ଆଇଇଡି ବିସ୍ଫୋରଣରେ ୧୧ ଯବାନ ଆହତ

Published: May 28, 2019, 10:54 am IST

ଝାଡ଼ଖଣ୍ଡ ଷଢାଇକଳାର ଅନ୍ତର୍ଗତ କୁଚାଇରେ ମାଓବାଦୀମାନେ ଖଞ୍ଜି ଥିବା ଆଇଇଡି ବିସ୍ଫୋରଣ ହୋଇଛି। ଏଥିରେ ୧୧ଜଣ ଯବାନ ଆହତ ହୋଇଛନ୍ତି। ସମସ୍ତ ଯବାନଙ୍କୁ ରାଞ୍ଚିକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରୁ ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ମଙ୍ଗଳବାର ଭୋର ପ୍ରାୟ ୪ଟା ୫୦ ସମୟରେ ଝାଡ଼ଖଣ୍ଡ ପୋଲିସ ଓ ୨୦୯ର କୋବ୍ରାବାଟାଲିୟନ୍‌ର ଯବାନମାନେ ମିଳିତ ସ୍ପେଶାଲ ଅପରେସନ୍‌ରେ ବାହାରିଥିଲେ। ଷଢାଇକଳାର କୁଚାଇ ନିକଟରେ ମାଓବାଦୀମାନେ ପୂର୍ବରୁ ଖଞ୍ଜିଥିବା ଆଇଇଡି ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ କୋବ୍ରା ବାଟାଲିୟନ୍‌ର ୮ଜଣ ଓ ୩ ଜଣ ପୋଲିସ ଆହତ ହୋଇଛନ୍ତି। ଘଟଣା ପରେ ସଂପୃକ୍ତ ଅଞ୍ଚଳକୁ ଘେରା ବନ୍ଦୀ କରି ସର୍ଚ୍ଚ ଅପରେସନ୍‌ କରାଯାଉଛି।

Related posts