Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଖୋର୍ଦ୍ଧା ରୋଡ଼-ନୂଆଗାଁ ରେଳ ସେକ୍ସନ ନୀରିକ୍ଷଣ
ଆଜିର ଖବର

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଖୋର୍ଦ୍ଧା ରୋଡ଼-ନୂଆଗାଁ ରେଳ ସେକ୍ସନ ନୀରିକ୍ଷଣ

January 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ପୂର୍ବତଟ ରେଳପଥ ମହାପ୍ରବନ୍ଧକ ରୂପ ନାରାୟଣ ସୁନକର ଇତି ମଧ୍ୟରେ ଚାଲୁରହିଥିବା ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ପ୍ରକଳ୍ପର ଖୋର୍ଦ୍ଧା ରୋଡ୍ – ନୂଆଗାଁ ରେଳ ସେକ୍ସନକୁନିରୀକ୍ଷଣ କରିଛନ୍ତି ଏବଂ ନୂଆଗାଁ ଓ ଦଶପଲ୍ଲା ମଧ୍ୟରେ ଚାଲୁରହିଥିବା ନିର୍ମାଣ କାର୍ଯ୍ୟ ସହିତ ବିଭିନ୍ନ କାର୍ଯ୍ୟ ସମୀକ୍ଷା କରିଛନ୍ତି।

ଶ୍ରୀ ସୁନକର ମଧ୍ୟ ଖୋର୍ଦ୍ଧା ରୋଡରେ ଥିବା ରୋଡ୍ ଓଭର ବ୍ରିଜ୍ (ROB) କାର୍ଯ୍ୟର ଯାଞ୍ଚ କରିଛନ୍ତି ଏବଂ ୱିଣ୍ଡୋ ଟ୍ରେଲିଂ ସହିତ ଖୋର୍ଦ୍ଧା ରୋଡ୍ – ନୂଆଗାଁ ରେଳ ସେକ୍ସନ ର ନିରାପତ୍ତା ଓ ଟ୍ରାଫିକ୍ ସୁବିଧା କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଏହା ବ୍ୟତୀତ ମହାପ୍ରବନ୍ଧକ ଶ୍ରୀ ସୁନକର ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ବନ୍ଧରେ ପଚାରି ବୁଝିଥିଲେ ଏବଂ ନିର୍ମାଣାଧୀନ ସେତୁ ଏବଂ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିବା ସହିତ ଧାର୍ଯ୍ୟ ସମୟ ସୀମା ମଧ୍ୟରେ ନିର୍ମାଣ କାର୍ଯ୍ୟ ସମାପ୍ତ ପାଇଁ ଗୁରୁତ୍ୱାରୋପ କରିଥିଲେ। ବିଶେଷ କରି ଯାତ୍ରୀ କେନ୍ଦ୍ରିକ ସୁବିଧାଗୁଡ଼ିକ ପ୍ରତି ଧ୍ୟାନ ଦେବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ମାର୍ଚ୍ଚ 2023 ସୁଦ୍ଧା ନୂଆଗାଁ ଏବଂ ଦଶପଲ୍ଲା ମଧ୍ୟରେ ଥିବା 15.5 କିଲୋମିଟର ଦୈର୍ଘ୍ୟ ରେଳ ସେକ୍ସନ ମଧ୍ୟରେ 57 ଟି ମାଇନର୍ ଏବଂ 03 ଟି ମେଜର ବ୍ରିଜ୍ ସହିତ 15 ଟି ରୋଡ୍ ଅଣ୍ଡର ବ୍ରିଜ୍ (RUBs) ଏବଂ 04 ଟି ରୋଡ୍ ଓଭର ବ୍ରିଜ୍ (ROB) ସହିତ ଅନ୍ୟାନ ନିର୍ମାଣ କାର୍ଯ୍ୟ ସମାପ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି। ଚଳିତ ଆର୍ଥିକ ବର୍ଷରେ ଏହି କାର୍ଯ୍ୟ ପାଇଁ 190 କୋଟି ଟଙ୍କା ମଞ୍ଜୁର କରାଯାଇଛି।

301 କିଲୋମିଟର ଦୈର୍ଘ୍ୟ ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପରେ 115.36 କିଲୋମିଟର ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ସେଥି ମଧ୍ୟରୁ ଖୋର୍ଦ୍ଧା ରୋଡ଼-ନୂଆଗାଁ 90.43 କିଲୋମିଟର ଏବଂ ବଲାଙ୍ଗୀର ଠାରୁ ଝରତରଭା 24.93 କିଲୋମିଟର ଅଟେ।  ନିର୍ମାଣାଧୀନ କାର୍ଯ୍ୟ ମଧ୍ୟରୁ ନୂଆଗାଁ-ଦଶପଲ୍ଲା 15.445 କିଲୋମିଟର ଦୈର୍ଘ୍ୟ ରେଳ ଲାଇନକୁ ମାର୍ଚ୍ଚ 2023 ସୁଦ୍ଧା ଶେଷ ହେବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଝରତରଭା-ଖମ୍ବେଶ୍ୱରପଲ୍ଲୀ-ସୋନପୁର (11.40 + 10.30 = 21.70 କିଲୋମିଟର) ଦୈର୍ଘ୍ୟ ରେଳ ଲାଇନକୁ ମାର୍ଚ୍ଚ 2023 ସୁଦ୍ଧା ଶେଷ ହେବାକୁ ଲକ୍ଷ୍ୟ ରଖାଯାଇଛି।

ମାନ୍ୟବର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓଡ଼ିଶାରେ ଚାଲିଥିବା ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟ ସହିତ ଏହି ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ପ୍ରାଥମିକତା ଦେଉଛନ୍ତି ଏବଂ ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ନଜର ରଖିଛନ୍ତି। ଖୋର୍ଦ୍ଧା ରୋଡ୍ – ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଫୋକସ୍ ପ୍ରୋଜେକ୍ଟ ଅନ୍ତର୍ଗତ ଥିବାରୁ ଏହା ପ୍ରତି ଶ୍ରୀ ବୈଷ୍ଣବ ବିଶେଷ ଧ୍ୟାନ ଦେଉଛନ୍ତି।

ବହୁ ପ୍ରତୀକ୍ଷିତ ଜନସାଧାରଣ କୈନ୍ଦ୍ରିକ ରେଳ ପ୍ରକଳ୍ପ ନିର୍ମାଣ ସମୟରେ ଉପୁଜୁଥିବା ଜମି ଅଧିଗ୍ରହଣ ଏବଂ ଅନ୍ୟାନ୍ୟ ପ୍ରସଙ୍ଗ ଗୁଡିକୁ ଶୀଘ୍ର ସମାଧାନ ପାଇଁ ତୃଣମୂଳ ସ୍ତରରେ ବିଭିନ୍ନ ସରକାରୀ ଓ ଅନ୍ୟାନ ସଂସ୍ଥା ମାନଙ୍କ ସହିତ ସମନ୍ୱୟ ରକ୍ଷାକରି କାର୍ଯ୍ୟକରିବାକୁ ଶ୍ରୀ ବୈଷ୍ଣବ ରେଳ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି ଯାହା ଫଳରେ ଖୋର୍ଦ୍ଧା ରୋଡ-ବାଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର କାର୍ଯ୍ୟ ଶୀଘ୍ର ଶେଷ ହେବା ପାଇଁ ତୃଣମୂଳ ସ୍ତରର ସମନ୍ୱୟ ଫଳପ୍ରଦ ହେବ ବୋଲି ସେ କହିଛନ୍ତି।

ପୂର୍ବତଟ ରେଳପଥ ରୂପ ନାରାୟଣ ସୁନକର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ବୃଦ୍ଧି ପାଇବ ପୁଞ୍ଜିନିବେଶ: ୩୭ଟି ପ୍ରକଳ୍ପକୁ ମିଳିଲା ଇଡ୍‌କୋର ଜମି ମଞ୍ଜୁରୀ

September 4, 2026

‘ଶୂନ୍ ମୃତ୍ୟୁ ସପ୍ତାହ’ ଆରମ୍ଭ; ଜୀବନ ବଞ୍ଚାଇଲେ ମିଳିବ ‘ରାହାବାର’ ଓ ‘ଗୁଡ୍ ସମାରିଟାନ୍’ ପୁରସ୍କାର

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026

କରୈକଲ୍‌ର ମହିଳା ମତ୍ସ୍ୟଜୀବୀଙ୍କୁ ସ୍ୱାବଲମ୍ବୀ କରିଛି ସାମୁଦ୍ରିକ ଶୈବାଳ ଚାଷ

September 4, 2026
Latest News

ଜିମ୍‌ରେ ଝାଳ, ହୃଦୟରେ ବିପଦ? ICMR ଅଧ୍ୟୟନରେ ଖୋଲିଲା ବିପଦର ରହସ୍ୟ

September 4, 2026

ତୀର୍ଥରୁ ସମୁଦ୍ରତଟ, ସଂସ୍କୃତିରୁ ଆଧ୍ୟାତ୍ମିକତା: ରେଳପଥରେ ଦକ୍ଷିଣ ଭାରତ ଯାତ୍ରା

September 4, 2026

ଓଡ଼ିଶାରେ ବୃଦ୍ଧି ପାଇବ ପୁଞ୍ଜିନିବେଶ: ୩୭ଟି ପ୍ରକଳ୍ପକୁ ମିଳିଲା ଇଡ୍‌କୋର ଜମି ମଞ୍ଜୁରୀ

September 4, 2026

ଆଘାତ ନଥାଇ ହଠାତ୍ ଗୋଡ଼ରେ ଯନ୍ତ୍ରଣା ହେଉଛି କି ! ଶରୀରର ଏହି ‘ସିଗନାଲ୍‌’କୁ ବୁଝନ୍ତୁ

September 4, 2026

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.