Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱଦେଶୀ ସାମଗ୍ରୀକୁ କିଣିବା ପାଇଁ ଲୋକଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପରାମର୍ଶ
ଆଜିର ଖବର

ସ୍ୱଦେଶୀ ସାମଗ୍ରୀକୁ କିଣିବା ପାଇଁ ଲୋକଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପରାମର୍ଶ

February 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ପର୍ଯ୍ୟଟନ କେବଳ ମନୋରଞ୍ଜନ, ସଂସ୍କୃତି ଏବଂ ଐତିହ୍ୟକୁ ଜାଣିବାର ବିଷୟ ନୁହେଁ ବରଂ ପର୍ଯ୍ୟଟନ ଏକ ଅର୍ଥନୈତିକ ପ୍ରସଙ୍ଗ। ପର୍ଯ୍ୟଟନ ମାଧ୍ୟମରେ ଆମ ଦେଶର ଆର୍ଥିକ ଶକ୍ତି ଆହୁରି ମଜଭୂତ୍ ହେବ ବୋଲି ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଐତିହାସିକ ଲାଲକିଲ୍ଲାର ପ୍ରାଙ୍ଗଣରେ ‘ଭାରତ ପର୍ବ ୨୦୨୩’ର ଉଦଯାପନୀ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଭାରତ ସରକାରଙ୍କ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତ ପର୍ବ ଲୋକଙ୍କ ଉତ୍ସାହ ଓ ଦେଶ ପ୍ରତି ଲୋକଙ୍କର ଥିବା ଶ୍ରଦ୍ଧାକୁ ପ୍ରତିଫଳିତ କରୁଛି। ଦେଶର ସାଂସ୍କୃତିକ ଓ ପର୍ଯ୍ୟଟନକୁ ଉଲ୍ଲେଖ କରିବାକୁ ଯାଇ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦରେ ଅନେକ ବିଷୟରେ ନିଜ ଅଭିଭାଷଣରେ ପ୍ରଦାନ କରିଛନ୍ତି। ଦେଶରେ ରାମ ମନ୍ଦିର ନିର୍ମାଣ ହେଉଛି, କାଶୀ ବିଶ୍ୱନାଥ କୋରିଡର ହୋଇଛି, ମହାକାଳଲୋକ ନୂଆ ରୂପ ନେଇଛି। ଦେଶର ଅନେକ ପ୍ରାନ୍ତରେ ଐତିହ୍ୟ କ୍ଷେତ୍ରରେ ନୂଆ ରୂପ ଆସିଛି। କରୋନାର ପରବର୍ତ୍ତୀ ପର୍ଯ୍ୟାୟରେ ଦେଶର ସାଧାରଣ ନାଗରିକମାନେ ଏହି ପର୍ଯ୍ୟଟନ ସୁବିଧାର ଆନନ୍ଦ ନେଉଛନ୍ତି। ଭାରତର ସାଂସ୍କୃତିକ ଐତିହ୍ୟକୁ ଆଜି ଅଭିଭାଷଣରେ ଉଲ୍ଲେଖ କରି ଦେଶର ଗୌରବ ବଢାଇଥିବାରୁ ରାଷ୍ଟ୍ରପତିଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି।

ଭାରତ ପର୍ବର ସଫଳତା ପାଇଁ ପର୍ଯ୍ୟଟନ ବିଭାଗକୁ ଅଭିନନ୍ଦନ ଜଣାଇବା ସହ ଭାରତ ପର୍ବରେ ବିକ୍ରି ହେଉଥିବା ସ୍ୱଦେଶୀ ସାମଗ୍ରୀକୁ କିଣିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଥିଲେ ଶ୍ରୀ ପ୍ରଧାନ। ସେ କହିଥିଲେ ଲୋକମାନେ ଆମର ସ୍ୱଦେଶୀ ସାମଗ୍ରୀ କିଣିଲେ ଭାରତର କଳା ବଞ୍ଚିବ ଓ ଗରିବ ଘରେ ସମ୍ପନ୍ନତା ପହଞ୍ଚିବ। ଭାରତର କୁଶଳୀ କାରିଗରୀ, ବୁଣାକାର ମଧ୍ୟ ଆମ ଅର୍ଥନୀତିର ଆଉ ଏକ ମେରୁଦଣ୍ଡ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଦେଶକୁ ନୂଆ ରୂପ ଓ ଆର୍ଥିକ ଶକ୍ତି ବନାଇବା ପାଇଁ କାର୍ଯ୍ୟ କରୁଛନ୍ତି ବୋଲି ସେ କହିଛନ୍ତି।

ଆର୍ଥିକ ଶକ୍ତି ଦ୍ରୌପଦୀ ମୁର୍ମୁ ଧର୍ମେନ୍ଦ୍ର ପ୍ରଧା ଭାରତ ସରକାର ମନୋରଞ୍ଜନ ସଂସ୍କୃତି
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.