Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

December 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
KishorMohanty
ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କିଶୋର ବାବୁଙ୍କ ସରଳତା ତାଙ୍କର ବଡ ପରିଚୟ ଥିଲା। ଦଳମତ ନିର୍ବିଶେଷରେ ସେ ସମସ୍ତଙ୍କର ପ୍ରିୟପାତ୍ର ହୋଇପାରିଥିଲେ। ତୃଣମୂଳ ସ୍ତରରୁ ରାଜନୀତି ଆରମ୍ଭ କରି ସେ ସରକାରୀ ମୁଖ୍ୟ ସଚେତକ, ସାଂସଦ, ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଏବଂ ରାଜ୍ୟ ବିଧାନ ସଭାର ବାଚସ୍ପତି ମଧ୍ୟ ହୋଇଥିଲେ। ବିଜୁ ଜନତା ଦଳର ସେ ଜଣେ ଦକ୍ଷ ସଂଗଠକ ଓ ନେତା ଥିଲେ। ଦଳକୁ ମଜବୁତ କରିବାରେ ତାଙ୍କର ବହୁତ ଅବଦାନ ଥିଲା।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଯୋଗ ଦେଇ କହିଲେ ଯେ ସ୍ବର୍ଗତ କିଶୋର ବାବୁଙ୍କ ସହିତ ତାଙ୍କର ଘନିଷ୍ଠ ସଂପର୍କ ଥିଲା। ସେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ। ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ସେ ଅନେକ ଉନ୍ନୟନ କାମ କରିଯାଇଛନ୍ତି।

ବିଧାୟକ ତଥା ସ୍ବର୍ଗତ ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରି କହିଲେ ଯେ ସ୍ବର୍ଗତ କିଶୋର ମହାନ୍ତି ବ୍ରଜରାଜନଗର ତଥା ସମଗ୍ର ପଶ୍ଚିମ ଓଡିଶାର ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ଅମର ହୋଇ ରହିବେ।

ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।

କିଶୋର ମହାନ୍ତି ନବୀନ ପଟ୍ଟନାୟକ ପୂର୍ବତନ ବାଚସ୍ପତି
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ଷିତ ରାଣାଙ୍କ ବଦଳ ଖେଳାଳି ଘୋଷଣା କଲା ବିସିସିଆଇ 

September 10, 2026

ମହିଳା ଜୁନିୟର ଏସିଆ କପ୍: ପାକିସ୍ତାନକୁ ୧୯-୦ ଗୋଲରେ ହରାଇ ସେମିଫାଇନାଲରେ ଭାରତ

September 10, 2026

ନୂଆଖାଇ ପାଇଁ ସମଲେଇ ମନ୍ଦିରରେ ପହଞ୍ଚିଲା ସରିଆ ଧାନ

September 10, 2026

ଅଭିଷେକ ବାନାର୍ଜୀଙ୍କ ଘରୁ ବ୍ୟକ୍ତିଗତ ସଚିବଙ୍କୁ ଗିରଫ କଲା CID 

September 10, 2026
Latest News

ହର୍ଷିତ ରାଣାଙ୍କ ବଦଳ ଖେଳାଳି ଘୋଷଣା କଲା ବିସିସିଆଇ 

September 10, 2026

ମହିଳା ଜୁନିୟର ଏସିଆ କପ୍: ପାକିସ୍ତାନକୁ ୧୯-୦ ଗୋଲରେ ହରାଇ ସେମିଫାଇନାଲରେ ଭାରତ

September 10, 2026

IDBI Bank Privatization: ଘରୋଇକରଣ ଦୌଡ଼ରେ Fairfax ଆଗରେ!, କ’ଣ ପଡ଼ିବ ପ୍ରଭାବ?

September 10, 2026

ବ୍ରିକ୍ସ ସମ୍ମିଳନୀ ପାଇଁ ରାଜଧାନୀ ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା

September 10, 2026

ନୂଆଖାଇ ପାଇଁ ସମଲେଇ ମନ୍ଦିରରେ ପହଞ୍ଚିଲା ସରିଆ ଧାନ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.