ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ବୈଠକ

Published: Jan 18, 2023, 4:52 pm IST

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ ସମେତ ସହରର ବୁଦ୍ଧିଜୀବୀ, ବିଭିନ୍ନ ବିଭାଗର ଅଧିକାରୀ, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର କର୍ମକର୍ତ୍ତା ଙ୍କ ନିଷ୍ପତ୍ତି କ୍ରମେ 26 ତାରିଖ ସକାଳ 4.30 ରେ ରାମଧୁନ, ପ୍ରଭାତ ଫେରି, ପରେ ସହରରେ ଥିବା ମହାପୁରୁଷ ମାନଙ୍କର ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ଏବଂ ସକାଳ 9.15 ମିନିଟ ରେ ବିଜେବି ହାଇସ୍କୁଲ ପଡିଆରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ।

ସମ୍ମିଳିତ ପରେଡରେ ଏ. ପି. ଆର, ଏନ. ସି.ସି, ସ୍କାଉଟ ଗାଇଡ଼, ରେଡ଼କ୍ରସ ଓ ସିଭିଲିଆନ ଦଳ ଅଂଶ ଗ୍ରହଣ କରିବେ । ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଆଗାମୀ 20 ରୁ 22 ତାରିଖ ମଧ୍ୟରେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ପରେଡ ପରେ ଜିଲ୍ଲା କାରାଗାର ଏବଂ ହସ୍ପିଟାଲରେ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରାଯିବ। ଶେଷରେ ଧନ୍ୟବାଦ ସହ ସଭା ସାଙ୍ଗ କରାଯାଇଥିଲା।

Related posts