ଓଡିଶାରେ ରହିଛି ଜଳାଶୟ ଭିତରେ ମହାଦେବଙ୍କ ୩୫ ଫୁଟ ଉଚ୍ଚତାର ପ୍ରତିମୂର୍ତ୍ତି

Published: Feb 18, 2023, 8:12 am IST

ଭୁବନେଶ୍ବର: ପର୍ଯ୍ୟଟକଙ୍କ ଅନନ୍ୟ ସ୍ଥଳ ପାଲଟିଛି ବ୍ରହ୍ମପୁରର ରାମଲିଙ୍ଗେଶ୍ବର ଜଳାଶୟ। ଅବ୍ୟବହୃତ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ପଡି ରହିଥିବା ଏହି ଜଳାଶୟ ଆଜି ବ୍ରହ୍ମପୁରରେ ପର୍ଯ୍ୟଟକଙ୍କର ଆକର୍ଷଣୀୟ କେନ୍ଦ୍ର ବିନ୍ଦୁ ହୋଇପାରିଛି। ଚିତାକର୍ଷକ ଆତସବାଜି, ଶିବ ତାଣ୍ଡବ ସ୍ତୋତ୍ରର ତାଳେ ତାଳେ ଲେଜର ଲାଇଟ୍ ଓ ଏକ ସଂଗୀତମୟ ପରିବେଶ ମଧ୍ୟରେ ବ୍ରହ୍ମପୁରର କେନ୍ଦ୍ର ସ୍ଥଳୀରେ ଅବସ୍ଥିତ ରାମଲିଙ୍ଗେଶ୍ବର ଜଳାଶୟ ଓ ଉଦ୍ୟାନ ଆଜି ଲୋକଙ୍କୁ କରିଛି ଆକୃଷ୍ଟ।

୮ ଏକର ପରିମିତ ଜମିରେ ଥିବା ଏହି ପ୍ରାଚୀନ ଜଳାଶୟ ବ୍ରହ୍ମପୁରର ଏକ ପବିତ୍ର ପୁଷ୍କରିଣୀ ଭାବରେ ପ୍ରସିଦ୍ଧ। ସମୟକ୍ରମେ ଏହା ଅବ୍ୟବହୃତ ହୋଇପଡିଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ କ୍ରମେ ୨୦୧୭ ମସିହାରେ ୧୨ କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର‌୍ୟ୍ୟକରଣ କାମ ଆରମ୍ଭ ହୋଇଥିଲା। ପୁଷ୍କରିଣୀର ମଧ୍ୟ ସ୍ଥଳରେ ଭଗବାନ ଶଂକରଙ୍କର ୩୫ ଫୁଟ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତୀ ଶୋଭା ପାଉଥିବା ବେଳେ ଚତୁର୍ପାଶ୍ବରେ ଉଦ୍ୟାନ ଏହାକୁ ଅଧିକ ଆକର୍ଷଣୀୟ କରି ଗଢି ତୋଳିଛି।

Related posts