ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Published: Jan 29, 2023, 9:31 pm IST
Naveen Patnaik

ଭୁବନେଶ୍ବର: ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଏକ ଟୁଇଟ କରି କହିଛନ୍ତି ଯେ, ‘ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେଡି ନେତା ନବ କିଶୋର ଦାସଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଶୋକରେ ମ୍ରିୟମାଣ। ତୃଣମୂଳସ୍ତର ନେତା ଭାବେ ତାଙ୍କ ପ୍ରତି ଲୋକଙ୍କ ଓ ଦଳମତ ନିର୍ବିଶେଷରେ ସମସ୍ତଙ୍କ ଭଲପାଇବା ଓ ସମ୍ମାନ ରହିଛି। ସମଗ୍ର ରାଜ୍ୟ ପାଇଁ ଏହା ଅପୂରଣୀୟ କ୍ଷତି। ସରକାର ଓ ଦଳରେ ତାଙ୍କ ଭୂମିକା ସର୍ବଦା ସ୍ମରଣୀୟ ରହିବ।’

ସେହିପରି ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ‘ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବାକୁ ସ୍ୱାସ୍ଥ୍ୟ ବିଭାଗରେ ସେ ଅନେକ ଅଭିନବ କାର୍ଯ୍ୟ କରିଛନ୍ତି। ଏଥିସହ ଜଣେ ନେତା ଭାବେ ବିଜୁ ଜନତା ଦଳକୁ ଆହୁରି ମଜବୁତ କରିବାରେ ତାଙ୍କର ବିରାଟ ଯୋଗଦାନ ରହିଛି। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।’

Related posts