Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଚାନକ ବାଣପୁରଗସ୍ତ: ପ୍ରଧାନ ଶିକ୍ଷକଙ୍କ ଉପରେ ନେଲେ କାର୍ଯ୍ୟାନୁଷ୍ଠାନ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଚାନକ ବାଣପୁରଗସ୍ତ: ପ୍ରଧାନ ଶିକ୍ଷକଙ୍କ ଉପରେ ନେଲେ କାର୍ଯ୍ୟାନୁଷ୍ଠାନ

March 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଆଜି ଅଚାନକ ବାଣପୁର ପହଞ୍ଚି ବ୍ଲକ ଏବଂ ଏନଏସି ର ୫-ଟି ରେ ସାମିଲ ହୋଇଥିବା ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି।  ସେଠାରେ ୫-ଟି ଅନ୍ତର୍ଗତ ନିର୍ମାଣଧୀନ ଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ଅଗ୍ରଗତି ବିଷୟରେ ସମୀକ୍ଷା କରିଛନ୍ତି ଜିଲ୍ଲାପାଳ।

ଏନଏସି ର ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଏବଂ ବ୍ଲକ ର ମାଣିକପୁର ସ୍ଥିତ ଶାଳିଆ ବିଦ୍ୟା ନିକେତନ, ଅଲାଇଡିହ ସ୍ଥିତ ପଦ୍ମଚରଣ ସରକାରୀ ଉଚ୍ଚ ବିଦ୍ୟାଳୟ, ଖଣତ ସ୍ଥିତ ୟୁଜି ସରକାରୀ ଉଚ୍ଚ ବିଦ୍ୟାଳୟ, ବଡ଼ସିରେଇପୁର ସ୍ଥିତ ୟୁଜି ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ବାଙ୍କିଆପଲ୍ଲିସ୍ଥିତ ୟୁଜି ସରକାରୀ ଉଚ୍ଚ ବିଦ୍ୟାଳୟ ଆଦି ପରିଦର୍ଶନ କରିବା ସହ ୫-ଟି ନିମିତ୍ତ ଆସିଥିବା ଅନୁଦାନରେ ବିଭିନ୍ନ ନିର୍ମାଣଧୀନ ପ୍ରକଳ୍ପ ଗୁଡିକର ତଦାରଖ କରିଥିଲେ। ସମସ୍ତ ପ୍ରକଳ୍ପ ଗୁଡିକୁ ଯଥାଶୀଘ୍ର ଶେଷ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ଭାବେ ଜିଲ୍ଲାପାଳ ବାଣପୁର ଏନଏସି ରେ ଡ୍ରେନେଜ ନିର୍ମାଣ, ବାଇପାସରୁ ନନ୍ଦପୁର ପର୍ଯ୍ୟନ୍ତ ନୂତନ ଷ୍ଟ୍ରିଟ ଲାଇଟ ସ୍ଥାପନ ଏବଂ ପୂର୍ତ୍ତବିଭାଗ ଅଧୀନରେ ଥିବା ରୋଡ ମରାମତି ବିଷୟରେ ଗୁରୁତ୍ୱ ଦେଇଥିଲେ।

ସୂଚନା ମୁତାବକ ଖଣତ ୟୁଜି ସରକାରୀ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ ସମୟରେ ପ୍ରପର ୟୁନିଫର୍ମ ପରିଧାନ କରିନଥୁବାରୁ ଏବଂ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ପ୍ରଧାନ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ସ୍ୱରୂପ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିବାର ବିଇଓ ସନାତନ ଜାଲି ସୂଚନା ଦେଇଛନ୍ତି।

ଜିଲ୍ଲାପାଳଙ୍କ ଗସ୍ତ ସମୟରେ ବିଡ଼ିଓ ବୁଲବୁଲ ବେହେରା, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ଏନଏସି ଅଧ୍ୟକ୍ଷ ମିଟୁ ନାୟକ ଏବଂ ପ୍ରଧାନ ଶିକ୍ଷକ ମାନେ ଉପସ୍ଥିତ ଥିଲେ।

କେ. ସୁଦର୍ଶନ ଚକ୍ରବର୍ତ୍ତୀ ଖୋର୍ଦ୍ଧା ଜିଲ୍ଲାପାଳ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Latest News

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.