Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ସରିଲା ପକ୍ଷୀ ଗଣନା କାର୍ଯ୍ୟକ୍ରମ: ଗତବର୍ଷ ତୁଳନାରେ ଚଳିତ ବର୍ଷ ଆସିଛନ୍ତି ଅଧିକ ପକ୍ଷୀ
ଆଜିର ଖବର

ଚିଲିକାରେ ସରିଲା ପକ୍ଷୀ ଗଣନା କାର୍ଯ୍ୟକ୍ରମ: ଗତବର୍ଷ ତୁଳନାରେ ଚଳିତ ବର୍ଷ ଆସିଛନ୍ତି ଅଧିକ ପକ୍ଷୀ

January 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ଚିଲିକା ହ୍ରଦରେ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ଶୀତର ପ୍ରକୋପ କମ ଥିବା ସତ୍ତ୍ୱେ ବିଦେଶାଗତ ପକ୍ଷୀଙ୍କ ଆଗମନ ଚିଲିକାରେ ବଢିଥିବାର ଜଣାପଡିଛି। ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଡ଼ିଏଫଓ ରାମସ୍ୱାମୀ ପି ଙ୍କ ସୂଚନା ମୁତାବକ, ଚଳିତ ବର୍ଷ ଚିଲିକାରେ ସମୁଦାୟ ୧୮୪ ପ୍ରଜାତିର ୧୧ ଲକ୍ଷ ୩୧ ହଜାର ୯୨୯ ପକ୍ଷୀ ଆସିଛନ୍ତି। ଯାହାକି ଗତ ବର୍ଷ ୧୦ ଲକ୍ଷ ୭୪ ହଜାର ୧୭୩ ରୁ ବହୁତ ଅଧିକ।

ସୂଚନା ମୁତାବକ ଆଜି ସକାଳ ୬ ଘଟିକାରୁ ମଧ୍ୟାହ୍ନ ୧୨ ଘଟିକା ପର୍ଯ୍ୟନ୍ତ ପକ୍ଷୀ ଗଣନା କାର୍ଯ୍ୟ ଚାଲୁରହିଥିଲା। ପକ୍ଷୀ ଗଣନା ପାଇଁ ଚିଲିକାକୁ ୫ଟି ଜୋନରେ ବିଭକ୍ତ କରାଯାଇଥିବା ବେଳେ ୨୧ ଟି ଟିମ ନିୟୋଜିତ ହୋଇଥିଲେ। ଏବଂ ପ୍ରତି ଟିମରେ ୬-୭ ଜଣ ସଦସ୍ୟ ରହିଥିଲେ। ଟାଙ୍ଗୀ ଜୋନରେ ୮ଟି ଟିମ, ବାଲୁଗାଁରେ ୬ ଟି, ସାତପଡ଼ାରେ ୪ ଟି, ରମ୍ଭାରେ ୨ ଟି ଏବଂ ଚିଲିକାରେ ୧ ଗୋଟି ଟିମ ନିୟୋଜିତ ରହିଥିଲେ।

ତେବେ ଗଣନା କାର୍ଯ୍ୟରେ ଜିପିଏସ, ବାଇନାକୁଲାର, ୱାକି ଟକି, କ୍ୟାମେରା ଏବଂ ଅନ୍ୟ ଉପକରଣ ଆଦି ବ୍ୟବହୃତ କରାଯାଇଥିବା ବେଳେ ପକ୍ଷୀପ୍ରେମୀ, ପକ୍ଷୀ ସୁରକ୍ଷା ଶିବିରର କର୍ମକର୍ତ୍ତା, ଓୟୁଏଟି ଛାତ୍ରଛାତ୍ରୀ, ପକ୍ଷୀ ବିଶେଷଙ୍ଗ, ସାମାଜିକ କର୍ମୀ, ବନ୍ୟପ୍ରାଣୀ ବିଭାଗର କର୍ମଚାରୀ ଏବଂ ବିଏନଏଚଏସ ସାମିଲ ହୋଇଥିଲେ।

ଗତବର୍ଷ ସମୁଦାୟ ୧୮୩ ପ୍ରଜାତିର ୧୦ ଲକ୍ଷ ୭୪ ହଜାର ୧୭୩ ଗୋଟି ପକ୍ଷୀ ଆସିଥିବାବେଳେ ତନ୍ମଧ୍ୟରୁ ୧୦୭ ପ୍ରଜାତିର ୧୦ ଲକ୍ଷ ୩୬ ହଜାର ୨୨୦ ଗୋଟି ବିଦେଶୀ ପକ୍ଷୀ ଏବଂ ୭୬ ପ୍ରଜାତିର ୩୭ ହଜାର ୯ ଶହ ୫୩ ଗୋଟି ସ୍ଥାନୀୟ ପକ୍ଷୀ ସାମିଲ ଥିଲେ ।

ସେହିପରି ଚଳିତବର୍ଷ ସମୁଦାୟ ୧୮୪ ପ୍ରଜାତିର ୧୧ ଲକ୍ଷ ୩୧ହଜାର ୯୨୯ ଗୋଟି ପକ୍ଷୀ ଆସିଥିବାବେଳେ ତନ୍ମଧ୍ୟରୁ ୧୦୫ ପ୍ରଜାତିର ୧୦ ଲକ୍ଷ ୯୩ ହଜାର ୪୯ ଗୋଟି ବିଦେଶୀ ପକ୍ଷୀ ଏବଂ ୭୯ ପ୍ରଜାତିର ୩୮ ହଜାର ୮ ଶହ ୮୦ ଗୋଟି ସ୍ଥାନୀୟ ପକ୍ଷୀ ସାମିଲ ଅଛନ୍ତି।

ଚିଲିକା ହ୍ରଦ
Share. Facebook Twitter LinkedIn Email WhatsApp Copy Link

Related Posts

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026
Latest News

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.