Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜେଶ ମାଲହୋତ୍ରା
ଆଜିର ଖବର

ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜେଶ ମାଲହୋତ୍ରା

March 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜେଶ ମାଲହୋତ୍ରା ଆଜି ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତକାଲି ଏହି ପଦବୀରୁ ସତ୍ୟେନ୍ଦ୍ର ପ୍ରକାଶ ଅବସର ଗ୍ରହଣ କରିବା ପରେ ଶ୍ରୀ ମାଲହୋତ୍ରା ତାଙ୍କ ସ୍ଥାନରେ ଯୋଗ ଦେଇଛନ୍ତି।

୧୯୮୯ ବ୍ୟାଚର ଭାରତୀୟ ସୂଚନା ସେବା (ଆଇଆଇଏସ) ଅଧିକାରୀ ରାଜେଶ ମାଲହୋତ୍ରା ଏଥିପୂର୍ବରୁ ଜାନୁଆରୀ ୨୦୧୮ ଠାରୁ ଅର୍ଥ ମନ୍ତ୍ରଣାଳୟରେ କାର୍ଯ୍ୟ କରୁଥିଲେ। କୋଭିଡ ୧୯ ମହାମାରୀ ସମୟରେ ଦେଖା ଦେଇଥିବା ଆର୍ଥିକ ଅସନ୍ତୁଳନରୁ ନାଗରିକମାନଙ୍କୁ ସୁରକ୍ଷା ଦେବା ସକାଶେ ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ଆତ୍ମନିର୍ଭର ପ୍ୟାକେଜ ଘୋଷଣା କରାଯାଇଥିଲା। ଏହି ସମୟରେ ଶ୍ରୀ ମାଲହୋତ୍ରା ଅର୍ଥ ମନ୍ତ୍ରଣାଳୟର ଗଣମାଧ୍ୟମ ଏବଂ ଯୋଗାଯୋଗ ନୀତିର ନେତୃତ୍ୱ ନେଇ ଦେଶବାସୀଙ୍କ ନିକଟରେ ଏସବୁ ଯୋଜନାର ବାର୍ତ୍ତା ପହଞ୍ଚାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ଗଣମାଧ୍ୟମ ଓ ଯୋଗାଯୋଗ ରଣନୀତି ପାଇଁ ଯୋଜନା ପ୍ରସ୍ତୁତ କରିବା ଏବଂ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଶ୍ରୀ ମାଲହୋତ୍ରାଙ୍କର ୩୨ ବର୍ଷରୁ ଅଧିକ ସମୟର କାର୍ଯ୍ୟ ଅଭିଜ୍ଞତା ରହିଛି। ସେ ଅର୍ଥ, କମ୍ପାନୀ ବ୍ୟାପାର, କୃଷି, ଶକ୍ତି, କୋଇଲା, ଖଣି, ସଞ୍ଚାର ଓ ଆଇଟି, ବୟନ, ଶ୍ରମ, ନୂତନ ଓ ଅକ୍ଷୟ ଶକ୍ତି ଆଦି ମନ୍ତ୍ରଣାଳୟ ତଥା ବିଭାଗରେ ଦୀର୍ଘ ଦିନ କାର୍ଯ୍ୟ କରିଛନ୍ତି। ଆହୁରି ସେ ଭାରତର ନିର୍ବାଚନ ଆୟୋଗରେ ୨୧ ବର୍ଷ (୧୯୯୬ରୁ ୨୦୧୭ ପର୍ଯ୍ୟନ୍ତ) ଗଣମାଧ୍ୟମ ଓ ଯୋଗାଯୋଗ ଦାୟିତ୍ୱରେ ଥିଲେ। ସେଠାରେ ସେ ନିର୍ବାଚନ ଆୟୋଗଙ୍କ ଦ୍ବାରା ପରିଚାଳନା କରାଯାଇଥିବା ଛଅଟି ଲୋକସଭା (ସଂସଦର ନିମ୍ନ ସଦନ) ସାଧାରଣ ନିର୍ବାଚନ, ବିଭିନ୍ନ ରାଜ୍ୟର ବିଧାନସଭା ନିର୍ବାଚନ, ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ନିର୍ବାଚନ ସମୟରେ ଗଣମାଧ୍ୟମ ଓ ଯୋଗାଯୋଗ ରଣନୀତି ପାଇଁ ଯୋଜନା ପ୍ରସ୍ତୁତ ଓ କାର୍ଯ୍ୟ କରିଥିଲେ। ନିଜର କାର୍ଯ୍ୟକାଳ ସମୟରେ, ଶ୍ରୀ ମାଲହୋତ୍ରା ୧୨ ଜଣ ମୁଖ୍ୟ ନିର୍ବାଚନ ଆୟୋଗଙ୍କ ସହିତ କାର୍ଯ୍ୟ କରିଛନ୍ତି।

ଶ୍ରୀ ମାଲହୋତ୍ରା ଗାଜିଆବାଦ ଆଇଏମଟିରୁ ବିଜନେସ ମ୍ୟାନେଜମେଣ୍ଟରେ ସ୍ନାତକୋତ୍ତର ଡିପ୍ଲୋମା ଏବଂ ହାଇଦ୍ରାବାଦର ନାଲସାରରୁ ଗଣମାଧ୍ୟମ ଆଇନରେ ସ୍ନାତକୋତ୍ତର ଡିପ୍ଲୋମା ଡିଗ୍ରୀ ହାସଲ କରିଛନ୍ତି। ସେ କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟରୁ ପବ୍ଲିକ ପଲିସୀ ଏନାଲିସିସରେ ଏକ ସ୍ବଳ୍ପ ଅବଧି ବିଶିଷ୍ଠ ପାଠ୍ୟକ୍ରମ ଶେଷ କରିଛନ୍ତି। ସେହିପରି ବ୍ରିଟେନର ଥୋମାସ ଫାଉଣ୍ଡେସନରୁ ଗଣମାଧ୍ୟମ ପରିଚାଳନା ଓ ରଣନୀତି ପାଠ୍ୟକ୍ରମରେ ମଧ୍ୟ ଶିକ୍ଷା ହାସଲ କରିଛନ୍ତି। ନୂଆଦିଲ୍ଲୀ ଠାରେ ଆଇଆଇଏମ ଲକ୍ଷ୍ନୌ ପକ୍ଷରୁ ଆୟୋଜିତ ‘ମାର୍କେଟିଂ : ଦ ୱିନିଂ କନସେପ୍ଟ ଏଣ୍ଡ ପ୍ରାକ୍ଟିସେସ’ରେ ମଧ୍ୟ ଭାଗ ନେଇଥିଲେ। ଶ୍ରୀ ମାଲହୋତ୍ରା ଇନଷ୍ଟିଚ୍ୟୁଟ୍‌ ଅଫ କମ୍ପାନୀ ସେକ୍ରେଟାରିଜ୍‌ର ଜଣେ ସଦସ୍ୟ ହୋଇଥିବା ବେଳେ ଆଇନରେ ଡିଗ୍ରୀ ହାସଲ କରିଛନ୍ତି।

ମୁଖପାତ୍ର ଭାବେ ଶ୍ରୀ ମାଲହୋତ୍ରାଙ୍କର ‘ଦ୍ୱି-ପାକ୍ଷିକ’ ଯୋଗାଯୋଗ ମାଧ୍ୟମ ପ୍ରତିଷ୍ଠା କରିବାରେ ଅଭିଜ୍ଞତା ରହିଛି ଯେଉଁଥିରେ ଗୋଟିଏ ପକ୍ଷରେ ସରକାର ଏବଂ ଅନ୍ୟ ପକ୍ଷରେ ଗଣମାଧ୍ୟମ ରହିଛନ୍ତି। ବିଭିନ୍ନ ମନ୍ତ୍ରଣାଳୟରେ ନିଜର ଜାଜ୍ଜୁଲ୍ୟମାନ କ୍ୟାରିଅରରେ ବିଭିନ୍ନ ଦାୟିତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ସମୟରେ ସଙ୍କଟପୂର୍ଣ୍ଣ ପରିସ୍ଥିତିର ସଫଳ ମୁକାବିଲା କରିବାର ଅଭିଜ୍ଞତା ତାଙ୍କ ପାଖରେ ରହିଛି। ଗଣମାଧ୍ୟମକୁ କେବଳ ସଠିକ ସୂଚନା ପ୍ରସାରଣ କରାଯିବା ଉଚିତ ବୋଲି ସେ ସୁନିଶ୍ଚିତ କରିଛନ୍ତି। ନିଜର କ୍ୟର୍ଯ୍ୟକାଳ ସମୟରେ ଭାରତରୁ ଯାଉଥିବା ବିଭିନ୍ନ ମନ୍ତ୍ରିସ୍ତରୀୟ ପ୍ରତିନିଧି ଦଳର ସଦସ୍ୟ ଭାବେ ଅନ୍ତର୍ଜାତୀୟ ସମ୍ମିଳନୀ/କାର୍ଯ୍ୟକ୍ରମ ଆୟୋଜନ ସମୟରେ ଗଣମାଧ୍ୟମ ପ୍ରସାର କାର୍ଯ୍ୟରେ ସମନ୍ବୟ ପ୍ରତିଷ୍ଠା କରିବା କ୍ଷେତ୍ରରେ ମଧ୍ୟ ତାଙ୍କର ବ୍ୟାପକ ଅଭିଜ୍ଞତା ରହିଛି।

ପତ୍ର ସୂଚନା କାର୍ଯ୍ୟାଳୟ ପିଆଇବି ଭାରତୀୟ ସୂଚନା ସେବା
Share. Facebook Twitter LinkedIn Email WhatsApp Copy Link

Related Posts

କୋରାପୁଟରେ ବୈଷୟିକ ଶିକ୍ଷାର ନୂଆ ଅଧ୍ୟାୟ: ମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇଟି ଏମଓୟୁ ସ୍ବାକ୍ଷରିତ

August 17, 2026

“ମୋତେ ବିଜେପିରୁ ଅଫର ମିଳିଥିଲା”: ଶତ୍ରୁଘ୍ନ ସିହ୍ନାଙ୍କ ବଡ଼ ଦାବି

August 17, 2026

ଆଜି ସାତୋଟି ରାଶି ପାଇଁ ରହିଛି ପ୍ରବଳ ଧନ ଯୋଗ: ଜାଣନ୍ତୁ ଅଗଷ୍ଟ ୧୭ ରାଶିଫଳ

August 17, 2026

ଭଦ୍ରକରେ ବନ୍ୟା ସ୍ଥିତି ଗମ୍ଭୀର, ୧.୦୭ ଲକ୍ଷ ଲୋକ ସ୍ଥାନାନ୍ତର

August 17, 2026
Latest News

କୋରାପୁଟରେ ବୈଷୟିକ ଶିକ୍ଷାର ନୂଆ ଅଧ୍ୟାୟ: ମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇଟି ଏମଓୟୁ ସ୍ବାକ୍ଷରିତ

August 17, 2026

“ମୋତେ ବିଜେପିରୁ ଅଫର ମିଳିଥିଲା”: ଶତ୍ରୁଘ୍ନ ସିହ୍ନାଙ୍କ ବଡ଼ ଦାବି

August 17, 2026

ପାନୀୟ ଜଳ ଯୋଗାଣ ଲାଗି ରେଳବାଇର ତତ୍କାଳ ପଦକ୍ଷେପ

August 17, 2026

ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ୨୧ ଫୁଟ ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ଗୃହମନ୍ତ୍ରୀ

August 17, 2026

ଆଜି ସାତୋଟି ରାଶି ପାଇଁ ରହିଛି ପ୍ରବଳ ଧନ ଯୋଗ: ଜାଣନ୍ତୁ ଅଗଷ୍ଟ ୧୭ ରାଶିଫଳ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.