Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲକାନଗିରି ଜିଲ୍ଲାରେ ଶୁଭାରମ୍ଭ ହେଲା ‘ଘର ଦୁଆରେ ପୁଷ୍ଟି’ କାର୍ଯ୍ୟକ୍ରମ
ଆଜିର ଖବର

ମାଲକାନଗିରି ଜିଲ୍ଲାରେ ଶୁଭାରମ୍ଭ ହେଲା ‘ଘର ଦୁଆରେ ପୁଷ୍ଟି’ କାର୍ଯ୍ୟକ୍ରମ

January 8, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମାଲକାନଗିରି ଜିଲ୍ଲାରେ ଶୁଭାରମ୍ଭ ହେଲା 'ଘର ଦୁଆରେ ପୁଷ୍ଟି' କାର୍ଯ୍ୟକ୍ରମ

ଭୁବନେଶ୍ୱର/ମାଲକାନଗିରି: ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ସ୍ୱାଭିମାନ ଅଞ୍ଚଳ ଚିତ୍ରକୋଣ୍ଡା ବ୍ଲକର ଜନ୍ତାପାଇ ଗ୍ରାମରେ ‘ଘର ଦୁଆରେ ପୁଷ୍ଟି’ କାର୍ଯ୍ୟକ୍ରମକୁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଶୁଭାରମ୍ଭ କରିଛନ୍ତି।

ଏହି ଯୋଜନା ଦ୍ୱାରା ବିନା ଖର୍ଚ୍ଚରେ ଘର ଦୁଆର ମୁଁହରେ ପୁଷ୍ଟିକର ପନିପରିବା ଉପଲବ୍ଧ ହେବ। ଏହାଦ୍ୱାରା ମା’ ଓ ଶିଶୁମାନଙ୍କ ମଧ୍ୟରେ ଅପପୁଷ୍ଟି ତଥା ରକ୍ତହୀନତା ନିଶ୍ଚିତ ଭାବେ ଅନେକ ପରିମାଣରେ ହ୍ରାସ ପାଇବ । ମାଲକାନଗିରି ଜିଲ୍ଲାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ୩୦ ଗୋଟି ଜିଲ୍ଲାରେ ଅତି ଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ସୂଚନା ଦେଇଛନ୍ତି ।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ବାର୍ତ୍ତା ଉପସ୍ଥାପନ କରି କହିଥିଲେ ଯେ ‘ଘର ଦୁଆର ପୁଷ୍ଟି’ କାର୍ଯ୍ୟକ୍ରମରେ ହିତାଧିକାରୀମାନଙ୍କୁ କଦଳୀ, ଲେମ୍ବୁ, ସଜନା ଛୁଇଁ, ଅମୃତଭଣ୍ଡା ଓ ଦେଶୀଆଳୁ ଚାରା ସହିତ ବାଇଗଣ, ଭେଣ୍ଡି, କଲରା, ଟମାଟୋ, କଞ୍ଚାଲଙ୍କା ଓ ପାଳଙ୍ଗ ଶାଗ ଆଦି ପରିବା ମିନି କିଟ୍‌ ମାଗଣାରେ ଯୋଗାଇ ଦିଆଯିବ ।

ଏହାଦ୍ୱାରା ୮ ଲକ୍ଷ ହିତାଧିକାରୀ ଉପକୃତ ହେବେ । ଅପପୁଷ୍ଟି ତଥା ରକ୍ତହୀନତାର ଶିକାର ହୋଇଥିବା ପିଲାମାନେ ତଥା ଗର୍ଭବତୀ ମହିଳା ଓ ସ୍ତନ୍ୟପାନ କରାଉଥିବା ମା’ମାନଙ୍କ ପାଇଁ ଏହି କାର୍ଯ୍ୟକ୍ରମ ବରଦାନ ସାବ୍ୟସ୍ତ ହେବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ବାର୍ତ୍ତା ଦେଇଛନ୍ତି ।
ପ୍ରମୁଖ ଶାସନ ସଚିବ ଡ଼ଃ ଅରବିନ୍ଦ କୁମାର ପାଢ଼ୀ ଯୋଗଦେଇ କହିଥିଲେ ଯେ ଅପପୁଷ୍ଟି ଓ ପୁଷ୍ଟିହୀନତା ସମସ୍ୟାର ସ୍ଥାୟୀ ଓ ନିରନ୍ତର ସମାଧାନ ପାଇଁ ଏହା ଏକ ସଫଳ ଯୋଜନା ।

ବିଶେଷ ଭାବେ ମାଲକାନଗିରି ଜିଲ୍ଲାରେ ପ୍ରାଥମିକତା ଭିତ୍ତିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରୁଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀମତୀ ସମାରୀ ତାଙ୍ଗୁଲୁ, ନବରଙ୍ଗପୁର ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ ଓ ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବାକା ଧନ୍ୟବାଦ ଜଣାଇଥିଲେ ।

ଏହି ଅବସରରେ ୧୦ ଜଣ ହିତାଧିକାରୀଙ୍କୁ ଚାରା ବଣ୍ଟନ କରାଯାଇଥିଲା । ଚାରି ଜଣ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ମୂଲ୍ୟଯୁକ୍ତ ବଜାର ସୃଷ୍ଟି କରିବା ପାଇଁ ବିହନ ନିମନ୍ତେ ଆର୍ଥିକ ପ୍ରୋତ୍ସହନ ରାଶି ଯୋଗାଇ ଦିଆଯାଇଛି । ଜିଲ୍ଲାପାଳ ବିଶାଲ ସିଂ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଉଦ୍ୟାନ କୃଷି ବିଭାଗ ନିର୍ଦ୍ଦେଶକ ଶ୍ରୀ ରୋହିତ ଲେଙ୍କା ଧନ୍ୟବାଦ ଅର୍ପଣ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ ଆଡମା ରାବା, ବ୍ଲକ ଅଧ୍ୟକ୍ଷ ଶ୍ରୀମତୀ ରାଜେଶ୍ୱରୀ ଖିଲ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ ଓ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ନନ୍ଦଗିରି ରାମକୃଷ୍ଣ ହୟଗ୍ରୀବ ଉପସ୍ଥିତ ଥିଲେ।

ଘର ଦୁଆରେ ପୁଷ୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026
Latest News

ବିହାର ନୌକା ଦୁର୍ଘଟଣା: ୧୩ ଶିଶୁ ମୃତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

October 14, 2026

‘ଯଦି ଅମ୍ପାୟାର ନିରପେକ୍ଷ ନୁହଁନ୍ତି, ତେବେ…’: ECI କୁ ଏଭଳି ପରାମର୍ଶ ଦେଲେ ପୂର୍ବତନ ନିର୍ବାଚନ କମିଶନର

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.