Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଉରକେଲାରେ ଆରମ୍ଭ ହେଲା ‘ସରସ ମେଳା’: ୨୫୦ଟି ଷ୍ଟଲ, ୨୭ ଯାଏଁ ଚାଲିବ ମେଳା
ଆଜିର ଖବର

ରାଉରକେଲାରେ ଆରମ୍ଭ ହେଲା ‘ସରସ ମେଳା’: ୨୫୦ଟି ଷ୍ଟଲ, ୨୭ ଯାଏଁ ଚାଲିବ ମେଳା

January 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରାଉରକେଲା: ହକି ବିଶ୍ୱକପ୍ ଅବସରରେ ରାଉରକେଲା ସହରରେ ଆରମ୍ଭ ହୋଇଛି ‘ସରସ’ ମେଳା। ରବିବାର ସନ୍ଧ୍ୟାରେ ଏହି ମେଳାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଥିଲେ। ଭଞ୍ଜ ଭବନ ପଡ଼ିଆଠାରେ ଆୟୋଜିତ ଏହି ମେଳା ଜାନୁଆରି ୨୭ ତାରିଖ ଯାଏଁ ଚାଲିବ।

ରାଉରକେଲା ସହରରେ ପ୍ରଥମ ଥର ପାଇଁ ଏହି ମେଳା ଆୟୋଜନ କରାଯାଉଥିବାରୁ ମୁଖ୍ୟମନ୍ତ୍ରୀ ଭିଡିଓ ବାର୍ତ୍ତା ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି। ସରସ ମେଳା ବୁଲିବାକୁ ଆସି ମିଶନ ଶକ୍ତି ମା’ମାନେ ବିକ୍ରି କରୁଥିବା ଉତ୍ପାଦକୁ କିଣିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅପିଲ୍ କରିଛନ୍ତି।

ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓରମାସ ଏବଂ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଏହି ମେଳା ଆୟୋଜନ କରାଯାଉଛି। ସରସ ମେଳାରେ ମୋଟ ୨୫୦ଟି ଷ୍ଟଲ ପଡ଼ିଛି।

ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ/ଉତ୍ପାଦକ ଗୋଷ୍ଠୀମାନେ ସେମାନଙ୍କ ଉତ୍ପାଦ ପ୍ରଦର୍ଶନ ସହ ବିକ୍ରି କରୁଛନ୍ତି। ଉଦଘାଟନୀ କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଯୋଗଦେଇ ଏସଏଚଜି ମହିଳାମାନଙ୍କୁ ଉତ୍ସାହିତ କରିଥିଲେ।

ସୁନ୍ଦରଗଡ଼ ସହିତ ବିଭିନ୍ନ ଜିଲ୍ଲାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକ ସାମିଲ ହୋଇଛନ୍ତି। ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଟେରାକୋଟା ସାମଗ୍ରୀ, ଢୋକ୍ରା କାଷ୍ଟିଙ୍ଗ, ହସ୍ତତନ୍ତ ସାମଗ୍ରୀ ସହିତ ବିଭିନ୍ନ ଖାଦ୍ୟ ସାମଗ୍ରୀ ଏଠାରେ ବିକ୍ରୟ କରାଯାଉଛି।

ସେହିପରି ଉତ୍ତରପ୍ରଦଶ, ଆସାମ, ତ୍ରିପୁରା, ମଣିପୁର, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଜମ୍ମୁ ଓ କଶ୍ମୀର, ପଶ୍ଚିମବଙ୍ଗ, ମଣିପୁର, ଆନ୍ଧ୍ରପ୍ରଦେଶ ଓ କେରଳର ପ୍ରସିଦ୍ଧ ସାମଗ୍ରୀ ଏହି ସରସ ମେଳାର ମୁଖ୍ୟ ଆକର୍ଷଣ ପାଲଟିଛି।

ଏହି ମେଳାରେ ପ୍ରତିଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ରାଜ୍ୟ ତଥା ରାଜ୍ୟ ବାହାରର ପ୍ରସିଦ୍ଧ କଳାକାରମାନେ ଏଥିରେ ସାମିଲ ହେବେ। ଓଡ଼ିଶା ସହିତ ବିଭିନ୍ନ ରାଜ୍ୟର କଳା, ସଂସ୍କୃତି ଓ ଐତିହ୍ୟର ଝଲକ୍ ଦେଖିବାକୁ ମିଳିବ।

ବର୍ତ୍ତମାନ ହକି ବିଶ୍ୱକପ୍ ଆରମ୍ଭ ହୋଇଛି। ଭୁବନେଶ୍ୱର ଏବଂ ରାଉରକେଲାରେ ବିଭିନ୍ନ ମ୍ୟାଚ ଖେଳାଯାଉଛି। ମେଳା ବୁଲିବାକୁ ଆସୁଥିବା ଲୋକମାନେ ଯେପରି ହକି ବିଶ୍ୱକପର ସିଧାପ୍ରସାରଣ ଦେଖିପାରିବେ ସେନେଇ ବିଶେଷ ବ୍ୟବସ୍ଥା କରାଯାଇଛି। ସାଧାରଣ ଲୋକଙ୍କ ପାଇଁ ମେଳା ପରିସରରେ ସେଲଫି ପଏଣ୍ଟ ଏବଂ ପିଲାମାନଙ୍କ ପାଇଁ ହକି ପାଭିଲିୟନ କରାଯାଇଛି। ତା’ଛଡ଼ା ସ୍ୱତନ୍ତ୍ର ଫୁଡ୍ କୋର୍ଟ ଏହି ମେଳାର ଅନ୍ୟତମ ଆକର୍ଷଣ ହୋଇଛି।

ଏହି ଅବସରରେ ହକି ବିଶ୍ୱକପ୍ ଟ୍ରଫି ସରସ ମେଳା ପରିସରରେ ପହଞ୍ଚିଥିଲା। ସେଠାରେ ଟ୍ରଫିକୁ ସ୍ୱାଗତ କରାଯାଇଥିଲା। ତା’ଛଡ଼ା ମେଳା ପରିସରରେ ଥିବା ଷ୍ଟଲଗୁଡ଼ିକ ପାଖରେ ବିଭିନ୍ନ ସାମଗ୍ରୀ ପହଞ୍ଚାଇବା ଲାଗି ପ୍ରଶାସନ ପକ୍ଷରୁ ଇ-ଅଟୋ ବ୍ୟବସ୍ଥା କରାଯାଇଛି।

ଉଦଘାଟନୀ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, ସୁନ୍ଦରଗଡ଼ର ବିଧାୟିକା କୁସୁମ ଟେଟେ, ଜିଲ୍ଲାପରିଷଦ ଅଧ୍ୟକ୍ଷା କୁନ୍ତୀ ପ୍ରଧାନ, ସୁନ୍ଦରଗଡ଼ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପାଧ୍ୟକ୍ଷା ସୁଶିଳା ଟପ୍ନୋ, ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମନୋଜ ସତ୍ୟବାନ ମହାଜନ, ଓରମାସ ଡେପୁଟି ସିଇଓ କେଶବ ଝା ପ୍ରମୁଖ ଯୋଗ ଦେଇଥିଲେ।

ଏସଏଚଜି ମହିଳା ମିଶନ ଶକ୍ତି ମୁଖ୍ୟମନ୍ତ୍ରୀ ନବୀନ ରାଉରକେଲା ସରସ ମେଳା ହକି ବିଶ୍ୱକପ୍
Share. Facebook Twitter LinkedIn Email WhatsApp Copy Link

Related Posts

ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀର ପବିତ୍ର ବୌଦ୍ଧ ଅବଶେଷ ସର୍ବସାଧାରଣଙ୍କ ଦର୍ଶନ ପାଇଁ ପ୍ରଦର୍ଶିତ

January 20, 2026

ନବରତ୍ନ କମ୍ପାନୀ ନାଲକୋ 2024-25 ଆର୍ଥିକ ବର୍ଷରେ ରେକର୍ଡ ଲାଭ

January 20, 2026

ଓୟୁଟିଆର୍ ର କୃତୀ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ଓ ପଦକ ପ୍ରଦାନ କଲେ ରାଜ୍ୟପାଳ

January 20, 2026

ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବାସଂଘର ଅଶୀତମ ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ଆଇନ ମନ୍ତ୍ରୀ

January 20, 2026
Latest News

ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀର ପବିତ୍ର ବୌଦ୍ଧ ଅବଶେଷ ସର୍ବସାଧାରଣଙ୍କ ଦର୍ଶନ ପାଇଁ ପ୍ରଦର୍ଶିତ

January 20, 2026

ନବରତ୍ନ କମ୍ପାନୀ ନାଲକୋ 2024-25 ଆର୍ଥିକ ବର୍ଷରେ ରେକର୍ଡ ଲାଭ

January 20, 2026

ଓୟୁଟିଆର୍ ର କୃତୀ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ଓ ପଦକ ପ୍ରଦାନ କଲେ ରାଜ୍ୟପାଳ

January 20, 2026

ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବାସଂଘର ଅଶୀତମ ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ଆଇନ ମନ୍ତ୍ରୀ

January 20, 2026

ପଦ୍ମବିଭୂଷଣ ପ୍ରତିଭା ରାୟଙ୍କ ପାଖକୁ ଆସିଲା ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ: ଜାଣନ୍ତୁ କାରଣ

January 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.