Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀ ଥାନାକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ନାଚୁଣୀ ଥାନାକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

January 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ନାଚୁଣୀ: ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହୋଇଯାଇଛି ଖୋର୍ଦ୍ଧା ଜିଲ୍ଲାର ନୂତନ ଥାନା ‘ନାଚୁଣୀ ଥାନା’। ଏହାକୁ ଶ୍ରୀ ପଟ୍ଟନାୟକ ଭରଚୁଆଲ ମୋଡ଼ରେ ଉଦଘାଟନ କରିଥିଲେ।

ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ନାଚୁଣୀ ଥାନା ପରିସରରେ ଏକ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା, ଯେଉଁଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଏସପି ସିଦ୍ଧାର୍ଥ କଟାରିଆ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋତ୍ସନା ବେହେରା ଓ ବାଣପୁର ନଗରପାଳ ମିଟୁ ନାୟକ ଆଦି ଉପସ୍ଥିତ ଥିଲେ। ଉକ୍ତ ମଞ୍ଚକୁ ପରିଚାଳନା କରିଥିଲେ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ।

ଅନୁରୂପ ଭାବେ ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ଉପଜିଲ୍ଲାପାଳ, ଖୋର୍ଦ୍ଧା ଅତିରିକ୍ତ ଏସପି, ବାଣପୁର ଓ ଚିଲିକା ତହସିଲଦାର, ବାଣପୁର ଓ ଚିଲିକା ବିଡ଼ିଓ, ବାଣପୁର ବାଲୁଗାଁ ଓ ଟାଙ୍ଗୀ ଥାନାଧିକାରୀ, ବିଭିନ୍ନ ସରକାରୀ ବିଭାଗ ଅଧିକାରୀ ମାନେ, ବିଭିନ୍ନ ପଞ୍ଚାୟତ ସରପଞ୍ଚ ସମିତିସଭ୍ୟ, ଜିଲ୍ଲା ପରିଷଦ ସଭ୍ୟଏବଂ ବହୁ ଜନସାଧାରଣ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ଆଜି ଏକା ସଙ୍ଗେ ରାଜ୍ୟର ୨୩ ଜିଲ୍ଲାର ୩୦ ଗୋଟି ନୂତନ ଥାନାକୁ ଭିଡିଓ କନଫରେନସିଂ ଦ୍ୱାରା ଲୋକାର୍ପିତ କରିଥିଲେ।

ସୂଚନା ଥାଉ କି ପୁର୍ବରୁ ନାଚୁଣୀ ଫାଣ୍ଡି ବାଣପୁର ଥାନା ଅଧୀନରେ ଥିବା ବେଳେ ଆଜିଠାରୁ ଏହା ସ୍ୱତନ୍ତ୍ର ଥାନାର ମାନ୍ୟତା ପାଇଛି। ଏଠାରେ ନୂତନ ଆଇଆଇସି ଭାବେ ଚନ୍ଦ୍ରଶେଖର ଜେନା କାର୍ଯ୍ୟରେ ଯୋଗ ଦେଇଛନ୍ତି।

ନାଚୁଣୀ ଥାନା ଅଧୀନରେ ଗମ୍ଭାରୀମୁଣ୍ଡା ବିଟ ହାଉସ ରହିବା ସହ ବାଣପୁର ବ୍ଲକର ଛଅ ଗୋଟି ପଞ୍ଚାୟତ ଯଥା ନାଚୁଣୀ, ମୋରାମୋରି, ଗମ୍ଭାରୀମୁଣ୍ଡା, ଦେଓଗାଁ, ଆୟତ୍ତପୁର, କୁଲେଇ ଏବଂ ଚିଲିକା ବ୍ଲକର ଚାରି ଗୋଟି ପଞ୍ଚାୟତ ଯଥା କୁମାଣ୍ଡଳ ପାଟଣା, ହରିପୁର, ବଉଳାବନ୍ଧ ଏବଂ ନଈରୀ ଏହା ଅଧୀନରେ ରହିବ।

ଏହି ଥାନା ପାଇଁ ଜଣେ ମହିଳା ସବ ଇନ୍ସପେକ୍ଟର ସମେତ ଦୁଇ ଜଣ ସବ ଇନ୍ସପେକ୍ଟର, ଦୁଇ ଏଏସଆଇ ନିୟୋଜିତ ହୋଇଛନ୍ତି। ସାମୟିକ ଭାବେ ନାଚୁଣୀ ଥାନା ଅସ୍ଥାୟୀ ଭାବେ ଫାଣ୍ଡି ପରିସରରେ କାର୍ଯ୍ୟକ୍ଷମ ହେବ ଏବଂ ଫାଣ୍ଡି ପଛ ପାର୍ଶ୍ୱରେ ଉଭୟ ନାଚୁଣୀ ନୂତନ ଥାନା ଏବଂ ବାଲୁଗାଁ ଏସଡ଼ିପିଓଙ୍କ ନୂତନ କାର୍ଯ୍ୟାଳୟର ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଥିବାର ଜଣାପଡିଛି।

ନାଚୁଣୀ ଥାନା ମୁଖ୍ୟମନ୍ତ୍ରୀ ନବୀନ ଲୋକାର୍ପିତ
Share. Facebook Twitter LinkedIn Email WhatsApp Copy Link

Related Posts

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ: ଜାଣନ୍ତୁ କାରଣ

March 24, 2026
Latest News

ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ରାଜ୍ୟସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 24, 2026

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026

ମୋଦୀ କେବଳ ଜଣେ ବ୍ୟକ୍ତି ନୁହଁନ୍ତି ବରଂ ଏକ ବିଚାରଧାରା ଓ ଅନୁଷ୍ଠାନ: କେନ୍ଦ୍ର କୃଷି ମନ୍ତ୍ରୀ ଚୌହାନ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.