ଷ ପ୍ରତିକୃତିକୁ ଗ୍ରନ୍ଥାଗାର ପରିସରରେ ଅନାବରଣ କରିଥିଲେ। ବିଶ୍ଵ ବିଦ୍ୟାଳୟର ସମସ୍ତଙ୍କ ପାଇଁ ପ୍ରାଥମିକ ଚିକିତ୍ସା ଜ୍ଞାନ କାର୍ଯକ୍ରମର ମଧ୍ୟ ଶୁଭାରମ୍ଭ କରିଥିଲେ।

ସଭାରେ ମୁଖ୍ୟ ଅତିଥି ରୂପେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ସମ୍ମାନିତ ଅତିଥି ଜିଲ୍ଲାପାଳ କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି, ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀ ତଥା ବିଶ୍ଵବିଦ୍ୟାଳୟ ରେଜିଷ୍ଟର ଡ ପିତାମ୍ବର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରଥମେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଜାତୀୟ ସଙ୍ଗୀତ ଗାନ କରାଗଲା ଓ ସମସ୍ତେ ଛିଡ଼ା ହୋଇ ସଙ୍ଗୀତକୁ ସମ୍ମାନ କରିଥିଲେ। କୁଳପତି ଶ୍ରୀ ଶତପଥୀ କଳାହାଣ୍ଡି ବିଶ୍ଵବିଦ୍ୟାଳୟର ଶିକ୍ଷା କ୍ଷେତ୍ରରେ ଅଣାଯାଇଥିବା ବିଭିନ୍ନ ପଦକ୍ଷେପର ସୂଚନା ସହ ସମସ୍ତଙ୍କୁ ସ୍ବାଗତ କରିଥିଲେ।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ କହିଲେ ଯେ, ଶିକ୍ଷା ଆହରଣ ସହିତ ମନର ଶୁଦ୍ଧି, ଆତ୍ମାର ଡାକ ଓ ସର୍ବୋପରି ଜଗତ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗ କରିବା ବଡ଼ କଥା। କଳାହାଣ୍ଡି ଶବ୍ଦର ବିଶ୍ଳେଷଣ କରିବାକୁ ଯାଇ କହିଲେ, କାଳିଆର ହାଣ୍ଡି ହେଉଛି କଳାହାଣ୍ଡି। ଯୋଉ ହାଣ୍ଡିରେ ରୋଷେଇ ହୋଇ କାଳିଆଙ୍କ ପାଖରେ ଭୋଗ ଲାଗେ ଓ ସେ ମହାପ୍ରସାଦ ପାଲଟେ, ସେ ହେଉଛି କଳାହାଣ୍ଡିର ପରିଚୟ। ଏହି ଜଗତ ମଧ୍ୟରେ ଭାରତ ପରି ଦେଶ ନାହିଁ। ଭାରତ ମଧ୍ୟରେ ଓଡ଼ିଶା ପରି ରାଜ୍ୟ ନାହିଁ। କଳାହାଣ୍ଡିର ପ୍ରଗତି ଏବଂ ଏହା ସହିତ କଳାହାଣ୍ଡି ବିଶ୍ଵ ବିଦ୍ୟାଳୟର ଅବଦାନ ପାଇଁ ସେ କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀଙ୍କ ପ୍ରଶଂସା କରି ଛାତ୍ରଛାତ୍ରୀଙ୍କୁ ନିଜର ଭବିଷ୍ୟତକୁ ସୁଦୃଢ଼ କରିବାକୁ ଅକ୍ଲାନ୍ତ ପରିଶ୍ରମ କରିବା ସହ ମାନବିକ ସମ୍ବେଦନଶୀଳତାକୁ ପାଥେୟ କରିବା ପାଇଁ ଆହ୍ବାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଯୋଗ ଦେଇ କଳାହାଣ୍ଡିର ଶିକ୍ଷା, ଉଚ୍ଚଶିକ୍ଷା, ସ୍ବାସ୍ଥ୍ୟ, କୃଷି, ଭିତ୍ତିଭୂମି ଓ ଅନ୍ୟାନ୍ୟ କ୍ଷେତ୍ରରେ ପ୍ରଗତି ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।

କଳାହାଣ୍ଡି ଏସ ପି ଶ୍ରୀ ଅଭିଳାଷ ଜି ଲାଇବ୍ରେରୀ ଛାତ୍ର ମାନଙ୍କ ଜୀବନରେ ଏକ ପ୍ରମୁଖ ସ୍ଥାନ ଗ୍ରହଣ କରେ ଓ ଛାତ୍ରଛାତ୍ରୀମାନେ ପାଠ ପଢିବାକୁ ଗୁରୁତ୍ଵ ଦେଇ ଜଣେ ସଫଳ ମଣିଷ ହେବାକୁ ପରିଶ୍ରମ କରନ୍ତୁ ବୋଲି କହିଥିଲେ।

ସଭାପୂର୍ବରୁ ଏନ୍ ସି ସି କ୍ୟାଡେଟ ମାନେ ସମ୍ମାନ ଗାର୍ଡ ପ୍ରଦାନ କରିଥିଲେ। ଶେଷରେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯକ୍ରମ ପରିବେଷଣ କରିଥିଲେ। ଅପରାହ୍ନ ୩.୦୦ ଘଣ୍ଟା ସମୟରେ ସ୍ଥାନୀୟ ଟାଉନ୍ ହଲ୍ ଠାରେ “ଚାଲ୍ ଦେଖମା ଆମର କଳାହାଣ୍ଡି” ର କଳାହାଣ୍ଡି କନ୍କ୍ଲେଭ ୨୦୨୨ ଶୀର୍ଷକ ଆଲୋଚନାଚକ୍ରରେ ରାଜ୍ୟପାଳ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ।

ଅବସରପ୍ରାପ୍ତ ଆଇ ଏ ଏସ୍ ତଥା ପୂର୍ବତନ ଆଇ ଜି ତିହାର ଜେଲ୍, ଜୟଦେବ ଷଡ଼ଙ୍ଗୀଙ୍କ ସଭାପତିତ୍ବରେ ଅବସରପ୍ରାପ୍ତ ଆଇ ଏ ଏସ୍ ତଥା ପୂର୍ବତନ କଳାହାଣ୍ଡି ଜିଲ୍ଲାପାଳ ଚିନ୍ମୟ ବସୁ ତଥା ପି ଟି ଆଇ ସମ୍ପାଦକ ରାଜେଶ ମହାପାତ୍ର ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ।

ଆବାହକ” ଚାଲ୍ ଦେଖମା ଆମର କଳାହାଣ୍ଡି ” ଦ୍ଵାରା ଅନୁଷ୍ଠିତ ଦିନବ୍ୟାପୀ ଆଲୋଚନାଚକ୍ର ରେ କଳାହାଣ୍ଡିର ବିକାଶ ମୁଖ୍ୟତଃ କୃଷି ଓ ଜଳବାୟୁ ପରିବର୍ତ୍ତନ, ଶିକ୍ଷା ଓ ଜୀବିକା, ସଂସ୍କୃତି ଓ ପରମ୍ପରା, ନୂତନ ଆବିଷ୍କାର ଓ ଉଦ୍ୟୋଗିକରଣ, ଯୁବ ଦକ୍ଷତା ଓ କର୍ମ ନିଯୁକ୍ତି ଉପରେ ଦେଶ ର ବିଭିନ୍ନ ପ୍ରାନ୍ତରୁ ବିଭିନ୍ନ ବକ୍ତାଗଣ ଆମନ୍ତ୍ରିତ ହୋଇ ଆଲୋଚନ ରେ ଭାଗ ନେଇଥିଲେ।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜ ବକ୍ତବ୍ୟ ରେ କଳାହାଣ୍ଡିର କ୍ରମବିକାଶରେ ଲୋକଙ୍କ ସହଭାଗିତା ଓ ପରିଶ୍ରମର ପ୍ରଶଂସା କରିଥିଲେ ଏବଂ ଏହି ଜିଲ୍ଲା ଜଗନ୍ନାଥଙ୍କ ହାଣ୍ଡି ସଦୃଶ ସମସ୍ତଙ୍କୁ ଖାଦ୍ୟ ଯୋଗାଇବା ସହ ପ୍ରେମ ଓ ସହଂତିର ବାର୍ତ୍ତା ଦେଉଛି ବୋଲି କହିଥିଲେ।

ସଭା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଭାରେ ସହରର ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ,ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା,ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।

କଳାହାଣ୍ଡି ବିଶ୍ଵବିଦ୍ୟାଳୟ ପ୍ରଫେସର ଗଣେଶୀ ଲାଲ
Share. Facebook Twitter LinkedIn Email WhatsApp Copy Link

Related Posts

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026
Latest News

୩୦ ବର୍ଷ ବୟସ ପରେ କେଉଁ ସ୍ୱାସ୍ଥ୍ୟ ପରୀକ୍ଷା ଜରୁରୀ? ଜାଣନ୍ତୁ କେଉଁ ଟେଷ୍ଟ କେବେ କରିବେ

September 27, 2026

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.