Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡିଙ୍କୁ ଶିକ୍ଷାଭାରତୀ ସମ୍ମାନ
ଆଜିର ଖବର

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡିଙ୍କୁ ଶିକ୍ଷାଭାରତୀ ସମ୍ମାନ

January 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସର୍ବଭାରତୀୟ ଶିକ୍ଷା ସଂସ୍ଥା, ସେଂଟର ଫର୍ ଏକ୍ସଲେନ୍ସ ଡେଭେଲପମେଂଟ (ସିଇଡି) ପକ୍ଷରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡି ପ୍ରୀତମ ନାୟକଙ୍କୁ ଶିକ୍ଷା ଭାରତୀ ସମ୍ମାନ ପ୍ରଦାନ କରାଯାଇଛି। ଉତରପ୍ରଦେଶ ଗୁରୁଗ୍ରାମ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ସିଇଡିର ସଂସ୍ଥାପକ – ସଭାପତି ତଥା ସେଂଟ ଜାଭିଅର୍ ଗ୍ରୁପ୍‌ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡକ୍ଟର ପ୍ରିୟଦର୍ଶୀ ନାୟକ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଉତରପ୍ରଦେଶର ପରିବହନ ବିଭାଗ ମନ୍ତ୍ରୀ ଶ୍ରୀ ଦୟାଶଙ୍କର, ମହିଳା କଲ୍ୟାଣ ଓ ଶିଶୁ ବିକାଶ ବିଭାଗର ରାଷ୍ଟ୍ରମନ୍ତ୍ରୀ ଶ୍ରୀମତି ପ୍ରତିଭା ଶୁକ୍ଳା ପ୍ରମୁଖ ଯୋଗ ଦେଇଥିଲେ।

ସିଇଡି ଅଧିନରେ ୯୬୦ଟି ସ୍କୁଲ୍ ଓ ୧୨୦୦ ରୁ ଅଧିକ ଉଚ୍ଚ ଶିକ୍ଷାନୁଷ୍ଠାନ ସଦସ୍ୟ ସାମିଲ ଅଛନ୍ତି। ଏହି ଅବସରରେ ଡକ୍ଟର ପ୍ରିୟଦର୍ଶୀ ନାୟକ କହିଥିଲେ ଯେ ସିଇଡି ଜାତୀୟ ଶିକ୍ଷାନୀତିକୁ ୨୦୨୩ରେ ସଂପୂର୍ଣ୍ଣ ଲାଗୁ କରିବାକୁ ସମସ୍ତ ଉଦ୍ୟମ କରିବ। ଫଳରେ ଦେଶର ଉଚ୍ଚ ଶିକ୍ଷାର ମାନ ବୃଦ୍ଧି ପାଇବା ସହ ଶିକ୍ଷାଦାତାଙ୍କୁ ଅଧିକ ସଶକ୍ତ କରାଯାଇପାରିବ। ଦେଶର ପ୍ରଗତି ପାଇଁ ଶିକ୍ଷାର ଗୁଣବତା ବୃଦ୍ଧି ଅତ୍ୟନ୍ତ ଆବଶ୍ୟକ। ଏହା ନ ହେଲେ ଦେଶର ଭବିଷ୍ୟତ ନିର୍ମାଣ କରାଯାଇପାରିବ ନାହିଁ ବୋଲି ସେ କହିଥିଲେ।

ଡ. ପ୍ରିୟଦର୍ଶୀ ନାୟକ କହିଥିଲେ ଯେ, ଭାରତୀୟ ଶିକ୍ଷା ବ୍ୟବସ୍ଥାରେ କ୍ରାନ୍ତିକାରୀ ପ୍ରଗତି ନିମନ୍ତେ ବର୍ତମାନ ଯେଉଁ ସବୁ ଆହ୍ୱାନ ରହିଛି ସେ ସବୁର ଦୃଢ ମୁକାବିଲା କରିବା ଆବଶ୍ୟକ। ଏହା ଫଳରେ ଉଚ୍ଚଶିକ୍ଷାର ମାନରେ ଅଗ୍ରଗତି ଘଟିବ ଏବଂ ଦେଶ ବିଶ୍ୱ ସ୍ତରରେ ଶୀର୍ଷ ସ୍ଥାନରେ ପହଂଚିପାରିବ।

ଏହି ଅବସରରେ ସୋଆର ପ୍ରୋ-ଚାନ୍‌ସେଲର ପ୍ରଫେସର ଅମିତ ବାନାର୍ଜୀଙ୍କ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଭିନ୍ନ ଶିକ୍ଷାନୁଷ୍ଠାନର କୁଳପତି ଓ ଶିକ୍ଷାବିତ୍ ଭାଗ ନେଇଥିଲେ।

ଶିକ୍ଷା ଓ ଅନୁସନ୍ଧାନ ସୋଆ ପ୍ରତିଷ୍ଠାତା ସଭାପତି
Share. Facebook Twitter LinkedIn Email WhatsApp Copy Link

Related Posts

ଗଣେଶଙ୍କ ମୂର୍ତ୍ତି ଭସାଣି ବେଳେ ପୋଲିସଙ୍କୁ ଆକ୍ରମଣ, ୬ ଗିରଫ

September 17, 2026

ଏନଟିପିସି କୋରବା ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 17, 2026

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026
Latest News

ଗଣେଶଙ୍କ ମୂର୍ତ୍ତି ଭସାଣି ବେଳେ ପୋଲିସଙ୍କୁ ଆକ୍ରମଣ, ୬ ଗିରଫ

September 17, 2026

ଆତଙ୍କବାଦ ବିରୋଧରେ ‘ଶୂନ୍ୟ ସହନଶୀଳତା’ ନୀତି: ବ୍ୟାନ୍ ହେଲା ‘ଶାହଜାଦ୍ ଭଟ୍ଟି ନେଟୱର୍କ’

September 17, 2026

ଅଗ୍ରଣୀ ସିଇଓମାନଙ୍କ ସହ ସେମିକଣ୍ଡକ୍ଟର ଗୋଲଟେବୁଲ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

September 17, 2026

ଏନଟିପିସି କୋରବା ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 17, 2026

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.