Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୧୬ରେ ଭୁବନେଶ୍ୱର ଠାରେ ସ୍କୁଲ ଶିକ୍ଷାର ବିକାଶ ପାଇଁ ଦୁଇଦିନିଆ ଷ୍ଟାର୍ସର ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା
ଆଜିର ଖବର

ଆସନ୍ତା ୧୬ରେ ଭୁବନେଶ୍ୱର ଠାରେ ସ୍କୁଲ ଶିକ୍ଷାର ବିକାଶ ପାଇଁ ଦୁଇଦିନିଆ ଷ୍ଟାର୍ସର ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା

February 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସ୍କୁଲ ଶିକ୍ଷାକୁ ମଜଭୂତ୍ କରିବା, ସମାଜର ଆର୍ଥିକ ଦୃଷ୍ଟିରୁ ପଛୁଆ ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବା ଏବଂ ଶିକ୍ଷକଙ୍କୁ ଉତ୍ତମ ତାଲିମ ପ୍ରଦାନ କରିବା ଦିଗରେ ଆସନ୍ତା ୧୬ ଓ ୧୭ ତାରିଖରେ ଭୁବନେଶ୍ୱର ଠାରେ ଷ୍ଟାର୍ସ(ଷ୍ଟ୍ରେନ୍ଦେନିଂ ଟିଚିଂ-ଲର୍ଣ୍ଣିଂ- ଆଣ୍ଡ୍ ରେଜଲ୍ଟ ଫର୍ ଷ୍ଟେଟ୍ସ)  କାର୍ଯ୍ୟକ୍ରମର ଏକ ଦୁଇଦିନିଆ ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ।

କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଷ୍ଟାର୍ସ ସମୀକ୍ଷା ବୈଠକର ପ୍ରଥମ ଦିନରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ। ଷ୍ଟାର୍ସ ପ୍ରକଳ୍ପ କାର୍ଯ୍ୟକାରୀ ହେଉଥିବା ୬ଟି ରାଜ୍ୟ ଯଥା ଓଡ଼ିଶା, ରାଜସ୍ଥାନ, ମହାରାଷ୍ଟ୍ର, କେରଳ, ମଧ୍ୟପ୍ରଦେଶ ଏବଂ ହିମାଚଳ ପ୍ରଦେଶର ଶିକ୍ଷା ସଚିବମାନେ ଏହି ବୈଠକରେ ଯୋଗଦେବେ। ଏହାସହ କେନ୍ଦ୍ର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗର ସଚିବ, ରାଜ୍ୟ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ବରିଷ୍ଠ ଅଧିକାରୀ ଓ ଏନସିଇଆରଟିର ଅଧିକାରୀମାନେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।

ମୋଟ ଦୁଇ ଦିନିଆ ସମୀକ୍ଷା ବୈଠକରେ ଉପରୋକ୍ତ ରାଜ୍ୟର ସ୍କୁଲ ଶିକ୍ଷାର ଅଗ୍ରଗତି ଉପରେ ଚର୍ଚ୍ଚା ଆଲୋଚନା ହେବ। ସ୍କୁଲ ଶିକ୍ଷା ନେଇ ଥିବା ରାଜ୍ୟ ଗୁଡିକର ବାର୍ଷିକ ଯୋଜନା, ବଜେଟ୍, ସମଗ୍ର ଶିକ୍ଷା ଉପରେ ଚର୍ଚ୍ଚା ସହ ରାଜ୍ୟ ଗୁଡିକ ଠାରୁ ବିଭିନ୍ନ ପରାମର୍ଶ ନିଆଯିବ। ଭୁବନେଶ୍ୱରରେ ଏଭଳି ବୈଠକ ପ୍ରଥମ ଥର ପାଇଁ ହେବାକୁ ଯାଉଛି, ଯାହା ବର୍ତ୍ତମାନ ସମୟରେ ଗୁରୁତ୍ୱପୂର୍ଣ୍ଣ ବହନ କରୁଛି।

ଉଲ୍ଲେଖନୀୟ ଯେ, ଷ୍ଟାର୍ସ ପ୍ରକଳ୍ପକୁ କ୍ରିୟାନ୍ୱୟନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅକ୍ଟୋବର ୨୦୨୦ରେ କ୍ୟାବନେଟରେ ଅନୁମୋଦନ ଦେଇଥିଲେ। ଏହି ପ୍ରକଳ୍ପ ଉନ୍ନତ ମାନବ ସମ୍ବଳ ପ୍ରସ୍ତୁତ କରିବା ପାଇଁ ଉତ୍ତମ ଉନ୍ନତ ଶିକ୍ଷା ପରିଣାମ ଓ ସ୍କୁଲ ଦ୍ୱାରା ପ୍ରସ୍ତୁତ ରଣନୀତି ସହ କାର୍ଯ୍ୟ କରିବା ପାଇଁ ବିଭିନ୍ନ ଉପକ୍ରମ ବିକଶିତ କରିବା ସହ ତାହାକୁ ଲାଗୁ କରିବା, ଆକଳନ କରିବା ଓ ସଂସ୍କାର ଆଣିବା ପାଇଁ ରାଜ୍ୟ ଗୁଡିକୁ ସହାୟତା କରିବ। ଗୁଣବତ୍ତା ଆଧାରିତ ଶିକ୍ଷା ପରିଣାମ ହାସଲ କରିବା ପାଇଁ ରାଷ୍ଟ୍ରୀୟ ଶିକ୍ଷା ନୀତି (ଏନଇପି) ୨୦୨୦ରେ ଥିବା ଉଦ୍ଦେଶ୍ୟ ସହିତ ଷ୍ଟାର୍ସ ପ୍ରକଳ୍ପର ଯୋଜନା ଗୁଡିକ ଯୋଡ଼ି ହୋଇଛି।

କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.