Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାଳଚେର ସାର କାରଖାନାର ଅଗ୍ରଗତି ନେଇ ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ତାଳଚେର ସାର କାରଖାନାର ଅଗ୍ରଗତି ନେଇ ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

January 8, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ତାଳଚେର: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ସହ ଅନୁଗୋଳ ଜିଲ୍ଲା ଗସ୍ତ କରି ତାଳଚେର ସାର କାରଖାନା ପରିଦର୍ଶନ କରିବା ସହ ପ୍ଲାଣ୍ଟର ଅଗ୍ରଗତି କାର୍ଯ୍ୟ ନେଇ ସମୀକ୍ଷା କରିଛନ୍ତି।

ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ ତାଳଚେର ସାର କାରଖାନା ୟୁରିଆ ଓ ସାର ଉତ୍ପାଦନରେ ଭାରତକୁ ଆତ୍ମନିର୍ଭର କରିବ ବୋଲି ଶ୍ରୀ ପ୍ରଧାନ ସମୀକ୍ଷା କରିବା ପରେ କହିଛନ୍ତି। ସେହିପରି ୨୦୨୪ ଅକ୍ଟୋବର ମାସ ପୂର୍ବରୁ ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ଶେଷ ହେବ ଓ ଏହାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରାଯିବ  ବୋଲି ଶ୍ରୀ ମାଣ୍ଡଭିୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ୨୦୧୮ ମସିହାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ୟମରେ ଆରମ୍ଭ ହୋଇଥିବା ଏହି  ପ୍ରକଳ୍ପର ନିରନ୍ତର ସମୀକ୍ଷା ଜାରୀ ରହିଛି। ୧୭,୦୦୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣାଧୀନ ଦେଶର ପ୍ରଥମ କୋଲ ଗ୍ୟାସିଫିକେସନ ଟେକ୍ନୋଲୋଜି ଆଧାରିତ ତାଳଚେର ସାର କାରଖାନା ୟୁରିଆ ଉତ୍ପାଦନ କ୍ଷେତ୍ରରେ ଦେଶକୁ ସ୍ୱାବଲମ୍ବୀ କରିବ। ଚାଷୀଙ୍କୁ ସୁବିଧା ଦେବ। ସହ ଏବଂ ଭାରତକୁ ଆତ୍ମନିର୍ଭର କରିବ। ପ୍ରଧାନମନ୍ତ୍ରୀ ମୋଦିଙ୍କ କଳ୍ପନାରେ ସାର ଓ ୟୁରିଆ ଉତ୍ପାଦନକୁ ବଢାଇବା ସହ ସ୍ଥାନୀୟ ଅଞ୍ଚଳରେ ବ୍ୟବସାୟିକ ବାତାବରଣକୁ ବଢାଇବାରେ ଏହି ପ୍ରକଳ୍ପ ସହାୟକ ହେବ।

ସେ କହିଛନ୍ତି ଯେ ଦେଶରେ ବହୁଳ ପରିମାଣରେ କୋଇଲା ଗଚ୍ଛିତ ରହିଛି। ପର୍ଯ୍ୟାବରଣ ସମସ୍ୟାକୁ ଦୃଷ୍ଟିରେ ରଖି ସେହି କୋଇଲାକୁ କୋଇଲାକୁ ଅନ୍ୟ କେଉଁ ଉପାୟରେ ଉପଯୋଗ କରାଯିବ ସେ ନେଇ ଚିନ୍ତା କରାଯାଉଛି। ଏହି ପରିପ୍ରେକ୍ଷୀରେ କୋଲ ଟୁ ସିନ ଗ୍ୟାସ ପ୍ରକଳ୍ପ ବିଶ୍ୱରେ ପ୍ରତିପାଦିତ ହୋଇପାରିଛି। ଏ ଟେକ୍ନୋଲୋଜିକୁ ଭାରତରେ ଉପଯୋଗ କରି କୋଲ ଇଣ୍ଡିଆ, ଗେଲ ଓ  ରାଷ୍ଟ୍ରୀୟ ଫର୍ଟିଲାଇଜର କର୍ପୋରେସନ ମିଳିତ ଉଦ୍ୟୋଗରେ ତାଳଚେର ସାର କାରଖାନା ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଖୁବ ଶୀଘ୍ର ଶେଷ ହେବା ନେଇ ଅପେକ୍ଷା ରଖାଯାଇଛି। ସ୍ଥାନୀୟ ଅର୍ଥନୀତି, ରୋଜଗାର, ବ୍ୟବସାୟିକ ବାତାବରଣ ତିଆରି କରିବାରେ ଏହି ପ୍ରକଳ୍ପର ବହୁତ ବଡ ଯୋଗଦାନ ରହିବ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି।

ଶ୍ରୀ ମାଣ୍ଡଭିୟ କହିଛନ୍ତି ଯେ ଭାରତର ନିଜସ୍ୱ କୋଇଲାକୁ ବ୍ୟବହାର କରି ସେଥିରୁ ଗ୍ୟାସ ଉତ୍ପାଦନ କରି ସେହି ଗ୍ୟାସରୁ ୟୁରିଆ ତିଆରି କରିବା ଉଦ୍ଦେଶ୍ୟ ନେଇ ତାଳଚେର ଠାରେ ପ୍ରଧାନମନ୍ତ୍ରୀ କୋଲ୍ ଗ୍ୟାସିଫିକେସନ ପ୍ଲାଣ୍ଟର ଶିଳାନ୍ୟାସ କରିଥିଲେ। କାମ ତୀବ୍ର ଗତିରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱପ୍ନ ଦେଖିଥିବା ୫ଟି ୟୁରିଆ ପ୍ଲାଣ୍ଟରୁ ୪ଟି ଉତ୍ପାଦନକ୍ଷମ ହୋଇଗଲାଣି, ତାଳଚେର ପ୍ଲାଣ୍ଟର ନିର୍ମାଣ କାର୍ଯ୍ୟ ମଧ୍ୟ ଖୁବଶୀଘ୍ର ଶେଷ ହେବ। ଆମ ଦେଶ ପାଖରେ ନିଜସ୍ୱ ଏନର୍ଜି ଚାହିଦା ପୂରଣ କରିବାର କ୍ଷମତା ଅଛି। କିନ୍ତୁ ଏନର୍ଜିକୁ ଗ୍ୟାସରେ ଏବଂ ଗ୍ୟାସକୁ କନଭର୍ଟ କରିବା ପାଇଁ ଅନେକ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ସେହି ପ୍ରକଳ୍ପ ଗୁଡ଼ିକ ମଧ୍ୟରୁ ଏହା ଏକ ମହତ୍ତ୍ୱପୂର୍ଣ୍ଣ ପ୍ରକଳ୍ପ। କୋଇଲାରୁ ଗ୍ୟାସ, ଗ୍ୟାସରୁ ୟୁରିଆ ଏବଂ ୟୁରିଆରୁ କୃଷକଙ୍କ ଆବଶ୍ୟକତାକୁ ପୂରଣ କରାଯିବ।

ଏହି ଅବସରରେ ଶ୍ରୀ ପ୍ରଧାନ ଡା. ମାଣ୍ଡଭିୟଙ୍କ ସହ ତାଳଚେର ସାର କାରଖାନା ପରିସରରେ ଚାରାରୋପଣ ମଧ୍ୟ କରିଛନ୍ତି।

ତାଳଚେର ଧର୍ମେନ୍ଦ୍ର ପ୍ରଧାନ ମନସୁଖ ମାଣ୍ଡଭିୟ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.