Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆର୍ଥିକ ବର୍ଷ ୨୦୨୩-୨୪ କେନ୍ଦ୍ର ବଜେଟ୍ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ
ଆଜିର ଖବର

ଆର୍ଥିକ ବର୍ଷ ୨୦୨୩-୨୪ କେନ୍ଦ୍ର ବଜେଟ୍ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ

February 1, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ସଂସଦରେ ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରଣଙ୍କ ଦ୍ୱାରା ଉପସ୍ଥାପିତ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ୍ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଓ ବିକଶିତ ଭାରତ ପାଇଁ ବଜେଟ୍ ବୋଲି ନୂଆଦିଲ୍ଲୀ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଜନକେନ୍ଦ୍ରୀକ, ଅଭିବୃଦ୍ଧି ଓ ଉତ୍ସାହପୂର୍ଣ୍ଣ ଅମୃତକାଳ ବଜେଟ୍ ଉପସ୍ଥାପନ ପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ଯେ ଚଳିତବର୍ଷ  ମୋଟ ୧ ଲକ୍ଷ ୧୬ ହଜାର ୪୧୭ କୋଟି ଟଙ୍କା ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରଣାଳୟ ପାଇଁ ବ୍ୟବବରାଦ କରାଯାଇଛି। ଜାତୀୟ ଶିକ୍ଷା ନୀତିକୁ କ୍ରିୟାନ୍ୱୟନ କରିବା ପାଇଁ ଚଳିତବର୍ଷ ପ୍ରଥମ ଥର ଶିକ୍ଷା ବିଭାଗରେ ସର୍ବାଧିକ ୧ ଲକ୍ଷ ୧୨ ହଜାର ୮୯୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏହାବ୍ୟତିତ ଦକ୍ଷତା ବିକାଶ ଓ ଉଦ୍ୟମିତା ବିଭାଗ ପାଇଁ ୩ ହଜାର ୫୧୭ କୋଟି ଟଙ୍କା ଆବଣ୍ଟନ ହୋଇଛି।

ଏନଇପିକୁ କ୍ରିୟାନ୍ୱୟନ କରିବାରେ ଶିକ୍ଷକ ମାନଙ୍କର ଭୂମିକା ମହତ୍ୱପୂର୍ଣ୍ଣ। ଏଥିପାଇଁ ବଜେଟରେ ଶିକ୍ଷକ ମାନଙ୍କୁ ଗୁଣାତ୍ମକ ଶିକ୍ଷା ଦେବା ତଥା ସେମାନଙ୍କ କ୍ଷମତା ବୃଦ୍ଧି ପାଇଁ ତାଲିମ ଦିଆଯିବା ଭଳି ଡାଏଟ(ଡିଷ୍ଟ୍ରିକ୍ଟ ଇନଷ୍ଟିଚ୍ୟୁସନ ଫର୍ ଏଜ୍ୟୁକେସନ ଆଣ୍ଡ୍ ଟ୍ରେନିଂ)କୁ ଅପଗ୍ରେଡେସନ କରାଯାଇଛି। ଶିଶୁଙ୍କ ଜ୍ଞାନ ବଢାଇବା ପାଇଁ ଏବଂ ସମଗ୍ର ଭାରତବର୍ଷର ବିଷୟ ଉପରେ ଜ୍ଞାନ ଆହରଣ କରିବା ପାଇଁ ଜାତୀୟ ଡିଜିଟାଲ ଲାଇବ୍ରେରୀର କଳ୍ପନା କରାଯାଇଛି। ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନାରେ ଆମ ଦେଶର ଲକ୍ଷାଧିକ ଯୁବକ ଯୁବତୀଙ୍କୁ ଅତ୍ୟାଧୁନିକ ପାଠ୍ୟକ୍ରମ ଯଥା କୋଡିଂ, ରୋବୋଟିକ, ଡ୍ରୋନ, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଏବଂ ସଫ୍ଟ ସ୍କିଲ କ୍ଷେତ୍ରରେ କୁଶଳୀ କରାଯିବ। ୩୦ ସ୍କିଲ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର ପ୍ରତିଷ୍ଠା କରାଯାଇ ଯୁବକଙ୍କୁ ଦକ୍ଷ କରାଯିବ। ୧୫୭ ମେଡିକାଲ କଲେଜରେ ୧୫୭ ନର୍ସିଂ କଲେଜ୍ ସ୍ଥାପନ ହେବ। ଦେଶରେ ୭୪୦ଟି ଏକଲବ୍ୟ ସ୍କୁଲ ଗୁଡିକରେ ୩୮ ହଜାର ୮୦୦ ଶିକ୍ଷକ ଓ ସହାୟକଙ୍କୁ ନିଯୁକ୍ତି ନିଆଯିବ। ଏହା ଦ୍ୱାରା ୩.୫ ଲକ୍ଷ ଜନଜାତି ଛାତ୍ରଛାତ୍ରୀ ଲାଭ ପାଇବେ।

ପ୍ରଧାନମନ୍ତ୍ରୀ କୌଶଲ୍ୟ ବିକାଶ ଯୋଜନା,‘ଏଗ୍ରିକଲ୍‌ଚୁରାଲ୍‌ ଏକ୍ସଲେଟର୍‌ ଫଣ୍ଡ୍‌’ ଗଠନ, ମତ୍ସ୍ୟ ଚାଷ ଓ ଦୁଗ୍ଧଜାତ ସାମଗ୍ରୀ ଉପରେ ଧ୍ୟାନ ନିବେଶ, ମିଲେଟ୍‌କୁ ପ୍ରୋତ୍ସାହନ ପାଇଁ ‘ଶ୍ରୀଅନ୍ନ’, ମିଷ୍ଟି ଯୋଜନା, ପର୍ଯ୍ୟଟନକୁ ଗୁରୁତ୍ୱ, ପ୍ରମିଟିଭ୍ ଜନଜାତିଙ୍କ ବିକାଶ ପାଇଁ ୧୫ ହଜାର କୋଟି ଟଙ୍କାର ବ୍ୟୟବରାଦ ହେବ। ଓ୍ୱାନ ଡିଷ୍ଟ୍ରିକ୍ଟ- ଓ୍ୱାନ ପ୍ରଡକ୍ଟ ଉତ୍ପାଦିତ ସାମଗ୍ରୀକୁ ବିକ୍ରି କରିବା ପାଇଁ ମଲ୍ ନିର୍ମାଣ ହେବ। ସବୁଜ ଅର୍ଥନୀତିକୁ ଗୁରୁତ୍ୱ, ଏମଏସଏମଇ ଓ କର୍ପୋରେଟ୍ କ୍ଷେତ୍ର ଏବଂ ଡିଜିଟାଲ ଭିତ୍ତିଭୂମି ଆହୁରି ସୁଦୃଢ଼଼ ହେବ। ଏହା ଦ୍ୱାରା ଓଡ଼ିଶା ବିଶେଷ ଲାଭ ପାଇବ। ଗ୍ରାମୀଣ ଓ କ୍ଷୁଦ୍ର ସହରକୁ ଗତି ଦେଲା ଭଳି ବଜେଟ୍ ହୋଇଛି। ବଜେଟ୍ ଭାରତବର୍ଷର ଲୋକଙ୍କ ପାଇଁ ଉଦ୍ଦିଷ୍ଟ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି।

ସମସ୍ତଙ୍କ ପାଇଁ ହୋଇଥିବା ଏହି ବଜେଟ୍ ଗରିବଙ୍କୁ ସଶକ୍ତ କରିବ ଏବଂ ଅନ୍ତିମ ଶ୍ରେଣୀର ଲୋକଙ୍କ ପାଖରେ ଲାଭ ପହଞ୍ଚିବ। ଶିକ୍ଷା, ଦକ୍ଷତା ବିକାଶ, ଗବେଷଣା ଓ ବିକାଶ, ଡିଜିଟାଲ ଭିତ୍ତିଭୂମି, ସବୁଜ ଅର୍ଥନୀତି ଏବଂ ରୋଜଗାର କ୍ଷେତ୍ରକୁ ମଜଭୂତ କରିବା ଭଳି ବଜେଟ୍। ଏହି ବଜେଟ୍ ଭାରତ ପାଇଁ ଏକ ଦାୟିତ୍ୱବାନ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି, ଯାହା ଦେଶକୁ ଟେକ୍ନୋଲୋଜି ଭିତ୍ତିରେ ଜ୍ଞାନ ଆଧାରିତ ଅର୍ଥନୀତିରେ ପରିଣତ କରିବା ପାଇଁ ଏକ ସୁଦୃଢ଼ ମୂଳଦୁଆ ପକାଇବ।

ଆଗାମୀ ୨୫ ବର୍ଷକୁ ଧ୍ୟାନରେ ରଖି ହୋଇଥିବା ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଏହି ବଜେଟ୍ ବିକଶିତ ଭାରତର ମୂଳଦୁଆ ପକାଇଛି। ‘ମହିଳା ସମ୍ମାନ ସଞ୍ଚୟ ଯୋଜନା’ରେ ମହିଳା ମାନଙ୍କୁ ବ୍ୟବସାୟ ସହ ଯୋଡିବା ଏବଂ ସଶକ୍ତ ଓ  ଆତ୍ମନିର୍ଭର  କରିବା ଦିଗରେ ଧ୍ୟାନ ଦିଆଯାଇଛି। ଏକବିଂଶ ଶତାବ୍ଦୀର କାର୍ଯ୍ୟଶୈଳୀକୁ ଦୃଷ୍ଟିରେ ରଖି ବଜେଟ୍ ପ୍ରସ୍ତୁତ ହୋଇଛି। ଆୟକର ସ୍ଲାବ ସୀମା ୫ ଲକ୍ଷରୁ ୭ ଲକ୍ଷକୁ ବୃଦ୍ଧି କରାଯାଇଛି। ଟିକସ ରିହାତି ନିମ୍ନ ଓ ମଧ୍ୟବିତ୍ତଙ୍କୁ ଆର୍ଥିକ ବୋଝରୁ ମୁକ୍ତ କରିବ। ପର୍ଯ୍ୟଟନକୁ ଗୁରୁତ୍ୱ ଦିଆଯାଇଛି । ଚ୍ୟାଲେଞ୍ଜି ଆଧାରରେ ୫୦ଟି ଅତିରିକ୍ତ ବିମାନବନ୍ଦର, ଏୟାରଷ୍ଟ୍ରିପର ହେବ ପୁନରୁଦ୍ଧାର ହେବା ଦ୍ୱାରା ବିଶ୍ୱସ୍ତରୀୟ ପର୍ଯ୍ୟଟନ ସୁବିଧା ପର୍ଯ୍ୟଟକଙ୍କୁ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।

କେନ୍ଦ୍ର ବଜେଟ୍ ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗୋପସାଗରରେ ବୁଡ଼ିଗଲା ରୋହିଙ୍ଗା ଶରଣାର୍ଥୀଙ୍କ ଦୁଇଟି ଡଙ୍ଗା: ୫୦୦ ରୁ ଅଧିକ ମୃତ୍ୟୁ ଆଶଙ୍କା

July 16, 2026

ଏବେ ବିନା ସଂଯୋଗରେ କିଛି ମିନିଟରେ ଘରକୁ ଆସିବ LPG ସିଲିଣ୍ଡର: ଜାଣନ୍ତୁ କେମିତି?

July 16, 2026

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

July 16, 2026

ରଥଯାତ୍ରା ସେବା ୨୦୨୬: ଭକ୍ତମାନଙ୍କୁ ଅନ୍ନସେବା ସହିତ ବିଭିନ୍ନ ସହାୟତାର ହାତ ବଢାଇଲା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ

July 16, 2026
Latest News

ବଙ୍ଗୋପସାଗରରେ ବୁଡ଼ିଗଲା ରୋହିଙ୍ଗା ଶରଣାର୍ଥୀଙ୍କ ଦୁଇଟି ଡଙ୍ଗା: ୫୦୦ ରୁ ଅଧିକ ମୃତ୍ୟୁ ଆଶଙ୍କା

July 16, 2026

ଏବେ ବିନା ସଂଯୋଗରେ କିଛି ମିନିଟରେ ଘରକୁ ଆସିବ LPG ସିଲିଣ୍ଡର: ଜାଣନ୍ତୁ କେମିତି?

July 16, 2026

ସିଏସଏମ୍ ଟେକ୍ ର ସଫଳତା: ହାସଲ କଲା ବିଶ୍ୱ ବ୍ୟାଙ୍କ ସହାୟତା ମାଲାୱିର ଡିଜିଟାଲ୍ ପ୍ରୋକ୍ୟୁରମେଣ୍ଟ ପ୍ରକଳ୍ପ

July 16, 2026

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

July 16, 2026

ରଥଯାତ୍ରା ସେବା ୨୦୨୬: ଭକ୍ତମାନଙ୍କୁ ଅନ୍ନସେବା ସହିତ ବିଭିନ୍ନ ସହାୟତାର ହାତ ବଢାଇଲା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.