Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫେବୃଆରୀ ୧୬ରୁ ‘କୃଷି ଓଡ଼ିଶା ୨୦୨୩’: ମେଳାରେ ରହିବ ୧୭୫ ଗୋଟି ମଣ୍ଡପ
ଆଜିର ଖବର

ଫେବୃଆରୀ ୧୬ରୁ ‘କୃଷି ଓଡ଼ିଶା ୨୦୨୩’: ମେଳାରେ ରହିବ ୧୭୫ ଗୋଟି ମଣ୍ଡପ

February 14, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କୃଷି ଓ ଆନୁଷଙ୍ଗିକ କୃଷିର ଉନ୍ନତିକରଣ ନିମନ୍ତେ ସମୟ ଅନୁସାରେ ବିକଶିତ ହେଉଥିବା ବୈଷୟିକ ଜ୍ଞାନକୌଶଳ, କୃଷି ଯାନ୍ତ୍ରିକୀକରଣ, ସୂଚନା ଓ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ, ସମ୍ବଳ ବିକାଶ, ବଜାର ସୁବିଧା, ଆବଶ୍ୟକୀୟ ଋଣର ସହଜ ଉପଲବ୍ଧତା, ଉନ୍ନତ କୃଷି ସାମଗ୍ରୀର ବିନିଯୋଗ ଓ ବିତରଣ ବ୍ୟବସ୍ଥା ଏବଂ କୃଷି ଉଦ୍ୟୋଗ ସ୍ଥାପନ ପାଇଁ ଗୋଟିଏ ଛାତତଳେ ଆବଶ୍ୟକ ସମସ୍ତ ସୂଚନା ଉପଲବ୍ଧ କରିବା ଦିଗରେ କୃଷି ଓଡ଼ିଶା ଏକ ସଫଳ ପ୍ରୟାସ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

ଚଳିତ ଫେବୃଆରୀ ୧୬ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ‘କୃଷି ଓଡ଼ିଶା ୨୦୨୩’ ଅନୁଷ୍ଠିତ ହେଉଥିବା ପରିପ୍ରେକ୍ଷୀରେ କୃଷି ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ଯେ କୃଷିମେଳାରୁ ଚାଷୀମାନଙ୍କଠାରୁ ମିଳୁଥିବା ମତାମତ ଓ ସେମାନଙ୍କର ଅନୁଭୂତିକୁ ଆଧର କରି ରାଜ୍ୟ ସରକାର କୃଷି କାର୍ଯ୍ୟକ୍ରମ ପ୍ରଣୟନ କରୁଛନ୍ତି।

ଚଳିତ ବର୍ଷର କୃଷି ଓଡ଼ିଶାର ବିଷୟବସ୍ତୁ ‘କୃଷି ବିକାଶରେ ନୂତନ ଜ୍ଞାନକୌଶଳ’ ରହିଥିବାବେଳେ ବିଭାଗ ପକ୍ଷରୁ ସର୍ବଦା ନୂତନ ପ୍ରଯୁକ୍ତିବିଦ୍ୟା ଓ ଯନ୍ତ୍ରପାତିର ପ୍ରୟୋଗକୁ ଗୁରୁତ୍ୱ ଦିଆଯିବା ସହ ଏଥି ନିମନ୍ତେ ଚାଷୀମାନଙ୍କୁ ଆକର୍ଷଣୀୟ ରିହାତି ଯୋଗାଇ ଦିଆଯାଉଛି। ଏହା ଦ୍ୱାରା ଉତ୍ପାଦନ ଖର୍ଚ୍ଚ କମ ହେବା ସହ ସମୟର ସଂଚୟ ହୋଇପାରୁଛି।

ଏଥି ସହିତ କୃଷି କାର୍ଯ୍ୟରେ ମହିଳା ଉପଯୋଗୀ କୃଷି ଯନ୍ତ୍ରପାତିର ବ୍ୟବହାରକୁ ବିଭାଗ ପକ୍ଷରୁ ପ୍ରାଥମିକତା ଦିଆଯାଉଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି। କୃଷି ବିକାଶ ଯୋଜନା ଏବଂ ଆଧୁନିକ ଜ୍ଞାନକୌଶଳ ଓ ଯନ୍ତ୍ରପାତିକୁ କୃଷକମାନଙ୍କ ନିକଟତର କରିବା ପାଇଁ ଚଳିତ ବର୍ଷ ପ୍ରଥମଥର ପାଇଁ ଆଞ୍ଚଳିକ କୃଷିମେଳାର ଆୟୋଜନ କରାଯାଇଛି ଓ ପ୍ରତି ଜିଲ୍ଲାରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳାର ଆୟୋଜନ କରାଯାଉଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି। ମହିଳା ସଶକ୍ତିକରଣ ନିମନ୍ତେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ମହିଳାମାନଙ୍କ ନିମନ୍ତେ ସ୍ୱତନ୍ତ୍ର ଭାବେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ବହୁଳ ଭାବରେ ଭାଗନେବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆହ୍ୱାନ ଦେଇଛନ୍ତି।

ତିନିଦିନିଆ କୃଷି ଓଡ଼ିଶାକୁ ୧୬ ତାରିଖ ଦିନ ୧୧ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶୁଭ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ୧୮ ତାରିଖ ଉଦ୍‌ଯାପନୀ ସନ୍ଧ୍ୟାରେ ମାନ୍ୟବର ରାଜ୍ୟପାଳ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଚଳିତ ବର୍ଷ କୃଷି ଓଡ଼ିଶାରେ ମୋଟ ୧୭୫ ଗୋଟି ମଣ୍ଡପ ପ୍ରଦର୍ଶିତ ହେବ। ଏଥିରେ କୃଷି, ଉଦ୍ୟାନକୃଷି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ମିଶନ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଜାତୀୟ ଧାନ ଗବେଷଣା କେନ୍ଦ୍ର, କୃଷି ବିଜ୍ଞାନ କେନ୍ଦ୍ର ଓ ଅନ୍ୟାନ୍ୟ ବୈଷୟିକ ସଂସ୍ଥା, କୃଷି ଉଦ୍ୟୋଗୀ, ବ୍ୟବସାୟିକ ପ୍ରତିଷ୍ଠାନ, କୃଷି ସାମଗ୍ରୀ ବିତରକ, କୃଷି ଉତ୍ପାଦନ ସଂଘ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ଓଡ଼ିଶା ମିଲେଟ୍‌ ମିଶନ ଆଦି ସଂସ୍ଥା ଭାଗନେବେ।

ଏହି ଅବସରରେ ୧୦ ଗୋଟି ବିଷୟବସ୍ତୁ ଉପରେ କୃଷକ, କୃଷି ଉଦ୍ୟୋଗୀ, ବିଶେଷଜ୍ଞ ଓ ବୈଜ୍ଞାନିକମାନଙ୍କ ସହ ଆଲୋଚନାଚକ୍ରର ଆୟୋଜନ କରାଯାଇଛି। କ୍ଷୁଦ୍ରଶସ୍ୟ, ଧାରଣକ୍ଷମ ବିହନ, ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗୀ ଯୋଜନା, ଚିରନ୍ତନ କୃଷି, ଜଳସେଚିତ ଅଞ୍ଚଳରେ ଘରୋଇ ସଂପ୍ରସାରଣ, ଉଦ୍ୟାନକୃଷି, ପ୍ରାଣୀପାଳନ, ମତ୍ସ୍ୟଚାଷ ଓ ପ୍ରାକୃତିକ ସଂପଦର ସୁପରିଚାଳନା ଆଦି ବିଷୟରେ ଆଲୋଚନା ଚକ୍ର ଅନୁଷ୍ଠିତ ହେବ। କୃଷି ଓଡ଼ିଶା ଉପଲକ୍ଷେ ରାଜ୍ୟର ୩୦ଟି ଜିଲ୍ଲାର ଅଗ୍ରଣୀ ଚାଷୀ, କୃଷି ଉଦ୍ୟୋଗୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ସମ୍ବର୍ଦ୍ଧନା କରାଯିବା ସହିତ ସମସ୍ତ ଜିଲ୍ଲାରୁ କୃଷକମାନଙ୍କୁ କୃଷି ପ୍ରଦର୍ଶନୀ ପରିଭ୍ରମଣ କାର୍ଯ୍ୟକ୍ରମରେ ସାମିଲ କରାଯାଇଛି। ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ‘କୃଷି ଓଡ଼ିଶା ୨୦୨୩’ େୱବ୍‌ସାଇଟକୁ ଲୋକାର୍ପିତ କରିଥିଲେ।

ସାମ୍ବାଦିକ ସମ୍ମିଳନୀକୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ସମ୍ବୋଧିତ କରିଥିଲେ। କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀଙ୍କ ସମେତ ବହୁ ବିଭାଗୀୟ ବରିଷ୍ଠ ଅଧିକାରୀ ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇଥିଲେ।

କୃଷି ଓଡ଼ିଶା ୨୦୨୩ ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.