Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବ ତଟ ରେଳପଥର ନୂତନ ମହାପ୍ରବନ୍ଧକ ହେଲେ ମନୋଜ ଶର୍ମା
ଆଜିର ଖବର

ପୂର୍ବ ତଟ ରେଳପଥର ନୂତନ ମହାପ୍ରବନ୍ଧକ ହେଲେ ମନୋଜ ଶର୍ମା

January 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: 1985 ବ୍ୟାଚ୍ ର ଭାରତୀୟ ରେଳ ଇଞ୍ଜିନିୟରିଂ ସେବା (ଆଇଆରଏସ୍ଇ) ର ଅଧିକାରୀ ମନୋଜ ଶର୍ମା ମହାପ୍ରବନ୍ଧକ ଭାବରେ ପୂର୍ବ ତଟ ରେଳପଥରେ ଯୋଗ ଦେଇଛନ୍ତି।

ଏହା ପୂର୍ବରୁ ଶ୍ରୀ ଶର୍ମା ମୁମ୍ବାଇରେ କେନ୍ଦ୍ରୀୟ ରେଳବାଇ (CR) ର ମୁଖ୍ୟ ପ୍ରଶାସନିକ ଅଧିକାରୀ (ନିର୍ମାଣ) ଭାବରେ କାର୍ଯ୍ୟ କରୁଥିଲେ। ସେ ପଶ୍ଚିମ ରେଳବାଇରେ ଡିଭିଜନାଲ ରେଲୱେ ମ୍ୟାନେଜର (ଡିଆରଏମ)/ରତଲାମ, ଉତ୍ତର ରେଳବାଇରେ ମୁଖ୍ୟ ଇଞ୍ଜିନିୟର, ଭାରତର ଜାତୀୟ ରାଜପଥ ପ୍ରାଧିକରଣ (N.H.A.I.), ଦିଲ୍ଲୀରେ ମୁଖ୍ୟ ଜେନେରାଲ ମ୍ୟାନେଜର,ଏବଂ ଲଖନଉ ରେ ଅନୁସନ୍ଧାନ ଡିଜାଇନ୍ ଏବଂ ମାନକ ସଂଗଠନରେ ଯୁଗ୍ମ ନିର୍ଦ୍ଦେଶକ/ନିର୍ଦ୍ଦେଶକ (R.D.S.O) ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ।

ଶର୍ମା 1987 ରେ ଭାରତୀୟ ରେଳବାଇରେ ଯୋଗ ଦେଇଛନ୍ତି। ସେ ରୁରକି ବିଶ୍ୱବିଦ୍ୟାଳୟରୁ ସିଭିଲ୍ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି ଏବଂ ଆଇ ଆଇ ଟି ଦିଲ୍ଲୀରୁ ଏମ ଟେକ କରିଛନ୍ତି। ପ୍ରୋଜେକ୍ଟ ନିର୍ମାଣ ଏବଂ କାର୍ଯ୍ୟକ୍ଷମ କରିବାରେ ତାଙ୍କର ବହୁଳ ଅଭିଜ୍ଞତା ରହିଛି।  ସେ ବିଭିନ୍ନ ମନ୍ତ୍ରଣାଳୟରେ, ଯେପରିକି RDSO,ଲଖନଉ, NHAI ଇତ୍ୟାଦି ଭଳି ବିଭିନ୍ନ ସରକାରୀ କ୍ଷେତ୍ରରେ ବିଭିନ୍ନ କ୍ଷମତାରେ କାର୍ଯ୍ୟ କରିଛନ୍ତି।

ଶ୍ରୀ ଶର୍ମା ଅତ୍ୟନ୍ତ ପ୍ରତିବଦ୍ଧ ଏବଂ ନିଷ୍ଠାପର ଅଧିକାରୀ ଏବଂ ତାଙ୍କର ଭାରତୀୟ ରେଳବାଇର କାର୍ଯ୍ୟ କାରିତା ଉପରେ ଉଜ୍ଜ୍ୱଳ ଜ୍ଞାନ ଏବଂ କାର୍ଯ୍ୟ ଦକ୍ଷତା ରହିଛି, ସକ୍ରିୟ ଆଭିମୁଖ୍ୟ ଏବଂ ସମସ୍ୟା ସମାଧାନ କୌଶଳ ରହିଛି, ସର୍ବଦା ଅତିରିକ୍ତ ଦାୟିତ୍ ବହନ କରିବାରେ ତତ୍ପର ରହିଥାନ୍ତି । ପ୍ରତ୍ୟେକ କାର୍ଯ୍ୟକୁ ଏକ ଆହ୍ୱାନ ଭାବରେ ଗ୍ରହଣ କରି ଶ୍ରୀ ଶର୍ମା ସର୍ବଦା ଭାରତୀୟ ରେଳବାଇର ଲକ୍ଷ୍ୟାଧର୍ଯ୍ୟ ପୂରଣ କରିବାରେ ଚେଷ୍ଟା କରିଥାନ୍ତି।

I.I.T, ଦିଲ୍ଲୀରୁ MTech ବ୍ୟତୀତ, ଶ୍ରୀ ଶର୍ମା ବିଭିନ୍ନ ସରକାରୀ ସଂସ୍ଥାରେ ଏବଂ ମନ୍ତ୍ରଣାଳୟରେ ଭିନ୍ନ ଭିନ୍ନ କ୍ଷମତାରେ କାର୍ଯ୍ୟ କରୁଥିବାବେଳେ ବହୁ ବର୍ଷ ଧରି ସେହି ସବୁ କାର୍ଯ୍ୟ ଶୈଳୀର ଦକ୍ଷତା ଏବଂ ଅଭିଜ୍ଞତା କୁ ଏକାଠି କରିବାରେ ସଫଳ ହେଇଛନ୍ତି।  ଏତଦବ୍ୟତୀତ ଶ୍ରୀ ଶର୍ମା 2011 ମସିହାରେ ଦିଲ୍ଲୀର ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ପବ୍ଲିକ୍ ଆଡମିନିଷ୍ଟ୍ରେସନରୁ ତାଙ୍କର ପବ୍ଲିକ୍ ଆଡମିନିଷ୍ଟ୍ରେସନ୍ ପାଠ୍ୟକ୍ରମ ମଧ୍ୟ ସମ୍ପୂର୍ଣ କରିଛନ୍ତି।

ପୂର୍ବ ତଟ ରେଳପଥ ମନୋଜ ଶର୍ମା ମହାପ୍ରବନ୍ଧକ
Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.