Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘କଳାହାଣ୍ଡି ସେଦିନର ଓ ଆଜିର’ ଶୀର୍ଷକ ସଂପାନ ଅନୁଷ୍ଠିତ: ଯୋଗ ଦେଲେ ମୁଖ୍ୟ ଶାସନ ସଚିବ
ଆଜିର ଖବର

‘କଳାହାଣ୍ଡି ସେଦିନର ଓ ଆଜିର’ ଶୀର୍ଷକ ସଂପାନ ଅନୁଷ୍ଠିତ: ଯୋଗ ଦେଲେ ମୁଖ୍ୟ ଶାସନ ସଚିବ

January 17, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ମନସ୍ତାତ୍ତ୍ବିକ ବିଚାରଧାରାର ପରିବର୍ତ୍ତନ କଳାହାଣ୍ଡି ଜିଲ୍ଲାକୁ ସମଗ୍ର ଦେଶରେ ଆଗୁଆ କରି ଗଢ଼ି ତୋଳିବ। ଆଜି ଏ ଜିଲ୍ଲା ସାରା ଦେଶରେ ଭାତ ହାଣ୍ଡିର ପରିଚୟ ପାଇଛି ସତ, ତେବେ ଜିଲ୍ଲାବାସୀଙ୍କ ପାଇଁ ଆଜିର ଆହ୍ବାନ ସୁସ୍ଥ କଳାହାଣ୍ଡି ହେବା ଉଚିତ୍। କାରଣ ସାରା ବିଶ୍ବକୁ କଳାହାଣ୍ଡି ଦିଗଦର୍ଶନ ଦେବାର ସମୟ ଆସିଛି। ପର୍ଯ୍ୟାପ୍ତ ଜ୍ଞାନ ଆହରଣ ଏ ଜିଲ୍ଲାର ବିକାଶକୁ ଆହୁରି ଆଗେଇ ନେବ ବୋଲି ଆଜି ସ୍ଥାନୀୟ ଟାଉନ୍ ହଲ୍ ଠାରେ ଆୟୋଜିତ ସଂପାନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ଏବଂ ଯୋଜନା ଓ ସମ୍ମନ୍ବୟ ବିଭାଗର ସଚିବ ପ୍ରଦୀପ କୁମାର ଜେନା ନିଜ ବକ୍ତବ୍ୟରେ କହିଛନ୍ତି।

ଏଇ ଅବସରରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଡ. ଅରବିନ୍ଦ ପାଢ଼ୀ କୃଷି, ଶିକ୍ଷା, ସ୍ବାସ୍ଥ୍ୟ ଓ ଦକ୍ଷତା ବିକାଶ ହିଁ ଏ ଜିଲ୍ଲାକୁ ଉନ୍ନତିର ଶିଖରରେ ପହଞ୍ଚାଇ ପାରିବ ଏଣୁ ଆମ ସମସ୍ତଙ୍କୁ ଏ ଜୟଯାତ୍ରାରେ ସାମିଲ ହେବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।

କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଉପସ୍ଥିତିରେ ସଂପାନ କମିଟିର ଅଧ୍ୟକ୍ଷ ତଥା କଳାହାଣ୍ଡି ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀଙ୍କ ଅଧ୍ୟକ୍ଷତା କରିଥିବାବେଳେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହ ଅଧ୍ୟକ୍ଷ ସୀମାଞ୍ଚଳ ମିଶ୍ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଗବେଷକ ଡ. ତ୍ରିଭୂବନ ପଣ୍ଡା, ଉମାଶଙ୍କର କର ପ୍ରମୁଖ ଭିତ୍ତି ପ୍ରବନ୍ଧ ଉପସ୍ଥାପନ କରିଥିଲେ।

ସଂପାନ କମିଟିର ସଦସ୍ୟ ଶେଷଦେବ ମିଶ୍ର ଅତିଥି ଆବାହନ, ଡ. ସଞ୍ଜିତ ସ୍ବାଇଁ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ବିଶ୍ବରଞ୍ଜନ ବେହେରା, ପ୍ରତାପ କୁମାର ପଣ୍ଡା, ଦୁର୍ଗାପ୍ରସାଦ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି ଅବସରରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ବହୁ ସଂଖ୍ୟକ କବି, ଲେଖକ, ଅଧ୍ୟାପକ, ବୁଦ୍ଧିଜୀବୀଙ୍କ ସମେତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ଶେଷରେ ସୁଢଳଦେବ ମୁଣ୍ଡ ଧନ୍ୟବାଦ ଦେଇଥିଲେ।

କଳାହାଣ୍ଡି ଉତ୍ସବ ମୁଖ୍ୟ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026

ଆଜି ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗଦେବେ ରାଷ୍ଟ୍ରପତି

March 8, 2026
Latest News

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.