Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଚିଲିକାରେ ହେବ ପକ୍ଷୀଗଣନା, ନିୟୋଜିତ ହେବେ ୨୧ ଟି ଟିମ୍
ଆଜିର ଖବର

ଆସନ୍ତାକାଲି ଚିଲିକାରେ ହେବ ପକ୍ଷୀଗଣନା, ନିୟୋଜିତ ହେବେ ୨୧ ଟି ଟିମ୍

January 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ଚିଲିକା: ଏସିଆର ବୃହତ୍ତମ ଲବଣ ହ୍ରଦ ଚିଲିକା ହ୍ରଦରେ ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଆସିଛନ୍ତି ଲକ୍ଷାଧିକ ବିଦେଶୀ ପକ୍ଷୀ। ତେବେ ଆସନ୍ତାକାଲି ଅନୁଷ୍ଠାନିକ ଭାବେ ପକ୍ଷୀ ଗଣନା ଅନୁଷ୍ଠିତ ହେବ ବୋଲି ଆଜି ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ପକ୍ଷରୁ ଚନ୍ଦ୍ରାପୁଟ ସ୍ଥିତ ଆଦ୍ର ମୃତ୍ତିକା ଗବେଷଣା ଏବଂ ତାଲିମ ପ୍ରତିଷ୍ଠାନ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦିଆଯାଇଛି।

ଆସନ୍ତାକାଲି ସକାଳ ୬ ରୁ ମଧ୍ୟାହ୍ନ ୧୨ ଘଟିକା ଯାଏଁ ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ଚିଲିକା ରେଞ୍ଜରେ ୨୧ ଗୋଟି ଟିମ ପକ୍ଷୀଗଣନାରେ ନିୟୋଜିତ ହେବେ। ତେବେ ଟାଙ୍ଗି ଜୋନରେ ୮ଟି ,ବାଲୁଗାଁରେ ୬ ଟି,ସାତପଡ଼ାରେ ୪ଟି,ରମ୍ଭା ରେ ୨ଟି ଏବଂ ଚିଲିକାରେ ଏକ ଗୋଟି ଟିମ ନିୟୋଜିତ ରହିବେ।ପ୍ରତି ଟିମରେ ୬ ରୁ ୭ ଜଣ ଗଣନାକାରୀ ଯୋଗଦେବେ। ପ୍ରତିବର୍ଷ ଭଳି ଗଣନା କାର୍ଯ୍ୟରେ ଜିପିଏସ,ବାଇନାକୁଲାର ବ୍ୟବହାର କରାଯିବ।

ଉକ୍ତ ଟିମରେ ବନ୍ୟପ୍ରାଣୀ ବିଭାଗ କର୍ମଚାରୀ, ଜଙ୍ଗଲ ବିଭାଗ କର୍ମଚାରୀ, ଓୟୁଏଟି ର ଛାତ୍ରଛାତ୍ରୀ, ୱାଇଲଡ ଓଡ଼ିଶା ଏବଂ ୱାଇଲଡିଜ ନାମକ ସାମାଜିକ ସଂଗଠନର କାର୍ଯ୍ୟକର୍ତ୍ତା, ଟାଙ୍ଗୀ ରେଞ୍ଜ ଅନ୍ତର୍ଗତ ତିନି ଗୋଟି ପକ୍ଷୀ ସୁରକ୍ଷା ସମିତିର ସଦସ୍ୟମାନେ ଏବଂ ବିଏନଏଚଏସ ସାମିଲ ହେବେ ବୋଲି ଜଣାପଡିଛି।

ସେହିପରି ଭାବେ ମୁମ୍ବାଇ ସ୍ଥିତ ବିଏନଏଚଏସ ର ଉପ ନିର୍ଦେଶକ ଡ଼ଃ ପି ସାଥିୟା ସେଲଭମ , ଆରସିସିଏଫ ବ୍ରହ୍ମପୁର ପ୍ରଶାନ୍ତ କୁମାର ମିଶ୍ର, ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଡ଼ିଏଫଓ ରାମସ୍ୱାମୀ ପି, ଆଇଏଫଏସ ମଧ୍ୟ ପକ୍ଷୀଗଣନାରେ ଉପସ୍ଥିତ ରହିବେ। ଆଜିର ସାମ୍ବାଦିକ ସମ୍ମିଳନୀରେ ଉକ୍ତ ତିନି ଅଧିକାରୀଙ୍କ ସମେତ ଏସିଏଫ ପ୍ରଶାନ୍ତ କୁମାର ପଣ୍ଡା , ସମସ୍ତ ପାଞ୍ଚ ଗୋଟି ରେଞ୍ଜର ରେଞ୍ଜ ଅଫିସର, ଓୟୁଏଟି ଛାତ୍ରଛାତ୍ରୀ, ପ୍ରଫେସର, ସାମାଜିକ କର୍ମୀ ଏବଂ ଅନ୍ୟ ବନ୍ୟପ୍ରାଣୀ ବିଭାଗ କର୍ମଚାରୀମାନେ ଉପସ୍ଥିତ ଥିଲେ। ତେବେ କାଲି ରାତି ସୁଦ୍ଧା ପକ୍ଷୀଗଣନା ରିପୋର୍ଟ ହସ୍ତଗତ ହେବ ବୋଲି ଜଣାପଡିଛି।

ଚିଲିକା ଲବଣ ହ୍ରଦ
Share. Facebook Twitter LinkedIn Email WhatsApp Copy Link

Related Posts

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026
Latest News

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.