Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା କାଲି ନବୀନଙ୍କ ଶପଥ ଗ୍ରହଣ ଉତ୍ସବ : ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ
ଆଜିର ଖବର

ଆସନ୍ତା କାଲି ନବୀନଙ୍କ ଶପଥ ଗ୍ରହଣ ଉତ୍ସବ : ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ

May 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବୁଧବାର ଦିନ ଶପଥ ନେବେ ପଞ୍ଚମଥର ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ ତାଙ୍କ ଟିମ୍‌। ଆସନ୍ତାକାଲି ଦିନ ସାଢେ ୧୦ଟାରେ ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଶପଥ ଗ୍ରହଣ ଉତ୍ସବ ହେବାକୁ ଥିବାବେଳେ ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଶପଥ ଗ୍ରହଣ ସ୍ଥାନ ଭିତରେ ଓ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୨୫ ଫ୍ଲାଟୁନ ଫୋର୍ସ ମୁତୟନ କରାଯିବା ସହ ଅତିଥି ମାନଙ୍କ ପ୍ରବେଶ ପାଇଁ ୫ଟି ପ୍ରବେଶ ପଥ ନିର୍ଦ୍ଧାରଣ କରାଯାଇଛି। ଭିଭିଆଇପି, ଏମ୍‌ପି, ଏମ୍‌ଏଲ୍‌ଏଙ୍କ ପାଇଁ ସ୍ୱତନ୍ତ୍ର ପ୍ରବେଶପଥ କରାଯାଇଛି। ଏହି ଶପଥ ଗ୍ରହଣ ଉତ୍ସବକୁ ୭ହଜାର ଅତିଥିଙ୍କୁ ଆମନ୍ତ୍ରଣ କରାଯାଇଛି। ତିନୋଟି ସ୍ଥାନରେ ପାର୍କିଂ ପ୍ଲେସ୍‌ କରାଯାଇଛି। ମଞ୍ଚରେ ୧୦୦ ଫୁଟ ଯାଏଁ ସିସିଟିଭି କଭରେଜ୍‌ର ବ୍ୟବସ୍ଥା କରାଯାଇଛି। ଆଜି ସେଠାରେ ସୁରକ୍ଷା ସମ୍ପର୍କିତ ମକ୍‌ଡ୍ରିଲ୍‌ ରିହରସାଲ ହେବ ବୋଲି ପୁଲିସ କମିଶନର କହିଛନ୍ତି। ଏହି ଶପଥ ଗ୍ରହଣ ସମାରୋହ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ସେହିପରି ଦେଶର କିଛି ଜଣାଶୁଣା ଉଦ୍ୟୋଗପତି, ସବୁ ଦଳର ନେତା ଓ ମହିଳାଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି। ଚଳିତ ଥର ରାଜଭବନ ଭିତରେ ଶପଥଗ୍ରହଣ ଉତ୍ସବ ନ କରାଯାଇ ପ୍ରଦର୍ଶନୀ ପଡ଼ିଆରେ ଆଡମ୍ବର ସହକାରେ ଶପଥ ଗ୍ରହଣ ଉତ୍ସବର ଆୟୋଜନ କରାଯାଇଛି।

cm naveen sworn yesbank thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026
Latest News

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.