ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ହେଲେ ନିଲମ୍ବିତ

Published: Feb 8, 2023, 11:29 am IST

ଭୁବନେଶ୍ବର: ଦଳ ବିରୋଧୀ କାର୍ଯ୍ୟ ପାଇଁ ଆଜି ବିଜୁ ଜନତା ଦଳ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। ସେ ହେଉଛନ୍ତି ଯାଜପୁର ଜିଲ୍ଲାର ପୂର୍ବତନ ଜିଲ୍ଲା ପରିଷଦ ସଭାପତି ନରେଶ ଚନ୍ଦ୍ର ମହାନ୍ତି। ଆଜି ଏ ନେଇ ଦଳ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଏଥିରେ କୁହାଯାଇଛି ଯେ, ଦଳର ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ଯାଜପୁର ଜିଲ୍ଲାର ପୂର୍ବତନ ଜିଲ୍ଲା ପରିଷଦ ସଭାପତିଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ତୁରନ୍ତ ଦଳରୁ ନିଲମ୍ବିତ କରାଯାଇଛି। ଏହାକୁ ଶିଘ୍ର କାର୍ଯ୍ୟକାରୀ କରାଗଲା ବୋଲି ମଧ୍ୟ ସେହି ନିଲମ୍ବନ ଆଦେଶରେ ଉଲ୍ଲେଖ କରାଯାଇଛି।

Related posts