Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଏଭି ପୋଖରୀପୁଟରେ ବ୍ୟାସକବିଙ୍କ ଜୟନ୍ତୀ ପାଳିତ
ଆଜିର ଖବର

ଡିଏଭି ପୋଖରୀପୁଟରେ ବ୍ୟାସକବିଙ୍କ ଜୟନ୍ତୀ ପାଳିତ

January 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
DAVPkt
ଡିଏଭି ପୋଖରୀପୁଟରେ ବ୍ୟାସକବିଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ଆଧୁନିକ ଓଡ଼ିଆ କଥା ସାହିତ୍ୟର ଜନକ ତଥା ଓଡ଼ିଆ ଜାତିର ଅଭ୍ୟୁତ୍‌ଥାନର କର୍ଣ୍ଣଧାର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଡିଏଭି ଆଞ୍ଚଳିକ ନିର୍ଦ୍ଦେଶାଳୟ,ଓଡ଼ିଶାର ସହଆଞ୍ଚଳିକ ଅଧିକାରୀ ତଥା ବିଦ୍ୟାଳୟର ଅଧ୍ୟକ୍ଷା ଡ.ସୁଜାତାଙ୍କ ପ୍ରରୋଚନାରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ଦ୍ୱାରା ବ୍ୟାସକବିଙ୍କ ଜୟନ୍ତୀକୁ ଅତ୍ୟନ୍ତ ସଦ୍‌ଭାବନାର ସହିତ ପାଳନ କରାଯାଇଛି।

ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ ଶ୍ରୀଯୁକ୍ତ ଶୁଭ୍ରାଂଶୁ ମୋହନ ଦାଶ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ବ୍ୟାସକବିଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ନରୋତ୍ତମ ଷଡ଼ଙ୍ଗୀ ଫକୀର ମୋହନଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ। ବିଦ୍ୟାଳୟର ବରିଷ୍ଠ କିରାଣୀ କ୍ଷେତ୍ରମୋହନ ମହାପାତ୍ର ପ୍ରଦୀପ ପ୍ରଜ୍ୱଳନ ମନ୍ତ୍ରପାଠ କରିବା ସହିତ ବୈଦିକ ଶ୍ଳୋକରେ ପରିବେଶକୁ ମନ୍ତ୍ରମୁଗ୍ଧ କରିଥିଲେ।

ଫକୀରମୋହନଙ୍କ ରଚିତ ଛ’ମାଣ ଆଠ ଗୁଣ୍ଠ , ମାମୁ , ଲଛମା ଓ ପ୍ରାୟଶ୍ଚିତ ଉପନ୍ୟାସଗୁଡ଼ିକର ଭାବବସ୍ତୁ ଉପରେ ଆଲୋକପାତ କରା ଯାଇଥିଲା। ଉପସ୍ଥିତ ବିଦ୍ୟାର୍ଥୀମାନଙ୍କ ମଧ୍ୟରୁ ଏହି ଉପନ୍ୟାସଗୁଡ଼ିକରୁ କିଛି ସଂଳାପ ଶିବାଙ୍ଗୀ ସ୍ୱୟମ୍‌ସିଦ୍ଧା , ଶ୍ରେୟାଂଶୀ ସଲୋନିକା , ସୁରଭି ଶତ୍ରୁଶଲ୍ୟା , ରାଜଦୀପ ଶାନ୍ତି ଓ ଓମ୍‌କେଶ୍ୱର ପ୍ରଧାନ ଉପସ୍ଥାପନ କରିଥିଲେ। ଶିକ୍ଷକ ଶ୍ରୀଯୁକ୍ତ କେଶବ ଚନ୍ଦ୍ର ପ୍ରଧାନ ବ୍ୟାସକବିଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ନିମନ୍ତେ ସଭିଙ୍କୁ ଶପଥ ପାଠ କରାଇଥିଲେ।

ଓଡ଼ିଆ ବିଭାଗର ସଂଯୋଜିକା ଝରଣା ମିଶ୍ର ସଭିଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଥିଲେ।ପରିଶେଷରେ ଶିକ୍ଷୟିତ୍ରୀ କ୍ଷଣପ୍ରଭା ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।

ଡିଏଭି ପୋଖରୀପୁଟ
Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.