Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ୍‌ ହେବେ ଭିମଷ୍ଟେକ୍‌ର ପ୍ରମୁଖ
ଆଜିର ଖବର

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ୍‌ ହେବେ ଭିମଷ୍ଟେକ୍‌ର ପ୍ରମୁଖ

May 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bimtec countries are invited to oath taking ceremony of narendra modi
bimtec countries are invited to oath taking ceremony of narendra modi

ଲୋକସଭା ନିର୍ବାଚନରେ ଐତିହାସିକ ବିଜୟ ପରେ ଏବେ ନରେନ୍ଦ୍ର ମୋଦୀଙ୍କ ଶପଥ ସମାରୋହ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଏଥରର ଶପଥ ସମାରୋହ ପୂର୍ବାପେକ୍ଷା ଅଧିକ ଭବ୍ୟ ହେବ ବୋଲି ଜଣାପଡିଛି। ଏବେ ଏହି ଶପଥ ଗ୍ରହଣ ସମାରୋହରେ କେଉଁ କେଉଁ ଅତିଥି ଯୋଗ ଦେବେ ତାର ନାମ ମଧ୍ୟ ସାମ୍ନାକୁ ଆସିଗଲାଣି। Bimstec (ଭିମ୍‌ଷ୍ଟେକ୍‌)ର ପ୍ରମୁଖମାନଙ୍କୁ ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ନିମନ୍ତ୍ରଣ ରହିଛି। ଭୂଟାନ, ନେପାଳ, ମିଆଁମାର, ବାଂଲାଦେଶ, ଶ୍ରୀଲଙ୍କା, ଥାଇଲାଣ୍ଡକୁ ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ନିମନ୍ତ୍ରଣ ଦିଆଯାଇଛି। ନରେନ୍ଦ୍ର ମୋଦୀ ମଇ ୩୦ ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ପଦର ଶପଥ ନେବେ। ତାଙ୍କ ସହିତ ଅନେକ କ୍ୟାବିନେଟ୍  ମନ୍ତ୍ରୀ ମଧ୍ୟ ଶପଥ ନେବେ। ମାତ୍ର ମନ୍ତ୍ରିମଣ୍ଡଳରେ କିଏ ସାମିଲ ହେବ, ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଗତ ଥର ନରେନ୍ଦ୍ର ମୋଦୀ ୨୦୧୪ ମେ ୨୬ରେ ପ୍ରଧାନମନ୍ତ୍ରୀ ପଦର ଶପଥ ନେଇଥିଲେ ଏବଂ ଏଥିରେ ଅନେକ ଅତିଥିଙ୍କୁ ନିମନ୍ତ୍ରଣ କରିଥିଲେ। ଏହି ସମାରୋହରେ ସାର୍କ ଦେଶର ପ୍ରମୁଖ ମଧ୍ୟ ସାମିଲ ଥିଲେ। ଏହା ସହିତ ପାକିସ୍ତାନର ତତ୍କାଳୀନ ପ୍ରଧାନମନ୍ତ୍ରୀ ନଓ୍ଵାଜ ସରିଫ ମଧ୍ୟ ଉପସ୍ଥିତ ଥିଲେ।

ceremony invited Modi oathtaking yesbank thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Latest News

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.