Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର: ବିଦ୍ୟାଳୟରେ ସାପ କାମୁଡା ସଚେତନତା କାର୍ଯ୍ୟକ୍ରମ
ଆଜିର ଖବର

ରଣପୁର: ବିଦ୍ୟାଳୟରେ ସାପ କାମୁଡା ସଚେତନତା କାର୍ଯ୍ୟକ୍ରମ

February 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ଶିକ୍ଷା ବ୍ଲକର ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଆଜି ଏକ ସାପ କାମୁଡାର ପ୍ରତିକାର ସମ୍ବନ୍ଧୀୟ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଙ୍ଘ ସଭାପତି ଜ୍ୟୋତି ରଞ୍ଜନ ଦାଶ, ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ଶିକ୍ଷକ ତଥା ଶିକ୍ଷାବିତ ଲକ୍ଷ୍ମୀଧର ସାହୁ, ସମ୍ମାନିତ ଅତିଥି ଭାବେ ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘ ସଭାପତି ପ୍ରଫୁଲ କୁମାର ବିଶ୍ୱାଳ, ସମ୍ପାଦକ ଜଗନ୍ନାଥ ଦାଶ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଅବକାଶ ସ୍ୱାଇଁ, ସାମ୍ବାଦିକ ବ୍ରଜ ରାଣସିଂହ, ଚନ୍ଦ୍ରଭାନୁ ପରିଡା ପ୍ରମୁଖ ମଞ୍ଚାସିନ ଥିଲେ ଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରାଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ସୁରକ୍ଷା ଓ ନିରାପତ୍ତା କାର୍ଯ୍ୟକ୍ରମ ଆଧାରରେ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ‘ସାପ କାମୁଡା ଓ ପ୍ରତିକାର’ ସମ୍ବନ୍ଧରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଚିତ୍ରକର ତଥା ସାପ ଧରାଳି ଅଜୟ କୁମାର ଦାଶ ଏବଂ ବେହେଲା ବାଦକ ସୁବାଷ ଦାଶ ଏହି କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏହି କଳାକାମାନେ ମୁଣ୍ଡ ପୋତା ବେଶରେ ସଜ୍ଜିତ ହୋଇ କନା ଓ କାଗଜରେ ତିଆରି ସାପ, କୁମ୍ଭୀର, କଙ୍କଡା ଦେଖାଇ ସଚେତନତା ଭିତିକ ସାଂସ୍କୃତିକ କାର୍ଯ୍ୟ ପରିବେଷଣ କରିଥିଲେ।  ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସେମାନେ କେଉଁ କେଉଁ ସାପ ବିଷଧର, ସାପ କାମୁଡ଼ିଲେ କଣ କରିବା ଉଚିତ ସେ ନେଇ ଛାତ୍ରଛାତ୍ରୀ ତଥା ଲୋକମାନଙ୍କୁ ବୁଝାଇ ଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଅକ୍ଷୟ କୁମାର ସାହୁ, ରବିନ୍ଦ୍ର କୁମାର ସଂଗ୍ରାମସିଂହ, ନୀଳମଣି ପ୍ରଧାନ, ବିନାୟକ ପ୍ରଧାନ, କାଶିନାଥ ଜୟସିଂହ, ଡାକ ଦଳେଇ, ୱାର୍ଡ଼ମେମ୍ବର ସରୋଜିନୀ ପ୍ରଧାନ, ମୁରଲୀ ମାନସିଂହ, ଅଙ୍ଗନବାଡି କର୍ମୀ ପୁଷ୍ପଲତା ଦେଇ, କାନନବାଳା ସାହୁ, କୁନି ଖଟେଇ, ଟୁନି ସାହୁ, ଯଦୁମଣି ବିଶ୍ୱାଳ, ଅହଲ୍ୟା ଦେଇ, ସଂଜିତା ନାୟକ, ପୁଷ୍ପଲତା ବାରିକ, ଜୟନ୍ତୀ ବାରିକଙ୍କ ସହ ପରିଚାଳନା କମିଟିର ସମସ୍ତ ସଦସ୍ୟ ଓ ଗ୍ରାମବାସୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ରଣପୁର ସଚେତନତା କାର୍ଯ୍ୟକ୍ରମ ସାପ କାମୁଡା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026
Latest News

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026

ପାଟଣାଗଡ଼ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.