Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇକନିକ୍‌ ସପ୍ତାହ: କଟକରେ ଆୟୋଜିତ ହେବ ବିଭିନ୍ନ କାର୍ଯ୍ୟକ୍ରମ
ଆଜିର ଖବର

ଆଇକନିକ୍‌ ସପ୍ତାହ: କଟକରେ ଆୟୋଜିତ ହେବ ବିଭିନ୍ନ କାର୍ଯ୍ୟକ୍ରମ

January 19, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସ୍ୱାଧୀନତାର ଅମୃତ ମହୋତ୍ସବ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜନ୍ମବାର୍ଷିକୀ ଉପଲକ୍ଷେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ୧୭ରୁ ୨୩ ଜାନୁଆରୀ ୨୦୨୩ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ଆଇକନିକ ସପ୍ତାହ ପାଳନ କରାଯାଉଛି। ଜାନୁଆରୀ ୨୦ ତାରିଖରେ ନେତାଜୀଙ୍କ ଜନ୍ମସ୍ଥାନ ଐତିହାସିକ କଟକ ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ। ସିଆରପିଏଫ, ଆଇଟିବିପି ଏବଂ ରାଜ୍ୟ ସରକାରଙ୍କ ମିଳିତ ଆନୁକୁଲ୍ୟରେ ନେତାଜୀଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକାଧିକ କାର୍ଯ୍ୟକ୍ରମ ଆୟୋଜନ ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି।

ଆସନ୍ତା ୨୦ ତାରିଖ ସକାଳ ସାଢ଼େ ୬ଟାରୁ ସାଢ଼େ ୭ଟା ପର୍ଯ୍ୟନ୍ତ ହାଇକୋର୍ଟ ଠାରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ପର୍ଯ୍ୟନ୍ତ ପ୍ରଭାତ ଫେରି କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିରେ ସିଆରପିଏଫ, ଆଇଟିବିପି ଏବଂ ସ୍କୁଲ ଛାତ୍ରଛାତ୍ରୀ ସାମିଲ ହେବେ।  ସେହିପରି ସକାଳ ସାଢ଼େ ୭ଟା ଠାରୁ ସାଢ଼େ ୮ଟା ପର୍ଯ୍ୟନ୍ତ ହାଇକୋର୍ଟରୁ ନେତାଜୀଙ୍କ ଜନ୍ମସ୍ଥାନ ପର୍ଯ୍ୟନ୍ତ ଗଣଦୌଡ଼ ଆୟୋଜନ କରାଯିବ। ଏଥିରେ ମଧ୍ୟ ସିଆରପିଏଫ ଓ ଆଇଟିବିପି ଯବାନ, ସାଧାରଣ ନାଗରିକ ଓ ସ୍କୁଲ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିବେ। ଏହାଛଡ଼ା ସମାନ ସ୍ଥାନରେ ସକାଳ ସାଢ଼େ୯ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଇକେଲ ରାଲି ଆୟୋଜନ କରାଯିବ।

ଅନ୍ୟପକ୍ଷରେ ଖୋର୍ଦ୍ଧାସ୍ଥିତ ଆଇଟିବିପି ଶିବିର ଏବଂ ଭୁବନେଶ୍ବରସ୍ଥିତ ସିଆରପିଏଫ ଗ୍ରୁପ କେନ୍ଦ୍ର ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ। କଟକ ଷ୍ଟିୱ।ର୍ଟ କଲେଜ ପରିସରରେ ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ରକ୍ତଦାନ ଶିବିର ଆୟୋଜନ କରାଯିବ। ଅପରାହ୍ନ ୫ଟାରେ କଟକ ସାରଳା ଭବନ ପରିସରରେ ଆଇଟିବିପି ଏବଂ ସିଆରପିଏଫ ପକ୍ଷରୁ ସହିଦଙ୍କ ପରିବାର ବର୍ଗଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଠାରେ ସାଢ଼େ ୫ଟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ।  କଟକର ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟରେ ଡାକ ଟିକଟ ପ୍ରଦର୍ଶନୀ ଏବଂ ନେତାଜୀଙ୍କ ଜୟନ୍ତୀ ଉପରେ ଡାକ ଟିକଟ ଉନ୍ମୋଚନ କରାଯିବ। ସେହିପରି ଯୁଦ୍ଧାସ୍ତ୍ର ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯିବ। କଟକସ୍ଥିତ ଓଡ଼ିଶା ସାହିତ୍ୟ ଏକାଡେମୀ ଠାରେ କବିତା ପାଠୋତ୍ସବ ଅନୁଷ୍ଠିତ ହେବ।

ଚଳିତ ବର୍ଷ ନେତାଜୀ ଜୟନ୍ତୀ ସମାରୋହକୁ ଜନଭାଗିଦାରୀ ମାଧ୍ୟମରେ ଦେଶବ୍ୟାପୀ ବ୍ୟାପକ ଆକାରରେ ଆୟୋଜନ କରିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୋଜନା କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ଜନସାଧାରଣ ସାମିଲ ହେବାକୁ ମନ୍ତ୍ରଣାଳୟ ପକ୍ଷରୁ ଆହ୍ବାନ କରାଯାଇଛି।

କଟକ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ମେଡାଲ ନ‌େତାଜୀ ସୁଭାଷ ଚନ୍ଦ୍ର ବୋଷ ସ୍ୱାଧୀନତାର ଅମୃତ ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026
Latest News

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.