ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ରାଜ୍ୟ ବିଜେପିର ସମ୍ବର୍ଦ୍ଧନା

Published: Feb 17, 2023, 11:27 pm IST
FinanceMinister

ଭୁବନେଶ୍ୱର : ଆଜି ଅପରାହ୍ନରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ରାଜ୍ୟ ବିଜେପି ତରଫରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ପାରଂପାରିକ ଭାବେ ହୁଳହୁଳି ଓ ପୁଷ୍ପ ଦେଇ ତାଙ୍କୁ ସ୍ୱାଗତ କରାଯାଇଥିଲେ।

ଏଥିରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ଉପସଭାନେତ୍ରୀ ପ୍ରଭାତୀ ପରିଡା, ରାଜ୍ୟ ସାଧାରଣ ସଂପାଦକ ଡ.ଲେଖାଶ୍ରୀ ସାମନ୍ତସିଂହାର, ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ପ୍ରମୁଖ ପୁଷ୍ପମାଲ୍ୟ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏହି ଅବସରରେ ବହୁ ସଂଖ୍ୟାରେ ମହିଳା କାର୍ଯ୍ୟକର୍ତା ଉପସ୍ଥିତ ଥିଲେ।

Related posts