Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆବାସରେ ଅନିୟମିତତା ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର ଦେଲା ଚିଲିକା ବିଜେପି
ଆଜିର ଖବର

ଆବାସରେ ଅନିୟମିତତା ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର ଦେଲା ଚିଲିକା ବିଜେପି

January 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ନିକଟରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସାମ୍ଭାବ୍ୟ ତାଲିକା ପ୍ରକାଶ ପାଇଛି। ଯାହାକୁ ନେଇ ରାଜ୍ୟର ସମସ୍ତ ବ୍ଲକରେ ବିରୋଧ ଦେଖାଯାଇଛି। ଯୋଗ୍ୟ ବିବେଚିତଙ୍କ ନାମ ଏହି ତାଲିକାରୁ ବାଦ ପଡିଥିବାରୁ ରାଜ୍ୟର ସମସ୍ତ ବ୍ଲକରେ ଅଶାନ୍ତ ଲାଗିରହିଛି। କେଉଁ କେଉଁ ଗ୍ରାମ ପଞ୍ଚାୟତରେ ଜଣେ ହିତାଧିକାରୀଙ୍କ ନାମ ପ୍ରକାଶ ହୋଇଛି ତ, ଆଉ କେଉଁଠି ତିନି ଜଣ ହିତାଧିକାରୀଙ୍କ ନାମ ଦେଖିବାକୁ ମିଳିଛି। ତେବେ ଏହାକୁ ଘୋର ବିରୋଧ କରିଛି ବିଜେପି।

ରାଜ୍ୟର ସମସ୍ତ ବ୍ଲକରେ ଶାସକ ଦଳ ଚଞ୍ଚକତା କରି ଅନେକ ଅଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଯୋଜନାରେ ସାମିଲ କରିଥିବା ବେଳେ ଏକାଧିକ ଯୋଗ୍ୟ ହିତାଧିକାରୀ ଏଥିରୁ ବାଦ ପଡିଥିବାର ଅଭିଯୋଗ କରିଛି ବିଜେପି। ୨୦୨୮-୧୯ ରେ ରାଜ୍ୟ ସରକାର ଯେଉଁ ତାଲିକା ପ୍ରସ୍ତୁତ କରିଥିଲେ, ତାହା ଅତ୍ୟନ୍ତ ତ୍ରୁଟିପୂର୍ଣ୍ଣ ଥିଲା ଏବଂ ବିଗତ ତିନି ବର୍ଷ ହେଲା ଉକ୍ତ ତାଲିକାକୁ ସୁଧାରିବା ପାଇଁ ବିଜେପି ଦାବି କରିଆସୁଛି।

ରାଜ୍ୟ ସରକାର ୨୭ ଲକ୍ଷ ଲୋକଙ୍କ ପାଇଁ ଘର ମାଗିଥିବା ବେଳେ ପ୍ରଧାନମନ୍ତ୍ରୀ ଓଡିଶାକୁ ସମୁଦାୟ ୨୭ ଲକ୍ଷ ୫୮ ହଜାର ଘର ପ୍ରଦାନ କରିଛନ୍ତି। କିନ୍ତୁ ଦୁର୍ଭାଗ୍ୟର ବିଷୟ ସଦ୍ୟ ତାଲିକାରେ ୩ ଲକ୍ଷ ଅଯୋଗ୍ୟ ହିତାଧିକାରୀଙ୍କ ନାମ ଥିବା ଅଭିଯୋଗ କରିଛି ବିଜେପି।

ଏହି ପରିପ୍ରେକ୍ଷୀରେ ଉକ୍ତ ତ୍ରୁଟିପୂର୍ଣ୍ଣ ଚିଠାକୁ ସ୍ଥଗିତ ରଖିବା ସହ ଆଗାମୀ ସାତ ଦିନ ମଧ୍ୟରେ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରକାଶ କରିବା ଦାବିରେ ବିଜେପି ରାଜ୍ୟର ସମସ୍ତ ବ୍ଲକରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ମାନଙ୍କୁ ଦାବିପତ୍ର ପ୍ରଦାନ କରୁଛି। ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀର ଦୁଇ ଗୋଟି ବ୍ଲକ ଯଥା ବାଣପୁର ଓ ଚିଲିକା ବ୍ଲକରେ ମଧ୍ୟ ଆଜି ବିଜେପି ପକ୍ଷରୁ ଉକ୍ତ ଦାବିପତ୍ର ପ୍ରଦାନ କରାଯାଇଛି।

ମଧ୍ୟାହ୍ନରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନଙ୍କ ନେତୃତ୍ୱରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଉଭୟ ବ୍ଲକ ଅଧ୍ୟକ୍ଷଙ୍କ ସମେତ, ଦୁଇ ଜଣ ଜିଲ୍ଲା ପରିଷଦ ସଭ୍ୟ, ବହୁ ସରପଞ୍ଚ, ସମିତିସଭ୍ୟ ଏବଂ ଶତାଧିକ ଭାଜପା କାର୍ଯ୍ୟକର୍ତ୍ତା ଏକତ୍ରିତ ହୋଇ ବିଭିନ୍ନ ନାରାବାଜି କରିବା ସହ ଉଭୟ ବିଡ଼ିଓ ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉକ୍ତ ଦାବିପତ୍ର ପ୍ରଦାନ କରିଥିଲେ। ଯଦି ଆଗାମୀ ସାତ ଦିନ ମଧ୍ୟରେ ସରକାର ପ୍ରକୃତ ହିତାଧିକାରୀଙ୍କ ଯୋଗ୍ୟ ତାଲିକା ପ୍ରସ୍ତୁତ ନ କରନ୍ତି ତେବେ ସେମାନଙ୍କ ସହଯୋଗରେ ବିଜେପି ବ୍ଲକ ଠାରୁ ଆରମ୍ଭ କରି ବିଧାନସଭା ପର୍ଯ୍ୟନ୍ତ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଘେରାଉ ଜାରି ରଖିବ ବୋଲି ଶ୍ରୀ ହରିଚନ୍ଦନ ଗଣମାଧ୍ୟମକୁ କହିଥିଲେ। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଉଭୟ ବ୍ଲକରେ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା।

ଚିଲିକା ବିଜେପି ଚିଲିକା ବ୍ଲକ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଣପୁର ବିଡିଓଙ୍କୁ ଦାବିପତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026
Latest News

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.