ଖୋର୍ଦ୍ଧା: ବାତ ଜ୍ଵର ନିରାକରଣ ଅଭିଯାନ, ୧୦ ଦିନ ଧରି ଚାଲିବ ଔଷଧ ସେବନ କାର୍ଯ୍ୟକ୍ରମ

Published: Jan 12, 2023, 6:36 pm IST

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଆଜି ଫାଇଲେରିଆ ଅଭିଯାନ ସଚେତନତା ନିମନ୍ତେ ଏକ ଜିଲ୍ଲା ସ୍ତରୀୟ ବୈଠକ ଏଡିଏମ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଆର୍ତ୍ତବନ୍ଧୁ ନାୟକ, ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଜୀବନ୍ତ କୁମାର ଆଚାର୍ଜୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ର ନାଥ ମୁର୍ମୁ, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ତରାଇ, ଜିଲ୍ଲା ମଙ୍ଗଳ ଅଧିକାରୀ ମନୋଜ କୁମାର ନାୟକ, ଅତିରିକ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଣି ସୁଷମା ମହାନ୍ତି ଏବଂ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ଫେବୃୟାରୀ ୧୦ ତାରିଖ ଠାରୁ ୧୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସାର୍ବଜନୀନ ବାତ ଜ୍ଵର ଔଷଧ ସେବନ କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପାଖାପାଖି ୭୮୯୩ ଆଶାକର୍ମୀ, ଅଙ୍ଗନବାଡି କର୍ମୀ ଓ ସ୍ଵେଚ୍ଛାସେବୀଙ୍କ ଦ୍ଵାରା ଜିଲ୍ଲାରେ ସମସ୍ତ ଜନ ସାଧାରଣଙ୍କୁ ଘର ଘର ବୁଲି ଡ଼ିଇସି ଓ ଆଲବେନଜୋଲ ବଟିକା ଖୁଆ ଯିବାର ଲକ୍ଷ୍ୟ ରଖାଯାଇଛି।

Related posts