Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ପରୀକ୍ଷା ପେ ଚର୍ଚ୍ଚା-୨୦୨୩’ ଆୟୋଜନ ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ
ଆଜିର ଖବର

‘ପରୀକ୍ଷା ପେ ଚର୍ଚ୍ଚା-୨୦୨୩’ ଆୟୋଜନ ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ

January 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୭ ତାରିଖରେ ନୂଆଦିଲ୍ଲୀର ତାଳକଟୋରା ଇନଡୋର୍ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମର ଷଷ୍ଠ ସଂସ୍କରଣରେ ପ୍ରଥମ ଥର ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଶିକ୍ଷା ବୋର୍ଡ ମାନଙ୍କର ୧୬ ଲକ୍ଷ ପିଲା ଅଂଶଗ୍ରହଣ କରିବେ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ନୂଆଦିଲ୍ଲୀ ଠାରେ ମଙ୍ଗଳବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଜନଆନ୍ଦୋଳନରେ ପରିଣତ ହୋଇସାରିଛି । ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନ ଦିଗରେ ଏହି କାର୍ଯ୍ୟକ୍ରମକୁ ଦେଶର ଲୋକମାନେ ସକାରାତ୍ମକ ଭାବରେ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିଜର ବ୍ୟସ୍ତ ଜୀବନଚର୍ଯ୍ୟା ମଧ୍ୟରେ ଦେଶର ନୂଆ ପୀଢିକୁ ପ୍ରସ୍ତୁତ କରିବା ପାଇଁ ଅଭିଭାବକ ଓ ମେଣ୍ଟର ଭାବେ ପରାମର୍ଶ ଦେଉଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ ଛାତ୍ରଛାତ୍ରୀଙ୍କ ପ୍ରଶ୍ନତ୍ତୋର ଓ ଆଲୋଚନା କାର୍ଯ୍ୟକ୍ରମ ଜୀବନ ପ୍ରତି ଏକ ନୂଆ ଦୃଷ୍ଟିକୋଣ । ଏହା ଧୀରେ ଧୀରେ ବିଦ୍ୟାର୍ଥୀ ମାନଙ୍କ ମଧ୍ୟରେ ଆଲୋଚନା ଓ ଆସ୍ଥାର ବିଷୟ ହେବା ସହ ସେମାନଙ୍କର ଆତ୍ମବିଶ୍ୱାସ ବଢାଉଛି । ଏହି କାର୍ଯ୍ୟକ୍ରମ ଏକ ଅନୁଷ୍ଠାନ ଭାବରେ ପରିଗଣିତ ହୋଇସାରିଛି ।

ଚଳିତବର୍ଷ ପରୀକ୍ଷା ପେ ଚର୍ଚ୍ଚା ପାଇଁ ମୋଟ ୩୮ ଲକ୍ଷ ପରୀକ୍ଷାର୍ଥୀ ପଞ୍ଜୀକରଣ କରାଇଛନ୍ତି । ଗତ ବର୍ଷ ତୁଳନାରେ ଏହି ସଂଖ୍ୟା ୧୫ ଲକ୍ଷ ୭୩ ହଜାର ଅଧିକ । ସେହିପରି ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସମସ୍ତ ରାଜ୍ୟର ପ୍ରତିନିଧି ଭାବେ ସାରା ଦେଶର  ୧୦୨ ଜଣ ବିଦ୍ୟାର୍ଥୀ ମାନଙ୍କୁ ନିମନ୍ତ୍ରଣ କରାଯାଇଛି । ଏହା ବ୍ୟତୀତ କିଛି ଦିନ ପୂର୍ବରୁ ଭାରତ ସରକାରଙ୍କ ଏନସିଇଆରଟି ଏବଂ ସ୍କୁଲ ଶିକ୍ଷା ଓ ସ୍ୱାକ୍ଷରତା ବିଭାଗ ପକ୍ଷରୁ ଆୟୋଜିତ କଳା ଉତ୍ସବର ୮୦ ଜଣ ଶ୍ରେଷ୍ଠ ବିଜେତାଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । ଏହି ସମସ୍ତ ବିଦ୍ୟାର୍ଥୀ ଗଣତନ୍ତ୍ର ଦିବସ ପ୍ୟାରେଡରେ ମଧ୍ୟ ଅତିଥି ଭାବେ ଭାଗ ନେବେ । ଏହି ସବୁ ପିଲାଙ୍କୁ ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ ପରୀକ୍ଷା ପେ ଚର୍ତ୍ତାର ପର ଦିନ କର୍ତ୍ତବ୍ୟ ପଥ, ରାଷ୍ଟ୍ରୀୟ ସମର ସ୍ମାରକ, ରାଜଘାଟ, ସଦୈବ ଅଟଳ ଓ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ତଥା ଦେଶର ଐତିହ୍ୟ ସହ ଜଡ଼ିତ ବିଭିନ୍ନ ସ୍ଥାନକୁ ପରିଦର୍ଶନ କରିବା ପାଇଁ ନିଆଯିବ ।

ଏଗଜାମ ୱାରିୟର୍ସ ପୁସ୍ତକର ବଢୁଥିବା ଚାହିଦା ସମ୍ପର୍କରେ ଉଲ୍ଲେଖ କରି ଶ୍ରୀ ପ୍ରଧାନ କହିଛନ୍ତି ଯେ ନିକଟରେ ଦେଶର ପ୍ରାୟ ୫୦୦ ରୁ ଉର୍ଦ୍ଧ୍ୱ ଜିଲ୍ଲାରେ କେନ୍ଦ୍ରୀୟ ବିଦ୍ୟାଳୟ, ନବଦୋୟ ବିଦ୍ୟାଳୟ ସମେତ ରାଜ୍ୟସ୍ତରୀୟ ବୋର୍ଡର ୭ ହଜାର ୨୮୩ ସ୍କୁଲରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଲିଖିତ ଏଗଜାମ ଓ୍ୱାରିୟର୍ସ କଥାବସ୍ତୁ ଉପରେ ଚିତ୍ରକଳା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ପ୍ରାୟ ୫୦ ହଜାରରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଏହା ଛାତ୍ରଛାତ୍ରୀଙ୍କ ସୃଜନଶୀଳ ପ୍ରତିଭାକୁ ଚିହ୍ନଟ କରିବାର ଏକ ଅବସର ଦେଇଥିଲା ।

ଏଗଜାମ ଓ୍ୱାରିୟର୍ସ ପୁସ୍ତକ ଇଂରାଜୀ ଓ ହିନ୍ଦି ଭାଷା ସମେତ ଦେଶର ୧୩ଟି ପ୍ରମୁଖ ସ୍ଥାନୀୟ ଭାଷା ଯଥା ଓଡ଼ିଆ, ଆସାମୀ, ବେଙ୍ଗଲୀ, ଗୁଜୁରାଟୀ, କନ୍ନଡ, ମଲାୟାଲାମ, ମରାଠୀ, ପଞ୍ଜାବୀ, ତାମିଲ ତେଲୁଗୁ, ଉର୍ଦ୍ଧୁ ଭାଷାରେ ପ୍ରକାଶିତ ହୋଇଛି । ଏହି ପୁସ୍ତକକୁ ଅଳ୍ପ କିଛି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ବ୍ୟକ୍ତି ରାଜ୍ୟପାଳ କିମ୍ବା ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉନ୍ମୋଚନ କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି ।

———————-

 

 

 

 

 

 

 

 

କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ମୋଦି ସାମ୍ବାଦିକ ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026
Latest News

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.